-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ, ନଭେମ୍ବର ୨୯ ରୁ ମାର୍ଚ୍ଚ ୩୧ତାରିଖ ମଧ୍ୟରେ ପର୍ଯ୍ୟାୟ କ୍ରମେ ମଣ୍ଡି ରୁ ଧାନ ସଂଗ୍ରହ ଆରମ୍ଭ

04-Nov-2023



 

କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ନଭେମ୍ବର ୨୯ ରୁ ମାର୍ଚ୍ଚ ୩୧ମଧ୍ୟରେ ପର୍ଯ୍ୟାୟ କ୍ରମେ ବିଭିନ୍ନ ବ୍ଲକର ମଣ୍ଡି ରୁ ଧାନ କ୍ରୟ ନିମନ୍ତେ ପ୍ରଶାସନିକ ପଦକ୍ଷେପ ଉପରେ ବିଶେଷ ଆଲୋଚନା ହୋଇଥିଲା । ବୈଠକରେ ନର୍ଲା ବିଧାୟକ ଭୁପିନ୍ଦର ସିଂହ, ଜିଲ୍ଲା  ପରିଷଦ  ଅଧ୍ୟକ୍ଷ   ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହ ଦେଓ, ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ, ଉପ ଜିଲ୍ଲାପାଳ ଧର୍ମଗଡ ବିରଞ୍ଚି  ନାରାୟଣ ଦରୱାନ ,ଉପ ଜିଲ୍ଲାପାଳ ,ଭବାନୀପାଟଣା ଡ. ବିଶ୍ୱଜିତ୍ ଦାସ , ବି ସି ସି ବି ବ୍ୟାଙ୍କ ଅଧ୍ୟକ୍ଷ ଗିରିଶ ଚନ୍ଦ୍ର ବେହେରା,ଲୋକସଭା ସାଂସଦ, କଳାହାଣ୍ଡି, ଭବାନୀପାଟଣା, ଧର୍ମଗଡ ଓ ଜୁନାଗଡ ବିଧାୟକଙ୍କ ପ୍ରତିନିଧି ପ୍ରମୁଖ  ଉପସ୍ଥିତ ଥିଲେ ।

ବୈଠକରେ ପ୍ରଥମେ ଜିଲ୍ଲା ଯୋଗାଣ ଅଧିକାରୀ ପବିତ୍ର ସାହୁ ସମସ୍ତଙ୍କୁ ସ୍ଵାଗତ କରି ଏଜେଣ୍ଡା ଅନୁଯାୟୀ ସଭା କାର୍ଯ୍ୟକୁ ଆଗେଇଥିଲେ । ଜିଲ୍ଲାପାଳ ଚାଷୀମାନଙ୍କ ସୁବିଧା ପାଇଁ ମଣ୍ଡି ରେ ପର୍ଯ୍ୟାପ୍ତ ସୁବିଧା ,ଶୀଘ୍ର ଧାନ ଉଠିବା ପାଇଁ ନିଆଯାଉଥିବା ପଦକ୍ଷେପ ଓ ଚୋରା ଚାଲାଣ ହେଉଥିବା ଧାନ ଗାଡ଼ି କୁ ଜବତ କରିବା ଉପରେ ମତ ଦେଇଥିଲେ । ନର୍ଲା ବିଧାୟକ ଭୁପିନ୍ଦର ସିଂହ ଗତ ଖରିଫ ରେ ମଣ୍ଡି ରେ ଉପୁଜିଥିବା ବିଭିନ୍ନ ସମସ୍ୟାକୁ ଉପସ୍ଥାପନ କରି ମିଲର ମାନେ ନିଜର କର୍ମଚାରୀ ନ ପଠାଇ ଦଲାଲ ମାଧ୍ୟମରେ ଧାନ ଉଠାଉ ଥିବାରୁ ଚାଷୀମାନେ କଟଣି ଛଟଣୀର ଶିକାର ହେଉଛନ୍ତି ପ୍ରକାଶ କରି ଜିଲ୍ଲାପାଳ ଏ ଦିଗରେ ବିଶେଷ ଧ୍ୟାନ ଦେବାକୁ କହିଥିଲେ । ସଭାରେ ଗନି ବ୍ୟାଗ୍ ର ଅସୁବିଧା, ମଣ୍ଡି ରେ ବିଜୁଳି, ଭିତ୍ତିଭୂମି , ଆଶ୍ରୟ ସ୍ଥଳ , ଟୋକନ୍ ସମୟ ସୀମା, ସମସ୍ତ ବ୍ଲକରେ ଓଜନ ମେସିନ ର ଉପଲବ୍ଧି ଉପରେ ଆଲୋଚନା ହୋଇଥିଲା । ସଭାରେ ଚାଷୀ ପ୍ରତିନିଧି, ମିଲର ତଥା ପ୍ରଶାସନିକ ସହଯୋଗରେ ଚଳିତ ଖରିଫ ଧାନ ସଂଗ୍ରହକୁ ବିନା ଅସୁବିଧାରେ କରିବାକୁ ସର୍ବସମ୍ମତି ପ୍ରକାଶ ପାଇଲା । ସୁଚନା ଅନୁସାରେ କୋକସରା, ନର୍ଲା, ଏମ ରାମପୁର, କର୍ଲାମୁଣ୍ଡା ବ୍ଲକରେ ନଭେମ୍ବର ୨୯ ତାରିଖ, ଭବାନୀପାଟଣା,କେସିଙ୍ଗା, ଧର୍ମଗଡ଼, ଜୁନାଗଡ,ଗୋଲାମୁଣ୍ଡା, ଜୟପାଟଣା, କଲମପୁର ବ୍ଲକରେ ଡିସେମ୍ବର ୧ ତାରିଖ ଏବଂ ଚଳିତ ବର୍ଷ ଏଫ୍.ଏ.କ୍ୟୁ ଧାନ ର ସରକାରୀ ଧାର୍ଯ୍ୟ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୧୮୩/- ଟଙ୍କା ଏବଂ ଗ୍ରେଡ-ଏ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୨୦୩/- ଟଙ୍କା ରଖାଯାଇଛି । ଚଳିତ ବର୍ଷ ଖରିଫ ଧାନ

ବିକ୍ରୟ ପାଇଁ ଜିଲ୍ଲାରେ ୧,୧୨,୨୮୨ ଜଣ ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଚଳିତ ଖରିଫ ଋତୁରେ ୧୮୨୭୭୭ ହେକ୍ଟର ଧାନ ହୋଇଥିବା ଜମିରୁ  ୭,୮୨,୯୫୬ ମେଟ୍ରିକ୍ ଟନ୍ ଧାନ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି । ଖରିଫ ୨୦୨୩-୨୪ ରେ ଭବାନୀପାଟଣା ଓ ଧର୍ମଗଡ ସବ-ଡିଭିଜନ ରେ ୭୪ ଟି ପାକ୍ସ, ୨୧୩ ଟି ଧାନ ସଂଗ୍ରହ କେନ୍ଦ୍ର, ୩୨ ଟି ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ ଦ୍ଵାରା ଧାନ ସଂଗ୍ରହ କରାଯିବ । ସଭାରେ ବିଭାଗୀୟ ଅଧିକାରୀ, ଜିଲ୍ଲା ଚାଷୀ ପ୍ରତିନିଧ , ମିଲର  ସଭାପତି,ବିଭିନ୍ନ  ବ୍ଲକରୁ ଚାଷୀ ପ୍ରତିନିଧି, ପାକ୍ସ୍ କର୍ମକର୍ତ୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like