-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ

04-Nov-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲାରେ ଖରିଫଧାନ ସଂଗ୍ରହ ନିମନ୍ତେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଡିସେମ୍ବର 06 ତାରିଖ ରୁ ଡୁଙ୍ଗୁରିପାଲି ଓ ବିନିକା ବ୍ଲକ ଏବଂ ଡିସେମ୍ବର 10 ତାରିଖ ରୁ ବୀରମହାରାଜପୁର, ଉଲୁଣ୍ଡା, ସୋନପୁର ଓ ତରଭା ବ୍ଲକ ରେ ଖରିଫ ଧାନ କ୍ରୟ ନିମନ୍ତେ  ନିର୍ଦ୍ଧିଷ୍ଟ ତାରିଖ ସ୍ଥିରକୃତ କରାଯାଇଛି l ଏଥି ନିମନ୍ତେ  ଜିଲ୍ଲାର ବିଭିନ୍ନ ବ୍ୟବସ୍ଥିତ 110 ଟି ଧାନ କ୍ରୟ କେନ୍ଦ୍ରରୁ ଯୋଗାଣ ନିଗମ ଧାନ କ୍ରୟ କରିବ l ଖରିଫ  ଧାନ କ୍ରୟ  ପ୍ରକ୍ରିୟା ନିମନ୍ତେ ଟୋକନ ବ୍ୟବସ୍ଥା କରାଯିବ, ମାତ୍ର ଏକର ପ୍ରତି କେତେ ପରିମାଣରେ ଧାନ କିଣାଯିବ ସେଥିପାଇଁ ରାଜ୍ୟ ସ୍ତରୀୟ କ୍ରୟ କମିଟି ନିଷ୍ପତ୍ତି ଗ୍ରହଣ କଲାପରେ ଜଣାପଡିବ l ଚଳିତ ବର୍ଷ ଏଫ ଏ କ୍ୱିଉ ଧାନର ସର୍ବନିମ୍ନ ସହାୟକ ସରକାରୀ ଧାର୍ଯ୍ୟ ମୂଲ୍ୟ 2183/- ଟଙ୍କା ରହିଥିବା ବିଭାଗ ତରଫରୁ ସୂଚନା ଦିଆଯାଇଛି l ମଣ୍ଡି ଗୁଡିକ ରବିବାର ବ୍ୟତୀତ  ସପ୍ତାହକ 6 ଦିନ ଖୋଲା ରହିବା ସହିତ ସକାଳ 8 ଘଣ୍ଟାରୁ ଅପରାହ୍ନ 2 ଘଣ୍ଟା ପର୍ଯ୍ୟନ୍ତ ଧାନ ସଂଗ୍ରହ କରାଯିବ l ଚଳିତ ବର୍ଷ ଖରିଫ  ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର 67122 ଜଣ ଚାଷୀ ପଂଜିକୃତ ହୋଇଥିବାବେଳେ ସମସ୍ତ ଚାଷୀ ଭେଳିଡେଟେଡ଼ ହୋଇଥିବା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l ସମସ୍ତ ମଣ୍ଡି ଗୁଡିକରେ କୌଣସି ପ୍ରକାର ଅସୁବିଧା କୁ ସମ୍ମୁଖୀନ ଓ ପ୍ରତିହତ କରିବା ନିମନ୍ତେ ପାନୀୟ ଜଳ, ବିଜୁଳି, ଟ୍ରପୋଲିନ ଓ ଚାଷୀଙ୍କ ପାଇଁ ଆଶ୍ରୟସ୍ଥଳ ପ୍ରତି ବିଶେଷ ଗୁରୁତ୍ୱ ଦେବା ସହ ଚାଷୀ ଯେପରି ଖରିଫ ଧାନ ବିକ୍ରୟ କୁ ସହଜ ଓ ସୁବିଧାରେ କରିପାରିବ ସେଥିପାଇଁ ଜିଲ୍ଲାର ଚାଷୀଙ୍କୁ ଆବଶ୍ୟକ ସଚେତନ କରାଇବା ନିମନ୍ତେ ବ୍ୟାପକ ପ୍ରଚାର ପ୍ରସାର କରିବାକୁ ସମ୍ପୃକ୍ତ  ବିଭାଗୀୟ ଅଧିକାରୀ ଯତ୍ନବାନ ହେବାକୁ ପରାମର୍ଶ ଦିଆଯାଇଛି l ଉପସ୍ଥିତ ଚାଷୀ ପ୍ରତିନିଧି ଓ ମିଲର୍ସ ଙ୍କ ତରଫରୁ ଚଳିତ ବର୍ଷ ରବି ଧାନ କ୍ରୟ ସମୟରେ ଓ ପରେ ଉପୁଜିଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିବା ଓ  ଚଳିତ ବର୍ଷ ତ୍ରୁଟି ସମାଧାନ ଦିଗରେ ଜିଲ୍ଲା ପ୍ରଶାସନ ଗୁରୁତ୍ବଦେବl ସହ ଖରିଫ ଧାନ କ୍ରୟ କୁ ସୁ ବ୍ୟବସ୍ଥିତ କରାଯିବlକୁ ଜିଲ୍ଲାପାଳ ଶ୍ରୀ ରାୟ  ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଓ ସଂସ୍ଥାକୁ ପରାମର୍ଶ ଦେଇଛନ୍ତି ତତ ସହ ଉକ୍ତ ସମୟରେ ଧାନ ସଂଗ୍ରହ ସମ୍ପର୍କିତ ଚାଷୀଙ୍କ ବିଭିନ୍ନ ସମସ୍ୟା, ଅଭିଯୋଗ ଉପରେ ତୁରନ୍ତ ସମାଧାନ ନିମନ୍ତେ  ଜିଲ୍ଲା ଯୋଗାଣ ବିଭାଗ ତରଫରୁ ଉତ୍ସର୍ଗୀକୃତ ଯୋଗାଯୋଗ ନମ୍ବର ସହ କାର୍ଯ୍ୟାଳୟରେ କଣ୍ଟ୍ରୋଲ ରୁମ ଖୋଲିବା କୁ  ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦେଶ ପ୍ରଦାନ କରିଛନ୍ତି  l ଏହି ଗୁରୁତ୍ୱପୂର୍ଣ ଜିଲ୍ଳା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ମାନ୍ୟବର ବିଧାୟକ ବୀରମହାରାଜପୁର ଶ୍ରୀଯୁକ୍ତ ପଦ୍ମନାଭ ବେହେରା  ଯୋଗଦାନ କରି ଜିଲ୍ଲାରେ ଚାଷ ଓ ଚାଷୀ ର ଗୁରୁତ୍ୱାରୋପ କରିବାସହ ଜିଲ୍ଲାରେ ଖରିଫ ଧାନ କ୍ରୟ ପ୍ରକ୍ରିୟା କୁ ସୁବ୍ୟବସ୍ଥିତ ଓ ସୁଚାରୁରୂପେ ପରିଚାଳନା ନିମନ୍ତେ ଧାନ ସଂଗ୍ରହ କେନ୍ଦ୍ର ଗୁଡିକରେ ଭିତ୍ତି ଭୂମି କୁ ଯଥୋଚିତ ପ୍ରସ୍ତୁତି ପାଇଁ ପ୍ରଶାସନ ତଥା ସମ୍ପୃକ୍ତ ବିଭାଗ କୁ  ପରାମର୍ଶ ଦେଇଛନ୍ତି l ଏହି ବୈଠକରେ ଜିଲ୍ଳା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା, ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା, ଅତିରିକ୍ତ

ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ , ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଡ଼ ବିଭୁତି ଭୂଷଣ ମିଶ୍ର,ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଓ ବୀରମହାରାଜପୁର ଉପଜିଲ୍ଲାପାଳ ଲଲାଟେନ୍ଦୁ ସି , ମାନ୍ୟବର ମନ୍ତ୍ରୀ  ତଥା ବିଧାୟକ ସୋନପୁର ଙ୍କ ପ୍ରତିନିଧି ମକରଧ୍ବଜ ସାହୁ ଡୁଙ୍ଗୁରିପାଲି ବ୍ଲକ ଉପାଧକ୍ଷ୍ୟ , ସମ୍ପାଦକ ନିୟନ୍ତ୍ରିତ ବଜ଼ାର କମିଟି, ଜିଲ୍ଳା ସମବାୟ ଉପନିବନ୍ଧକ ସୁବର୍ଣ୍ଣପୁର, ଜିଲ୍ଲା ଚାଷୀ ସଂଗଠନ ର କର୍ମକର୍ତ୍ତା, ମିଲର୍ସ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ଅଂଶ ଗ୍ରହଣ କରି ଆଲୋଚନାରେ ଭାଗ ନେଇଥିଲେ l ବୈଠକରେ  ଜିଲ୍ଲପାଳ ଶ୍ରୀ ରାୟ ସଭା ପରିଚାଳନା କରିଥିବାବେଳେ ସୁରେଶ ପାଣିଗ୍ରାହୀ ମୁଖ୍ୟ ଜିଲ୍ଲା ଯୋଗାଣ ଅଧିକାରୀ ବୈଠକରେ ସ୍ୱାଗତ କରିବା ସହ ଅଧ୍ୟକ୍ଷଙ୍କ ଅନୁମତିରେ ବିବରଣୀ ପାଠ କରିଥିଲେ l ସଭା ଶେଷରେ ଏ ସି ଏସ ଓ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like