-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ –ନଭେମ୍ବର ୨୮ ତାରିଖରୁ ଜିଲ୍ଲାରେ ଖରିଫ ଧାନ କ୍ରୟ ଆରମ୍ଭ ହେବ

16-Nov-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର ): ବଲାଙ୍ଗିର ଜିଲ୍ଲାରେ ଖରିଫ ୨୦୨୩-୨୪ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ଆଜି ପୂର୍ବାହ୍ନ ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଜଳ ସମ୍ପଦ ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ଟିଟିଲାଗଡ ବିଧାୟିକା ଟୁକୁନି ସାହୁ, , ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର , ଲୋଇସିଂହ ବିଧାୟକ ମୁକେଶ ମହାଲିଙ୍ଗ, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ଜିଲ୍ଲା ପରିଷଦ

ଅଧ୍ୟକ୍ଷା  ଦେବକୀ ସାହୁ , ବଲାଙ୍ଗିର ଉପଜିଲ୍ଲାପାଳ ପ୍ରଭାସ ଦଣ୍ଡସେନା, ଟିଟିଲାଗଡ ଉପ–ଜିଲ୍ଲାପାଳ ଦୟାମୟ ପାଢୀ ,ପାଟଣାଗଡ ଉପ–ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ , ବଲାଙ୍ଗିର ଜିଲ୍ଲା କୃଷକଙ୍କ ପ୍ରତିନିଧି ସୌମେନ୍ଦ୍ର ପରିଚ୍ଛା, ଯତି ପଧାନଙ୍କ ସମେତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, କୃଷି ସମବାୟ , ଜଳ ସେଚନ, ନିୟନ୍ତ୍ରିତ ବଜାର କମିଟି, ଭାରତୀୟ ଖାଦ୍ୟ ନିଗମର   ଅଧିକାରୀ ଓ ମିଲର୍ସ ପ୍ରତିନିଧି ମାନେ ଯୋଗଦେଇଥିଲେ । ବୈଠକ ପ୍ରାରମ୍ଭ ରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ବଲାଙ୍ଗିର ଜିଲ୍ଲାରେ ଚଳିତ ଖରିଫ ଧାନ କ୍ରୟ ଯେପରି ସୁଚାରୁରୂପେ ସମ୍ପାଦିତ ହେବ ,ଚାଷୀ ମାନେ ସେମାନଙ୍କର ଉତ୍ପାଦିତ ଧାନ ମଣ୍ଡି ଗୁଡିକରେ ଯେପରି ସୁରୁଖୁରୁରେ ବିକ୍ରୟ କରିପାରିବେ ସେଥିପ୍ରତି ବିଭାଗୀୟ ଅଧିକାରୀ ତଥା ଧାନ କ୍ରୟ କାର୍ଯ୍ୟ ରେ ନିୟୋଜିତ କର୍ମଚାରୀ ମାନେ ଯତ୍ନବାନ ହେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଜି ପ୍ରଭାକର ପାତ୍ର ଆଲୋଚ୍ୟ ବିଷୟ ଉପସ୍ଥାପନ କରିବା ସହ ଚଳିତ ଖରିଫ ରେ ବଲାଙ୍ଗିର ଜିଲ୍ଲାରେ ବିଭିନ୍ନ ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ ) ଓ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଜରିଆରେ ଧାନ କ୍ରୟ ସମ୍ପର୍କରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସୂଚନା ପ୍ରଦାନ କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ବଲାଙ୍ଗିର ଜିଲ୍ଲାରେ ଚଳିତ ନଭେମ୍ବର ମାସ ୨୮ ତାରିଖରୁ ୧୫୮ ଗୋଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ ) ଓ ୧୭ ଗୋଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଜରିଆରେ ଧାନ କ୍ରୟ କରାଯିବ । ଚଳିତ ଖରିଫ ବିପଣନ ବର୍ଷ ସକାଶେ ସାଧାରଣ ଏଫ .ଏ .କ୍ୟୁ .ଧାନ ର ସର୍ବନିମ୍ନ ସହାୟକ ମୂଲ୍ୟ କ୍ଵିଣ୍ଟାଲ ପ୍ରତି ୨୧୮୩  ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ଗ୍ରେଡ ଏ  ଏଫ .ଏ .କ୍ୟୁ .ଧାନ ର ସର୍ବନିମ୍ନ ସହାୟକ ମୂଲ୍ୟ କ୍ଵିଣ୍ଟାଲ ପ୍ରତି ୨୨୦୩  ଟଙ୍କା ଧାର୍ଯ୍ୟ କରାଯାଇଛି । ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ )ଗୁଡିକରେ ଚାଷୀ ମାନଙ୍କ ଠାରୁ ଧାନ କ୍ରୟ ସମୟରେ ଉତ୍ତମ ସମନ୍ଵୟ ରକ୍ଷା କରିବା ତଥା ସେମାନଙ୍କ ସୁବିଧା ସୁଯୋଗ ସମ୍ପର୍କରେ ତଦାରଖ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଧାନ ସଂଗ୍ରହ ନିମନ୍ତେ ଆବଶ୍ୟକ ଉପକରଣ ,ଯନ୍ତ୍ରପାତି ଯଥା  ଓଜନ ମେସିନ ,ଆଦ୍ରତା ମାପ ମେସିନ ,ମିନି ଗ୍ରେଡର ,ତାରପୋଲିନ ଇତ୍ୟାଦି କୁ କାର୍ଯ୍ୟକ୍ଷମ କରି ମଣ୍ଡି ଆରମ୍ଭ ହେବା ଯଥେଷ୍ଟ ପୂର୍ବରୁ ଉପଲବ୍ଧ କରାଇବା

ଏବଂ ଧାନ ସଂଗ୍ରହ ନିମନ୍ତେ ଆବଶ୍ୟକ ଆନୁସାଙ୍ଗିକ ବ୍ୟବସ୍ଥା କୁ ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀ ଓ ନିୟନ୍ତ୍ରିତ ବଜାର କମିଟି ର ସମ୍ପାଦକ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଧାନ ସଂଗ୍ରହ ପ୍ରକ୍ରିୟା କୁ ପାରଦର୍ଶିତା କରିବା ନିମନ୍ତେ ସମସ୍ତ ମଣ୍ଡି ଗୁଡିକରେ ସି ସି ଟି ଭି ବ୍ୟବସ୍ଥା କୁ ସୁନିଶ୍ଚିତ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଚଳିତ ଖରିଫ ବର୍ଷ ପାଇଁ ଜିଲ୍ଲାରେ ୮୯୪୨୩  ଜଣ ଚାଷୀ ପେକ୍ସ ଓ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଧାନ ବିକ୍ରୟ କରିବା ପାଇଁ ପଞ୍ଜୀକରଣ କରିଛନ୍ତି । ଚାଷୀ ମାନଙ୍କୁ ଧାନ ସଂଗ୍ରହ ପ୍ରକ୍ରିୟା , ଧାନ ର ସର୍ବନିମ୍ନ ସହାୟକ ମୂଲ୍ୟ ଏବଂ ଧାନ କ୍ରୟ ସମ୍ପର୍କିତ ସୂଚନା ସମ୍ପର୍କରେ ବ୍ୟାପକ ସଚେତନ କରିବାକୁ ନିୟନ୍ତ୍ରିତ ବଜାର କମିଟି ର ସମ୍ପାଦକ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । । ବୈଠକରେ ଧାନ ସଂଗ୍ରହ ସମୟରେ ହେଉଥିବା ବିବିନ୍ନ ଅସୁବିଧା ଏବଂ ଚାଷୀ ମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like