-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଖେଳ

ବଲାଙ୍ଗିର ଜିଲ୍ଲା ସିନିୟର ନକ ଆଉଟ ଫୁଟବଲ ଉଦ୍‌ଯାପିତ- ଅମାମୁଣ୍ଡା କୁ ହରାଇ ପୋଗ୍ରେସିଭ୍ କ୍ଲବ ଚମ୍ପିୟାନ,  ଗାନ୍ଧୀ ଷ୍ଟାଡିୟମ ଠାରେ ଲାଗିବ ଫ୍ଲଡଲାଇଟ : ମୁଖ୍ୟ ଅତିଥିଙ୍କ ଘୋଷଣା

17-Oct-2023



ବଲାଙ୍ଗିର(ଚିତ୍ରସେନ ବେହେରା) ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଗାନ୍ଧୀ ଷ୍ଟାଡିୟମ ଠାରେ ଆୟୋଜିତ ଫାଇନାଲ ଖେଳରେ ପୋଗ୍ରେସିଭ କ୍ଲବ ବଲାଙ୍ଗିର ଟ୍ରାଇବ୍ରେକର ୩-୧ ଗୋଲରେ ଅମାମୁଣ୍ଡାକୁ ହରାଇ ଚମ୍ପିୟାନ ହୋଇଛି । ନିର୍ଦ୍ଧାରିତ ସମୟ ମଧ୍ୟରେ କେହି କାହାକୁ ଗୋଲ ଦେଇ ପାରିନଥିଲେ । ମୁଖ୍ୟ ଅତିଥି ଭାବେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସୀତ କୁମାର ତ୍ରିପାଠି ଯୋଗ ଦେଇ ବିଜେତା ଏବଂ ଉପ ବିଜେତା ଦଳଙ୍କୁ ଟ୍ରଫି ସହ ପୁରସ୍କୃତ କରିଥିଲେ । ଗାନ୍ଧୀ ଷ୍ଟାଡିୟମ ବଲାଙ୍ଗିର ଠାରେ ଫ୍ଲଡଲାଇଟ ଆଗାମୀ ଦୁଇ ମାସ ମଧ୍ୟରେ ଲଗାଇବା ପାଇଁ ଆର୍ଥିକ ୩ କୋଟି ୩୧ ଲକ୍ଷ ଟଙ୍କା ମଂଜୁର କରିବା ପାଇଁ ଘୋଷଣା କରିଥିଲେ । ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ଋଷିକେଶ ଡି. ଖିଲାରି ଓ ପଶ୍ଚିମ ଓଡିଶା ବିକାଶ ପରିଷଦ ସିଇଓ ଡ. ଅଜିତ କୁମାର ମିଶ୍ର ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ ।

