-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||     

HOME   ଜିଲ୍ଲା

ଆମ ଓଡିଶା ନବୀନ ଓଡିଶା ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ,ଖୋର୍ଦ୍ଧାର ୭ଟି ନିର୍ବାଚନମଣ୍ଡଳୀ ପାଇଁ ୯୫ କୋଟି – ୨୭୬୩ ପ୍ରକଳ୍ପ

26-Oct-2023



ଭୁବନେଶ୍ବର / ସବୁ ଗାଁର ବିକାଶ ହେବ, ଶୀଘ୍ର ହେବ, ଠିକ୍‌ ସମୟରେ ହେବ ଏବଂ ସ୍ବଚ୍ଛତାର ସହ ହେବ – 5T ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ଦୁଇଟି ଜିଲ୍ଲାର ୯୨ଟି ଗୁରୁତ୍ବପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାର ୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଜୟଦେବ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା । ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ରେ ୧୯୦ଟି ଗ୍ରାମ ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ। ସେହିପରି ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର। ଏଥିରେ ୮ଟି ବ୍ଲକ୍‌ର ୧୯୮ଟି ଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପ କରାଯିବ। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଆଜିର କାର୍ଯ୍ୟକ୍ରମ ପାଇଁ ଖୋର୍ଦ୍ଧା ଜିଲ୍ଲାର ୭ଟି ଓ ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ସରକାରୀ ହସ୍‌ପିଟାଲ ଯେପରି ବେସରକାରୀ ହସ୍‌ପିଟାଲ ଭଳି ଆଧୁନିକ ଚିକିତ୍ସା ଯୋଗାଇ ଦେବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଆମ ହସ୍‌ପିଟାଲ ଯୋଜନା ଆରମ୍ଭ କରିଛନ୍ତି। ସ୍କୁଲ କଲେଜ ଆଦି ଶିକ୍ଷାନୁଷ୍ଠାନ ଗୁଡିକରେ ମଧ୍ୟ ରୂପାନ୍ତର କାର୍ଯ୍ୟକ୍ରମ ଚାଲିଛି । ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ସାଂସଦ ଶ୍ରୀ ମାନସ ମଙ୍ଗରାଜ, ବିଧାୟକ ତଥା ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ବିଧାୟକ ଶ୍ରୀ ଅରବିନ୍ଦ ଢାଲି, ବିଧାୟକ ଶ୍ରୀ ଜ୍ୟୋତିରିନ୍ଦ୍ର ନାଥ ମିତ୍ର , ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବିଧାୟକ ଶ୍ରୀ ରଘୁନନ୍ଦନ ଦାସ, ବିଧାୟକ ଶ୍ରୀ ବିଜୟ ଶଂକର ଦାସ, ବିଧାୟକ ଶ୍ରୀ ସମ୍ବିତ ରାଉତରାୟଙ୍କ ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । । 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ। ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ୮ଟି ପ୍ରକଳ୍ପ ପାଇଁ ୩୪.୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହା ସହିତ ବେଗୁନିଆ ହସ୍‌ପିଟାଲକୁ ଉପଖଣ୍ଡ ହସ୍‌ପିଟାଲ ଭାବେ ଉନ୍ନୀତ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ବୋଲି ସେ ସୂଚନା ଦେଇଥିଲେ । ସେହିପରି ବୋଲଗଡର ପରମାନନ୍ଦ ମହାବିଦ୍ୟାଳୟର ରୂପାନ୍ତର ପାଇଁ ୨.୨୫ କୋଟି ଟଙ୍କା ଓ ବେଗୁନିଆ କଲେଜ ପାଇଁ ୧.୭୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ସେ କହିଥିଲେ । ସେହିପରି ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୫୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ସେ ସୂଚନା ଦେଇଥିଲେ । ଏଥିରେ ବରମୁଣ୍ଡା ବସ୍‌ ଟର୍ମିନାଲ ସହିତ ବିଜେବି କଲେଜ, ରାଜଧାନୀ କଲେଜ ଓ କମଳାନେହେରୁ କଲେଜର ରୂପାନ୍ତର ପାଇଁ ୬.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସେହିପରି ଜୟଦେବ ନିର୍ବାଚନ ମଣ୍ଡଳୀରେ ୧୧ଟି ପ୍ରକଳ୍ପ ପାଇଁ ୧୬୮.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ଶିଶୁଅନନ୍ତ ମହାବିଦ୍ୟାଳୟ, ପ୍ରତାପ ଶାସନ କଲେଜ, ବୁଦ୍ଧନାଥ ମନ୍ଦିର, କୁଆଖାଇ ଜଗନ୍ନାଥ ମନ୍ଦିର ଓ ଶିଶୁ ଅନନ୍ତ ପୀଠର ରୂପାନ୍ତର ପ୍ରଭୃତି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଖୋର୍ଦ୍ଧା ଜିଲ୍ଲାରେ ୮ଟି ପ୍ରକଳ୍ପ ପାଇଁ ୪୦.୬୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ପାଇକ ଏକାଡେମୀ ତଥା ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରାଣନାଥ କଲେଜ, ନିରାକାରପୁର କ୍ଷେତ୍ରବାସୀ ଡିଏଭି କଲେଜ ଓ କାଇପଦର ଶ୍ରୀଜଗନ୍ନାଥ ମନ୍ଦିରର ରୂପାନ୍ତର ପାଇଁ ମଧ୍ୟ ଅର୍ଥ ମଞ୍ଜୁର କରାଯାଇଛି । ଭୁବନେଶ୍ବର ଉତ୍ତର ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୩ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ବିଜୁ ପଟ୍ଟନାୟକ କଲେଜ, ଜୟଦେବ କଲେଜ ଓ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜ ଭଳି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଚିଲିକା ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୬୨.୪୩ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ଶ୍ରୀ ଚଣ୍ଡେଶ୍ବର ଦେବ ମନ୍ଦିର, ଗୋଦାବରିଶ ମହାବିଦ୍ୟାଳୟ ଓ ବାଲୁଗାଁ ମହାବିଦ୍ୟାଳୟ ଆଦି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଜଟଣୀ ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୮୧.୧୪ କୋଟି ଟଙ୍କା ମଂଜୁର ହୋଇଥିବା ବେଳେ ଜଟଣୀ କଲେଜର ରୂପାନ୍ତର ଏବଂ ବିଭିନ୍ନ ବେସରକାରୀ ଗୃହନିର୍ମାଣ ପ୍ରକଳ୍ପ ଗୁଡିକୁ ରାସ୍ତା ସଂଯୋଗ ପାଇଁ ଅର୍ଥ ମଞ୍ଜୁର କରାଯାଇଛି । ଏହାସହିତ ଜଟଣୀ ଓ ଖୋର୍ଦ୍ଧାର ଖାସମାହାଲ ଜମି ଗୁଡିକର ସମାଧାନ କରି ପଟ୍ଟା ଯୋଗାଇ ଦେବାପାଇଁ ବ୍ୟବସ୍ଥା କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । ବେସରକାରୀ ଗୃହ ନିର୍ମାଣ ପ୍ରକଳ୍ପ ଗୁଡିକୁ ରାସ୍ତା ସଂଯୋଗୀକରଣ ଯୋଗୁ ଦେଢ ଲକ୍ଷ ଲୋକ ଉପକାର ପାଇବେ ବୋଲି ସେ ସୂଚନା ଦେଇଥିଲେ । ସେହିପରି ଖୋର୍ଦ୍ଧା ଜିଲ୍ଲାରେ ୫୭ଟି ପ୍ରକଳ୍ପ ପାଇଁ ୧୧୬୦.