-+91-9937148622 |
prerana_bgr@rediffmail.com |
Wednesday 24th June 2026 |
R.N.I. Regd No. ODIODI/2010/46693
Breaking News
17-Nov-2023
ବାଲିଗୁଡ଼ା:(ପ୍ରେରଣା ଖବର,ସୁଶିଲ କୁମାର ପାଣିଗ୍ରାହୀ): ଜଳିଗଲା ଚା ଦୋକାନ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଗଲା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ନିକଟସ୍ଥ ବୁଡାଗୁଡ଼ା ଯିବା ରାସ୍ତା ଛକ ନିକଟରେ । ଘଟଣା ପ୍ରକାରେ ଗୁରୁବାର ରାତ୍ର ୧୦ଟା ପରେ ଚା' ଦୋକାନୀ ଦୋକାନ ବନ୍ଦ କରି ଘରକୁ ଚାଲି ଯାଇଥିଲେ । ପାଖାପାଖି ରାତି ୧୧ଟା ସମୟରେ ଦୋକାନ ଭିତରୁ ଧୁଆଁ ବାହାରୁଥିବା ଥିବା ଦେଖି ଆଖପାଖ ଦୋକାନୀ ଏକାଠି ହୋଇ ଦୋକାନରେ ନିଆଁ ଲାଗିଥିଲା ଜାଣି ନିଆଁ ଲିଭାଇବାକୁ ଉଦ୍ୟମ କରିବା ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ ।
ଖବରପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଦୋକାନର ସମସ୍ତ ସାମଗ୍ରୀ ଓ ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଥିଲା । ଦୋକାନରେ ଥିବା ଏକ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା କୁହାଯାଉଛି । ତେବେ ଏହି ଅଗ୍ନିକାଣ୍ଡର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ଭାବରେ ଜଣାପଡିନାହିଁ।