-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ଧରସିଂମାଝୀ ମାନଧାତାଙ୍କ ଆଠଗାଁ ମହଲର ବିକାଶ ପାଇଁ ୩କୋଟି୧୨ଲକ୍ଷ ଟଙ୍କା ମଞ୍ଜୁର, ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କୁ କୃତଜ୍ଞତା ଜଣାଇଲା ସ୍ମୃତିକମିଟି

15-Oct-2023



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀର ମାଟିର ପ୍ରଥମ ସହିଦ ତଥା ଆଠଗାଁ ଜମିଦାର ଧରସିଂମାଝୀ ମାନଧାତାଙ୍କ ସ୍ମୃତିପୀଠ ଆଠଗାଁ ଜମିଦାରୀମହଲ,ପୁଡାପାଠ-ବସ୍ତେନ ମନ୍ଦିର ଓ ରାନୀବନ୍ଧର ପୁନଃରୁଦ୍ଧାର ତଥା ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟସରକାର ୩କୋଟି୧୨ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଗତ ଅଗଷ୍ଟମାସରେ ବଲାଙ୍ଗୀର ଜିଲ୍ଲାକୁ ୫ଟି ସଚିବଙ୍କ ଗସ୍ତ ସମୟରେ ଧରସିଂମାଝୀ ମାନଧାତା ସ୍ମୃତିକମିଟିର ସଭାପତି ଲକ୍ଷ୍ମଣକୁମାର ମେହେରଙ୍କ ନେତୃତ୍ୱରେ ସ୍ମୃତିକମିଟି ତଥା ଗ୍ରାମବାସୀ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଏହାପରେ ଜିଲ୍ଲାପ୍ରଶାସନ ପକ୍ଷରୁ ଏହାର ଡିପିଆର ପ୍ରସ୍ତୁତ କରାଯାଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ପଠାଯାଇଥିଲା । ଏବେ ରାଜ୍ୟସରକାର ଏହି ଅର୍ଥ ମଞ୍ଜୁର କରି ଟେଣ୍ଡର କରାଇଛନ୍ତି । ସେଥିପାଇଁ ଆଜି ସ୍ମୃତିକମିଟି ଓ ଆଠଗାଁ ଗ୍ରାମବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି । ସେହିପରି ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳିର ବିକାଶ ପାଇଁ ରାଜ୍ୟସରକାର ୬କୋଟି ୬୬ଲକ୍ଷ ଟଙ୍କା ଓ ଭୀମଡୁଙ୍ଗୁରୀଠାରେ ୧୦ଲକ୍ଷ ଟଙ୍କାର ଅନୁଦାନରେ ଧରମସିଂମାଝୀ ମାନଧାତାଙ୍କ ଏକ ପୂର୍ଣ୍ଣାୟବୟବ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଅର୍ଥ ମଞ୍ଜୁର କରିଥିବାରୁ ମଧ୍ୟ ଭୀମପାହାଡ ମହୋତ୍ସବ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପର୍ଯ୍ୟଟନମନ୍ତ୍ରୀଙ୍କୁ ମଧ୍ୟ ଧନ୍ୟବାଦ ଜ୍ଞାପନ କରାଯାଇଛି । ଆଜି ଭୀମଡୁଙ୍ଗୁରୀ ପର୍ଯ୍ୟଟନକ୍ଷେତ୍ର କଲ୍ୟାଣମଣ୍ଡପଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ ମୁଖ୍ୟମନ୍ତ୍ରୀଙ୍କୁ ଏନେଇ ଧନ୍ୟବାଦ ଜ୍ଞାପନ କରାଯାଇଛି । ଆଠଗାଁ ଧରମସିଂ ମାଝୀ ମାନଧାତା ସ୍ମୃତି କମିଟିର ସଭାପତି ଲକ୍ଷ୍ମଣ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ବିଳନୀରେ ସ୍ମୃତିକମିଟିର କାର୍ଯ୍ୟକାରୀ ସଭାପତି ତଥା ସାମ୍ବାଦିକ ମୁକେଶ ବହିଦାର,ଉପସଭାପତି ତଥା ଜିଲ୍ଲା ଯୁବବିଜେଡି ସଭାପତି ରାଜେନ୍ଦ୍ରକୁମାର ହୋତା,ଆଠଗାଁର ବରିଷ୍ଠ ନାଗରିକ ସୁଦାମ ଷାଣ୍ଢ,ପପୁନ ବେହେରା ରାଜ୍ୟସରକାର ସ୍ୱାଧୀନତା ସଂଗ୍ରାମୀ ଧରମସିଂ ମାଝୀଙ୍କୁ ମାନ୍ୟତା ଦେଇ ତାଙ୍କର ସ୍ମୃତିରକ୍ଷା କରିବାକୁ ଅନୁଦାନ ଦେଇଥିବାରୁ କୃତଜ୍ଞତା ଜଣାଇବା ସହିତ ଆଠଗାଁବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇପାରିଥିବା

