-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||     

HOME   ଜିଲ୍ଲା

ବିରମୁଣ୍ଡାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ନୂଆଁଖାଇ ଭେଟଘାଟ

22-Oct-2023



ଗୁଡ଼ଭେଳା(ପ୍ରେରଣା ଖବର ): ଗୁଡ଼ଭେଳା ବ୍ଲକ ବିରମୁଣ୍ଡା ପଞ୍ଚାୟତ  ସନ୍ଧିସର ଗାଁରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଆହ୍ୱାନ କ୍ରମେ ନୁଆଁଖାଇ ଭେଟଘାଟ ଉତ୍ସବ ହୋଇଥିଲା l ସଂଘ ର ବ୍ଲକ ସଭାପତି ଭାବସିଂ ମାଝୀଙ୍କ ସଭାପତିତ୍ୱରେ ବିଶାଳ ଆଦିବାସୀ ସମାବେଶ ଅନୁଷ୍ଠିତ ହୋଇଯାଇଛି l

 ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ପୂର୍ବରୁ ଗାଁରେ ସାଂସ୍କୃତିକ ଶୋଭାଯାତ୍ରା ହୋଇଥିଲା l ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ଗ୍ରାମବାସୀ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ l ପରେ ଖେଳ ପଡ଼ିଆଠାରେ ମହାସଭା ହୋଇଥିଲା l ସଭାରେ   ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, କାଳିଆ ବଳିଆ ଯୋଜନା, ଆଦିବାସୀ ସଶକ୍ତିକରଣ ଯୋଜନା, ମହିଳା ଶସକ୍ତିକରଣ ଯୋଜନା, ନକଲି ଆଦିବାସୀ କର୍ମଚାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ରାଜ୍ୟସ୍ତରୀୟ ଯାଂଚ କମିଟିର 

 ଅଧ୍ୟକ୍ଷ ତଥା ଉତ୍ତରାଞ୍ଚଳ ରାଜସ୍ବ କମିଶନର ସମ୍ବଲପୁର ଟାଲଟୁଲ ନୀତି ଅବଲମ୍ବନ ନ କରି ତ୍ୱରାନ୍ୱିତ କରିବାକୁ ଦାବୀ କରାଯାଇଛି l ଅଣଆଦିବାସୀଙ୍କ ଜବରଦଖଲରେ ଥିବା ଆଦିବାସୀ ମାନଙ୍କ ଜମି ଫେରସ୍ତ, ଜମି ହସ୍ତାନ୍ତର ଅନୁମତି ବନ୍ଦ, ଆଦିବାସୀ ଏବଂ ଅନ୍ୟାନ୍ୟ ବନବାସୀଙ୍କ ଜଙ୍ଗଲ ଜମି ଅଧିକାର ସ୍ୱୀକୃତି ଆଇନ ଅନୁସାରେ ଜଙ୍ଗଲ ଜମିର ପଟ୍ଟା ପ୍ରଦାନ, ବେଛାପରି ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ମହାବିଦ୍ୟାଳୟ ଗୁଡିକ ରେ ସିଟ ର ଅଭାବ ହେଉଥିବାରୁ ସିଟ ବୃଦ୍ଧି କରିବା , ଏଟ୍ରୋସିଟି କେଶରେ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିବା, ସେହିପରି କେନ୍ଦ୍ର ସରକାର କେନ୍ଦୁପତ୍ରରୁ ଜିଏସଟି ପ୍ରତ୍ୟାହାର କରିବା, ଆବାସ ପୋର୍ଟାଲ ଖୋଲି ଗରିବ ଆଦିବାସୀ ମାନଙ୍କୁ ଆବାସ ପ୍ରଦାନ, ଆଦିବାସୀ ଭାଷା ହୋ, ମୁଣ୍ଡାରୀ, ଭୂମିଜ, ସଓରା ଭାଷାକୁ ସମ୍ବିଧାନର ଅଷ୍ଟମ ସୂଚୀରେ ଅନୁମୋଦନ କରିବା, ଆଦିବାସୀ ଅଧ୍ୟୁଷିତ ଗାଁ ମାନଙ୍କରେ  ଇଣ୍ଟରନେଟ ରେ ପାଠ ପଢିବା ଓ ଅନଲାଇନ କାର୍ଯ୍ୟ ପାଇଁ ନେଟୱର୍କ ସଂଯୋଗ ବ୍ୟବସ୍ଥା କରିବା, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ଉପରେ ବକ୍ତା ମାନେ ଆଲୋକପାତ କରିଥିଲେ l ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ,ସେବlଶ୍ରମ କନ୍ୟାଶ୍ରମ

ଗୁଡିକରେ ସିଟ ସଂଖ୍ୟା ବୃଦ୍ଧି କରିବା,ହଷ୍ଟେଲ ବୃଦ୍ଧି କରିବା, ଶିକ୍ଷକ ପଦବୀ ପୂରଣ କରିବା, ଆଦିବାସୀ ମାନଙ୍କ ପାଇଁ ଖାଲି ପଡ଼ିଥିବା ପଦବୀ ଗୁଡିକୁ ସ୍ୱତନ୍ତ୍ର ନିଯୁକ୍ତି ପ୍ରକ୍ରିୟାରେ ପୂରଣ କରିବା ପାଇଁ   l ବୈଠକରେ  ମୁଖ୍ୟଅତିଥି ଭାବରେ  ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ପୂର୍ବତନ ସଭାପତି ତଥା ମୁଖ୍ୟ ଉପଦେଷ୍ଟା ଘନଶ୍ୟାମ ପଧାନୀ, ବ୍ଲକ ସଂଯୋଜକ  ବିକ୍ରମ ଭୋଇ,ବ୍ଲକ ସମ୍ପାଦକ ବିଦୁଭୂଷଣ ଭୋଇ ,ବସନ୍ତ ମାଝୀ, ବିସିକେଶନ ମିର୍ଦ୍ଧା, ଡିଙ୍ଗର ଭୋଇ,ପୂର୍ଣ ଚନ୍ଦ୍ର ମାଝୀ, ପୂର୍ଣ ଚନ୍ଦ୍ର ମାଝୀ (ଖ)ଶିବ ପ୍ରସାଦ ଭୋଇ,ସୁଧୀର କହଁର,କାର୍ତ୍ତିକ ମାଝୀ, ଶ୍ରୀମତୀ ସାହାଯ୍ୟ ମାଝୀ, ଶ୍ରୀମତୀ ଉପାସୀ କହଁର ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ । ସଭାକୁ ଯୁଗ୍ମ ସମ୍ପାଦକ ଗିରିରାଜ ଭୋଇ ପରିଚାଳନା କରିଥିଲେ । ପରେ ଝିଅ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ବ୍ଲକର କର୍ମକର୍ତ୍ତାଙ୍କ ସହ ବହୁ ସଂଖ୍ୟାରେ ଆଦିବାସୀ ଉପସ୍ଥିତ ଥିଲେ l ବିଦୁଭୂଷଣ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026

You Might Also Like