-+91-9937148622 |
prerana_bgr@rediffmail.com |
Friday 15th May 2026 |
R.N.I. Regd No. ODIODI/2010/46693
Breaking News
03-Nov-2023
ବଲାଙ୍ଗିର(ସନ୍ତୋଷ କୁମାର ଠାକୁର ): ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨୩ ଅକ୍ଟୋବର ୩୦ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ଆଜି ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ଏକ ସଚେତନତା ରାଲି ଓ ପଥପ୍ରାନ୍ତ ନାଟକ ଅନୁଷ୍ଠିତ ହୋଇଯାଇଛି । କୋଶଳ କଳା ମଣ୍ଡଳ ପଡିଆରୁ ବାହାରିଥିବା ଏହି ସଚେତନତା ରାଲି କୁ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ଓ ଷ୍ଟେଟ ବ୍ୟାଙ୍କ ଓଫ ଇଣ୍ଡିଆ କ୍ଷେତ୍ରୀୟ ମୁଖ୍ୟ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ସଚେତନତା ରାଲି କୋଶଳ କଳା ମଣ୍ଡଳ ପଡିଆରୁ ବାହାରି ସହର ପରିକ୍ରମା କରିଥିଲା । ସଚେତନତା ରାଲି ରେ ସହରର ବିଭିନ୍ନ ସଂଗଠନ ର କର୍ମକର୍ତ୍ତା , ବିଭିନ୍ନ ବିଭାଗର ଅଧିକାରୀ, ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ସ୍କାଉଟ, ରେଡକ୍ରସ, ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖାର କର୍ମଚାରୀ ମାନେ ଯୋଗ ଦେଇଥିଲେ । ଏହି ସଚେତନତା ରାଲି କୁ ଡ଼ିଏସପି ଭିଜିଲାନ୍ସ, ବଲାଙ୍ଗିର ପୁଲସ୍ତି ଛତ୍ରିଆ, ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ, ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ ପ୍ରମୁଖ ପରିଚାଳନା କରିଥିଲେ । ସେହିପରି ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ କଚେରୀ ଛକ ଓ କୋଶୋଳ କଳା ମଣ୍ଡଲଠାରେ ଭବାନୀ ଶଙ୍କର କଳା ପରିଷଦ କୁଟେନପାଲିର କଳାକାର ମାନଙ୍କ ଦ୍ଵାରା ଦୁର୍ନୀତି ନିବାରଣ ସମ୍ପର୍କିତ ଏକ ସଚେତନତା ଧର୍ମୀ ପଥପ୍ରାନ୍ତ ନାଟକ ଅନୁଷ୍ଠିତ ହୋଇଥିଲା ।