-+91-9937148622 |
prerana_bgr@rediffmail.com |
Tuesday 15th September 2026 |
R.N.I. Regd No. ODIODI/2010/46693
Breaking News
17-Oct-2023
ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ସୋମବାର ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବ୍ଳକ ଅଧ୍ୟକ୍ଷା ଶାନ୍ତି ଲୁହା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରେ ଉପାଧ୍ୟକ୍ଷ ନାରାୟଣ ଲୁହା ସଭା ପରିଚାଳନା କରିଥିଲେ। ଏହି ଅବସରରେ ନୂତନ ଭାବେ ଯୋଗଦେଇ ଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଘୁନାଥ ପାଣିଗ୍ରାହୀଙ୍କୁ ପୁଷ୍ପଗୁଚ୍ଛ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ ଜିଲ୍ଲା ପରିଷଦ ସଭ୍ୟ ଜୋନ- ୧ ଲବ କୁମାର ସାହୁ, ଜିଲ୍ଲା ପରିଷଦ ସଭ୍ୟା ଜୋନ-୨ ଚନ୍ଦ୍ରକାନ୍ତି ଦନ୍ତା , ସରପଞ୍ଚ ସଂଘ ସଭାପତି ଶ୍ରୀୟା କର୍ମୀ, ସମିତି ସଭ୍ୟ ସଭାପତି ଲକ୍ଷ୍ମୀ ନାରାୟଣ ପୁରୋହିତ ଙ୍କ ସହ ସମସ୍ତ ପଞ୍ଚାୟତ ସରପଞ୍ଚ, ସମିତି ସଭ୍ୟ ପ୍ରମୁଖ ଉପସ୍ଥିତ ଥିବା ବେଳେ ହିଲୁଙ୍ଗ ସମିତି ସଭ୍ୟ ଶୈଳ ରଞ୍ଜନ ବାଦି ଧନ୍ୟବାଦ ଅର୍ପଣ କରିଥିଲେ।