-+91-9937148622 |
prerana_bgr@rediffmail.com |
Friday 1st May 2026 |
R.N.I. Regd No. ODIODI/2010/46693
Breaking News
23-Oct-2023
ବୀରମହାରାଜପୁର , (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ ରଥପୁର ଦୁର୍ଗାପୂଜା କମିଟି ଓ 'ଜୀବନବିନ୍ଦୁ ଓଡିଶା ମୋ ପରିବାର ପକ୍ଷରୁ ମିଳିତ ଭାବରେ ରକ୍ତଦାନ ଶିବିର ଅନୁଷ୍ଠିତ' ହୋଇଯାଇଛି l ଉକ୍ତ ରକ୍ତଦାନ ଶିବିର କୁ ଜୀବନ ବିନ୍ଦୁ ର ଜିଲ୍ଲା ସଂଯୋଜକ ବୀରମହାରାଜପୁର ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜିତ କୁମାର ରଥ ପରିଚାଳନା କରିଥିବାବେଳେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ଉଫୁଲା ସରପଞ୍ଚ ଶ୍ରୀୟା କର୍ମୀ, ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷଙ୍କ ପ୍ରତିନିଧି କୃତିବାସ ମିଶ୍ର ହିଲୁଙ୍ଗ ସମିତି ସଭ୍ୟ ଶୈଳ ରଞ୍ଜନ ବାଦୀ ପ୍ରମୁଖ ଯୋଗ ଦେଇଥିଲେ l ଏଥିରେ ସମୁଦାୟ ୩୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା l ସମସ୍ତ ରକ୍ତ ଦାତା ମାନଙ୍କୁ ମାନ ପତ୍ର ଅତିଥି ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ କୁ ରଥପୁର ଦୁର୍ଗାପୂଜା କମିଟୀ ର କର୍ମକର୍ତ୍ତା ଓ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l ସୋନପୁର ବ୍ଲଡ ବ୍ୟାଙ୍କ କର୍ମଚାରୀ ରକ୍ତ ସଂଗ୍ରହ କରିଥିଲେ।