-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ୍‌ ଦିବସ ପାଳନ। ଗଣମାଧ୍ୟମ ଏବେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରୁଛି

17-Nov-2023



କନ୍ଧମାଳ:(ପ୍ରେରଣା ଖବର, ସୁଶିଲ କୁମାର ପାଣିଗ୍ରାହୀ): ଉତ୍କଳ ସାମ୍ବାଦିକ ସଂଘ, କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନ ପରିସରରେ ଆୟୋଜିତ ଜାତୀୟ ପ୍ରେସ୍‌ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବିଶିଷ୍ଟ ସାମ୍ବାଦିକ ଦିଲ୍ଲିପ ବିଶୋୟୀ ଗଣମାଧ୍ୟମ‌ର ସ୍ବାଧୀନତା ଏବଂ ଗଣମାଧ୍ୟମ ସାମ୍ନା କରୁଥିବା ବିଭିନ୍ନ ଆହ୍ବାନ ସମ୍ପର୍କରେ ଆଲୋଚନା କରିଥିଲେ। ଜନସାଧାରଣଙ୍କ ସ୍ବାର୍ଥକୁ ପ୍ରୋତ୍ସାହିତ କରିବା ଏବଂ ସାମ୍ବାଦିକତାର ଉଚ୍ଚ ମୂଲ୍ୟବୋଧକୁ ବଜାୟ ରଖିବା ଗଣମାଧ୍ୟମର ପ୍ରମୁଖ ଦାୟିତ୍ବ ବୋଲି ମୁଖ୍ୟବକ୍ତା ଶ୍ରୀ ବିଶୋୟୀ କହିଥିଲେ।

ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଈଶ୍ବର ପାଟିଲ ଯୋଗଦେଇ ଗଣମାଧ୍ୟମ ସମାଜର ଦର୍ପଣ ଏବଂ ଏହା ସର୍ବଦା ସତ୍ୟକୁ ପ୍ରତିଫଳିତ କରିଥାଏ ବୋଲି କହିଥିଲେ। ଗଣମାଧ୍ୟମ ଯୋଗୁଁ ଉଭୟ ପ୍ରଶାସନ ଏବଂ ଜନସାଧାରଣ ମଧ୍ୟରେ ଏକ ଉତ୍ତମ ଯୋଗସୂତ୍ର ରକ୍ଷା କରାଯାଇଥାଏ ବୋଲି ଜିଲ୍ଲାପାଳ କହିଥିଲେ। ଉଦ୍‌ଘାଟକ ଭାବେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଯୋଗଦେଇ ଗଣମାଧ୍ୟମର ଉତ୍ତରଦାୟିତ୍ବ ସମ୍ପର୍କରେ ଆଲୋକପାତ କରିଥିଲେ। ଗଣମାଧ୍ୟମ ଏକ ଶକ୍ତିଶାଳୀ ଗଣତନ୍ତ୍ରର ଚାରିଟି ସ୍ତମ୍ଭ ମଧ୍ୟରୁ ଅନ୍ୟତମ ବୋଲି କନ୍ଧମାଳ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ର ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବେ କଳିଙ୍ଗ ଟିଭିର ଡେପୁଟି ଏଡିଟର ଡ. ସୌମ୍ୟା ପରିଡ଼ା ଏବଂ ନ୍ୟୁଜ୍‌ ୭ ଚ୍ୟାନେଲର ସିନିୟର ନିଉଜ ପ୍ରଡ୍ୟୁସର ଇତିଶ୍ରୀ ନାୟକ ଯୋଗଦେଇ ନିଜ ଦୀର୍ଘ ବର୍ଷର ସାମ୍ବାଦିକତା ଜୀବନର ଅଭିଜ୍ଞତା ସମ୍ପର୍କରେ ଉଲ୍ଲେଖ କରିଥିଲେ। ଆଜିର କାର୍ଯ୍ୟକ୍ରମରେ ଉତ୍କଳ ସାମ୍ବାଦିକ ସଂଘ, କନ୍ଧମାଳ ଜିଲ୍ଲା ଶାଖା ସଭାପତି ସନ୍ତୋଷ କୁମାର ଦାସ ସଭାପତିତ୍ବ କରି କନ୍ଧମାଳ ଜିଲ୍ଲାର ବିକାଶରେ ଗଣମାଧ୍ୟମର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ଉତ୍କଳ ସାମ୍ବାଦିକ ସଂଘର ଜାତୀୟ ପରିଷଦ ସଦସ୍ୟ ଶିବ ପ୍ରସାଦ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିବାବେଳେ ସାମ୍ବାଦିକ ମନୋରଞ୍ଜନ ରାୟ ସଂଘର ବାର୍ଷିକ ବିବରଣୀ ପାଠ କରିଥିଲେ। ସାମ୍ବ‌ାଦିକ ସୁବାଷ ଚନ୍ଦ୍ର ମହାରଣା କନ୍ଧମାଳ ସାଂସଦଙ୍କ ଶୁଭେଚ୍ଛା ବାର୍ତ୍ତା ପାଠ କରିଥିଲେ। ନୟାଗଡ଼ ଜିଲ୍ଲାର ସାମ୍ବାଦିକ ପ୍ରଦୀପ୍ତ ରଥ ମଞ୍ଚ ସଞ୍ଚାଳନ କରିଥିଲେ।

ଆଜିର କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲା ସମେତ ପଡ଼ୋଶୀ ବୌଦ୍ଧ ଓ ସୋନପୁର ଜିଲ୍ଲାରୁ ବହୁ ସାମ୍ବାଦିକମାନେ ଯୋଗ ଦେଇଥିଲେ। ଏହି ଅବସରରେ କନ୍ଧମାଳ ଜିଲ୍ଲାର ବିଭିନ୍ନ ବ୍ଲକର ବରିଷ୍ଠ ସାମ୍ବାଦିକ ରବି ଦାସ, ଶିଶିର ପଟ୍ଟନାୟକ, ବିଦ୍ୟାଧର ପାଳ,ଫିଲମନ ନାୟକ, ସୁରେନ୍ଦ୍ର କୁମାର    ପାଣିଗ୍ରାହୀ, ସତ୍ୟ ନାରାୟଣ ପାଢୀ, ସୁବାଷ ପ୍ରଧାନ ଓ ପ୍ରତାପ ଦିଗାଲଙ୍କୁ ମାନ ପତ୍ର ପ୍ରଦାନ ପୂର୍ବକ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଉତ୍କଳ ସାମ୍ବାଦିକ ସଂଘର ସମସ୍ତ କାର୍ଯ୍ୟକର୍ତ୍ତା ଓ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like