-+91-9937148622 |
prerana_bgr@rediffmail.com |
Wednesday 17th June 2026 |
R.N.I. Regd No. ODIODI/2010/46693
Breaking News
21-Nov-2023
ବଲାଙ୍ଗିର: ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଓ ପଞ୍ଚାୟତ ଲୋକସେବା ଶିବିର କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି । ଡିସେମ୍ବର ମାସ ୦୪ ତାରିଖ ସୋମବାର ସକାଳ ୧୦.୩୦ ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପୁରୁଣା ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହେବ । ଡିସେମ୍ବର ୧୧ ତାରିଖ ସୋମବାର ସକାଳ ଘ ୧୦ ॰୩୦ ମି ରେ ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରେ , ୧୮ ତାରିଖ ସୋମବାର ସକାଳ ଘ ୧୦॰ ୩୦ ମି ରେ ଟିଟିଲାଗଡ ବ୍ଲକ କାର୍ଯ୍ୟାଳୟ ଏବଂ ୨୬ ତାରିଖ ସୋମବାର ସକାଳ ଘ ୧୦ ॰୩୦ ମି ରେ ପାଟଣାଗଡ ବ୍ଲକ କାର୍ଯ୍ୟାଳୟ ରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ, ଉପଜିଲ୍ଲାପାଳ ଙ୍କ ସମେତ ବିଭିନ୍ନ ବିଭାଗ ର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।