କହିଥିଲେ । ଏହି ଅନୁଦାନରେ ପୀଠର ପୁନଃରୁଦ୍ଧାର,ସୌନ୍ଦର୍ଯ୍ୟକରଣ ଓ ଆଲୋକିକରଣ କରାଯିବ । ସେହିପରି ଆଗକୁ ଧରମସିଂମାଝୀଙ୍କ ମହଲରୁ ଜବତ କରି ନିଅଯାଇଥିବା ତାଙ୍କ ଅସ୍ତ୍ରଶସ୍ତ୍ରକୁ ଅଣାଯାଇ ଏକ ମ୍ୟୁଜିୟମ ସ୍ଥାପନ କରାଯିବାକୁ ଦାବି କରାଯିବ ବୋଲି ସ୍ମୃତିକମିଟି ପକ୍ଷରୁ ସୂଚନା ଦିଆଯାଇଥିଲା । 
    ସେହିପରି ପର୍ଯ୍ୟଟନସ୍ଥଳୀ ଭୀମଡୁଙ୍ଗୁରୀକୁ ରାଜ୍ୟସରକାର ୬କୋଟି ୬୬ଲକ୍ଷ ଟଙ୍କା ମଞ୍ଜୁର କରିଥିବା ଓ ସେଥିରୁ ୨କୋଟି ୨୨ଲକ୍ଷ ଟଙ୍କାରେ ଭୀମକଟାର ପୁନଃରୁଦ୍ଧାର ପାଇଁ ଟେଣ୍ଡର କରାଯାଇ ସାରିଥିବା ସୂଚନା ଦିଆ ଯାଇଥିଲା । କେବଳ ସେତିକି ନୁହେଁ ଭୀମ ଡୁଙ୍ଗୁରୀଠାରେ ସହିଦ ଧରମସିଂମାଝୀ ମାନଧାତାଙ୍କ ଏକ ପୂର୍ଣ୍ଣାୟବୟବ ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ ରାଜ୍ୟ ସଂସ୍କୃତିବିଭାଗ ୧୦ଲକ୍ଷ ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର କରିଥିବା ବିଷୟରେ ଲକ୍ଷ୍ମଣକୁମାର ମେହେର ସୂଚନା ଦେଇଥିଲେ । ଆଗକୁ ଆଠଗାଁ ଜମିଦାର ଧରମସିଂମାଝୀ ମାନଧାତା ଓ ଭୀମଡୁଙ୍ଗୁରୀ ତଥା କନ୍ଧମେଳି ସମ୍ପର୍କରେ ଅଧିକ ଗବେଷଣା ପାଇଁ ରାଜ୍ୟସରକାରଙ୍କ ପାଖରେ ଦାବି କରାଯିବ ବୋଲି ଭୀମପାହାଡ ମହୋତ୍ସବ କମିଟିର ସଭାପତି ପ୍ରମୋଦ ବହିଦାର କହିଥିଲେ । ଏହି ସାମ୍ବାଦିକ ସମ୍ବିଳନୀରେ ଧରମସିଂମାଝୀ ମାନଧାତା ସ୍ମୃତିକମିଟିର ସଦସ୍ୟଙ୍କ ସମେତ ଭୀମପାହାଡ ମହୋତ୍ସବ କମିଟିର ସଭାପତି ପ୍ରମୋଦ ବହିଦାର,ସଂପାଦକ ଗୋବର୍ଦ୍ଧନ ସାହୁ,କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ । ଶେଷରେ ମହୋତ୍ସବ କମିଟିର ଉପଦେଷ୍ଟା ଶୈଳେନ୍ଦ୍ର ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like