-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ରାଜ୍ୟ

ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ପରେ ଅନ୍ୟ ମନ୍ଦିର କେବେ ଖୋଲିବ ପ୍ରଶାସନ

16-Dec-2020



(ପ୍ରେରଣା ଖବର) ଭୁବନେଶ୍ୱର : ଶ୍ରୀମନ୍ଦିର ପରେ ଭକ୍ତଙ୍କ ପାଇଁ ଆଶ୍ୱସ୍ତି ଆଣିଲା ଲିଙ୍ଗରାଜ ମନ୍ଦିର। ଆସନ୍ତା ୨୭ ତାରିଖରୁ ଖୋଲିବ ଶ୍ରୀ ଲିଙ୍ଗରାଜ ମନ୍ଦିର। ତେବେ କରୋନା ସ୍ଥିତିରେ ଉନ୍ନତି ଓ ସାଧାରଣ ଜୀବନ ଯାତ୍ରା ସ୍ୱାଭାବିକ ପରେ ରାଜ୍ୟର ହଜାର ହଜାର ମନ୍ଦିର ଏବେ ବି ବନ୍ଦ ପଡ଼ିଥିବାରୁ ସେସବୁ ଦେବଦେବୀ ପୀଠ କେବେ ଖୋଲିବ ତାକୁ ନେଇ ଦ୍ୱନ୍ଦ୍ୱରେ ଉଭୟ ଭକ୍ତ, ସେବାୟତ। କୋରନା କବଳିତ ଭକ୍ତ ସମାଜ ଲାଗି ବଡ଼ ବିଜୟ। ପୁରୀ ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତି ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଲିଙ୍ଗରାଜ ମନ୍ଦିର। ଆଜି ହୋଇଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଆସନ୍ତା ୨୭ରୁ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନର ସୌଭାଗ୍ୟ ପାଇବେ ସେବାୟତ ପରିବାର ସଦସ୍ୟ। ପରେ ଜାନୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ରାଜଧାନୀବାସୀ ଲିଙ୍ଗରାଜଙ୍କ ଦର୍ଶନର ସୁଯୋଗ ପାଇବେ। ୬ ତାରିଖରୁ ସାଧାରଣ ଭକ୍ତଙ୍କ ଲାଗି ଉନ୍ମକ୍ତ ହେବ ମନ୍ଦିର ପରିସର। ତେବେ କୋଭିଡ୍ କଟକଣା ସ୍ୱରୂପ ଲିଙ୍ଗରାଜ ମନ୍ଦିର ପ୍ରବେଶ ପାଇଁ ଚାହୁଁଥିବା ଭକ୍ତଙ୍କୁ ପାଖରେ ରଖିବାକୁ ପଡ଼ିବ ୪-୫ ଦିନ ତଳର କୋଭିଡ୍ ନେଗେଟିଭ୍ ରିପୋର୍ଟ। ସେହିଭଳି ଲିଙ୍ଗରାଜ ମନ୍ଦିରରେ ଏକକାଳୀନ ସର୍ବାଧିକ ୫ ଶହ ଭକ୍ତ ଉପସ୍ଥିତ ରହିବା ନେଇ ବି ଜାରି ହୋଇଛି ଏସଓପି। ତାସହ ବିଏମସି ଅଧିନରେ ଆସୁଥିବା ସବୁ ଧାର୍ମିକ ଅନୁଷ୍ଠାନ ଖୋଲିବାକୁ ବି ଅନୁମତି ଦେଇଛି ପ୍ରଶାସନ। ପ୍ରଥମେ ଶ୍ରୀମନ୍ଦିର ଓ ପରେ ଲିଙ୍ଗରାଜ ଖୋଲିବା ନିଷ୍ପତ୍ତି ପରେ ଏବେ ପ୍ରଶାସନର ସିଗ୍ନାଲ ଅପେକ୍ଷାରେ ରାଜ୍ୟର ଅନ୍ୟ ପ୍ରସିଦ୍ଧ ଓ ପ୍ରମୁଖ ମନ୍ଦିର। ବିଶେଷକରି ଦେବୋତ୍ତର କମିଶନ ଅଧୀନରେ ଥିବା ରାଜ୍ୟର ୧୮ ହଜାର ମନ୍ଦିରରେ ଏବେ ବି ତାଲା ଝୁଲୁଥିବାରୁ ଖାଁ ଖାଁ ପ୍ରାୟ ସମସ୍ତ ମନ୍ଦିର ପରିସର। ତେବେ ପ୍ରଶ୍ନ ଉଠୁଛି, କୋଭିଡ୍ ସ୍ଥିତିକୁ ଦେଖି ସ୍ଥାନୀୟ ପ୍ରଶାସନ ସହ ଆଲୋଚନା ପରେ ମନ୍ଦିର ଖୋଲିବାକୁ ବହୁ ପୂର୍ବରୁ ରାଜ୍ୟ ସରକାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ବି ଏଯାଏଁ କାହିଁକି ଖୋଲିପାରୁନି ଗୋଟିଏ ହେଲେ ଦେବଦେବୀଙ୍କ ପୀଠ? ସରକାରଙ୍କ ନିର୍ଦ୍ଦେଶକୁ କେତେ ପରିମାଣର ଅନୁପାଳନ କରିଛନ୍ତି କେଉଁ ଜିଲ୍ଲାପାଳ? ଏପରି ଅନେକ ପ୍ରଶ୍ନ ରାଜ୍ୟବାସୀଙ୍କ ମନରେ ଉଙ୍କି ମାରୁଥିବାବେଳେ ନିକଟରେ ସବୁ ମନ୍ଦିର ଖୋଲିବା ଲାଗି ମୋଡାଲିଟି ଧାର୍ଯ୍ୟ  କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି ଦେବୋତ୍ତର କମିଶନ । ଏସବୁ ସତ୍ତ୍ୱେ ରାଜ୍ୟ ସରକାର ରାଜ୍ୟର ଅନ୍ୟ ମନ୍ଦିର ଖୋଲିବା ନେଇ କୌଣସି ନିଷ୍ପତ୍ତି ଗ୍ରହଣ କରୁନଥିବାରୁ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି ସେବାୟତ ଓ ଭକ୍ତ ସମାଜ। କରୋନା ପାଇଁ ଆଜକୁ ଦୀର୍ଘ ୯ ମାସ ଧରି ବନ୍ଦ ରହିଛି ରାଜ୍ୟର ସମସ୍ତ ଧାର୍ମିକ ପୀଠ। ଏବେ ପୁରୀ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ଖୋଲିବା ନିଷ୍ପତ୍ତି ପରେ ଅନ୍ୟ ମନ୍ଦିର ଖୋଲିବା ନେଇ ଆଶା ଉଜ୍ଜୀବିତ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like