ଜିଲ୍ଲା କ୍ରୀଡା ସଂସଦର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନି ଉତ୍ସବରେ ଉପ-ସଭାପତି କୃଷ୍ଣ ଚନ୍ଦ୍ର ମିଶ୍ର, ପ୍ରହଲ୍ଲାଦ ଶତପଥି, ସାଧାରଣ ସଂପାଦକ ହରିନାରାୟଣ ପୁଜାରୀ, ଯୁଗ୍ମ ସଂପାଦକ ପଦ୍ମ ଚରଣ ଆଚାର୍ଯ୍ୟ, ଶତୃଘନ ସିଂ, ଟୁର୍ଣ୍ଣାମେଣ୍ଟ କମିଟି ଅଧ୍ୟକ୍ଷ ପ୍ରଭାତ କୁମାର ମିଶ୍ର, ଫୁଟବଲ ସଂପାଦକ ହେମନ୍ତ କୁମାର ବେହେରା ମଂଚାସିନ ଥିଲେ । ଶ୍ରେଷ୍ଠ ଗୋଲ କିପର ଭାବେ ଦାମ କବାଟ, ଉଦୟମାନ ଖେଳାଡି ଭାବେ ନୟନ କୁମାର ବାରିକ ଓ ଶ୍ରେଷ୍ଠ ଖେଳାଳି ଭାବେ ହେମନ୍ତ କୁମାର ଭୋଇଙ୍କୁ ଅତିଥିଗଣ ପୁରସ୍କୃତ କରିଥିଲେ । ଖେଳକୁ ରେଫରି ସୁଦୟ ବାରିକ, ଦେବାଶିଷ ବାଗ, ରାଜେନ୍ଦ୍ର ସେଠ, ନରସିଂସ୍ୱାମୀ ନାଇଡୁ ଓ ମ୍ୟାଚ କମିଶନର ସୁନିଲ ଚନ୍ଦ୍ର ବିଶ୍ୱାଲ ପରିଚାଳନା କରିଥିଲେ । ସେହିପରି କ୍ରୀଡା ସଂସଦର ବରିଷ୍ଠ ସଦସ୍ୟ ବିକ୍ରମାନନ୍ଦ ବହିଦାର, ରମାକାନ୍ତ ସେଠ, ଜୟରାମ ମିଶ୍ର, ଡା. ସିଦ୍ଧେଶ୍ୱର ମିଶ୍ର, ଶରତ କୁମାର ନନ୍ଦ, ରବିନ୍ଦ୍ର ମିଶ୍ର,

ସୁଧିର ଚନ୍ଦ୍ର ପଣ୍ଡା, ନରେଶ ଅଗ୍ରୱାଲ, ସଂଗ୍ରାମ ବହିଦାର, ଭୁପେନ୍ଦ୍ର ପ୍ରସାଦ ସିଂ, ଏଥେଲେଟ ସଂପାଦକ ବିଭୁତି ଭୂଷଣ ପଣ୍ଡା, କୈଳାସ କର୍ତ୍ତି, କ୍ରୀକେଟ ସଂପାଦକ ଓମ୍ ପ୍ରକାଶ ଚାନ୍ଦ, ଜିଲ୍ଲା କ୍ରୀଡାଧିକାରୀ ପରାଶର ବାଗ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ସାହୁ, ଚୟନ କମିଟି ସଦସ୍ୟ ଶ୍ରୀକାନ୍ତ ରାଉତ, ପୂର୍ବ ଖେଳାଳି ସଦାନନ୍ଦ ନାଏକ ପ୍ରମୁଖ ଉପସ୍ଥିତ ଥାଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ୮ ଟି ଜୋନର ୧୩ ଗୋଟି ଖେଳ ପଡିଆରେ ଆୟୋଜନ କରିଥିବା ସମସ୍ତ ଆୟୋଜକ ମାନଙ୍କୁ ଆୟୋଜନ କମିଟି ତରଫରୁ ମାନପତ୍ର ସହ ସମ୍ବର୍ଦ୍ଧିତ କରାଯାଇଥିଲା । ଏହା ସହ ଖେଳ ପରିଚାଳନା କରିଥିବା ସମସ୍ତ ୮୪ ଜଣ ରେଫରି ମାନଙ୍କୁ କ୍ରୀଡା ସଂସଦ ତରଫରୁ ମାନପତ୍ର ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା । ସଂସଦର ସାଧାରଣ ସଂପାଦକ ହରିନାରାୟଣ ପୂଜାରୀତ୍ତତତ୍ୱାବଧାନ, ଫୁଟବଲ ସଂପାଦକ ହେମନ୍ତ କୁମାର ବେହେରା ଙ୍କ ସଂଯୋଜନାରେ କାର୍ଯକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଯୁଗ୍ମ ସଂପାଦକ ପଦ୍ମ ଚରଣ ଆଚାର୍ଯ୍ୟ ପ୍ରତିଯୋଗିତାର ସଫଳ ରୂପାୟନ ରେ ସହଯୋଗ କରିଥିବା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like