୫୦ କୋଟି ଟଙ୍କା ମଂଜୁର କରାଯାଇଛି । ଜଗତସିଂହପୁର ଜିଲ୍ଲାର ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ୧୫ଟି ଶିକ୍ଷାନୁଷ୍ଠାନ ପାଇଁ ୧୦ କୋଟି ଓ ୯୧ଟି ଧାର୍ମିକ ଅନୁଷ୍ଠାନ ରୂପାନ୍ତର ପାଇଁ ୪ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହାସହିତ ସ୍ବାମୀ ବିବେକାନନ୍ଦ କଲେଜ, ସ୍ବାମୀ ବିବେକାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟ ଓ ମାଛଗାଁ ମୁଖ୍ୟ କେନାଲ ଉପରେ Box Conduit ପ୍ରଭୃତି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୧.୨୫ କୋଟି ଟଙ୍କା ମଂଜୁର କରାଯାଇଛି । ବାଲିକୁଦା ନିର୍ବାଚନ ମଣ୍ଡଳୀରେ ୭ଟି ପ୍ରମୁଖ ପ୍ରକଳ୍ପ ପାଇଁ ୪୯.୬୨ କୋଟି ଟଙ୍କା ମଂଜୁର କରାଯାଇଛି । ଏଥିରେ ଏରସମା କୁଞ୍ଜବିହାରୀ ମନ୍ଦିର, ବନ୍ଦର ପର୍ଯ୍ୟଟନ ପ୍ରକଳ୍ପ, ବାଲିକୁଦା ଡିଗ୍ରୀ କଲେଜ, ଶିଆଳୀ ବେଳାଭୂମୀର ଉନ୍ନତିକରଣ ଆଦି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଏହାସହିତ ୭୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନର ଉନ୍ନତିକରଣ ପାଇଁ ୧୧.୫୨ କୋଟି ଟଙ୍କା ମଂଜୁର କରାଯାଇଛି । ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ୮ଟି ପ୍ରମୁଖ ପ୍ରକଳ୍ପ ପାଇଁ ୨୭.୪୫ କୋଟି ଟଙ୍କା ମଂଜୁର କରାଯାଇଛି । ଏଥିରେ ପଞ୍ଚଶଖା ଧ୍ୟାନପୀଠ, ଶ୍ରୀ ଶ୍ରୀ ଗୋରଖନାଥ ମନ୍ଦିର, ଧଲତାନଗଡ ଜୈବ ବିବିଧତା ପ୍ରକଳ୍ପ, ଆଦିକବି ସାରଳା ଦାସ ଡିଗ୍ରୀ କଲେଜ ଆଦି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଏହାସହିତ ୧୨୧ଟି ଶିକ୍ଷାନୁଷ୍ଠାନ ଏବଂ ଧାର୍ମିକ ଅନୁଷ୍ଠାନ ପାଇଁ ୧୩.୨୫ କୋଟି ଟଙ୍କା ମଂଜୁର କରାଯାଇଛି । ପାରାଦୀପ ନିର୍ବାଚନମଣ୍ଡଳୀରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୪.୫୮ କୋଟି ଟଙ୍କା ମଂଜୁର କରାଯାଇଛି । ଏଥିରେ କୁଜଙ୍ଗ ଡିଗ୍ରୀ କଲେଜ, ପାରାଦୀପ ଡିଗ୍ରୀ କଲେଜ, ତାଳଦଣ୍ଡା କେନାଲର ଉନ୍ନତିକରଣ ଆଦି ପ୍ରମୁଖ ପ୍ରକଳ୍ପ ରହିଛି । ସେହିପରି ୫୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୫୦ କୋଟି ଟଙ୍କା ମଂଜୁର କରାଯାଇଛି । ଏହିପରି ୩୫ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ସମୁଦାୟ ୧୬୧.୧୭ କୋଟି ଟଙ୍କା ମଂଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026

You Might Also Like