-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ଦେଓଗାଁ ବ୍ଲକ ଧଣ୍ଡlମାଳ ଗାଁ ରେ ବିଶାଳ ଆଦିବାସୀ ସମ୍ମିଳନୀ l ଜମି ଜଳ ଜଙ୍ଗଲ ଜୀବନଜୀବିକା ସୁରକ୍ଷା ପାଇଁ ଆଦିବାସୀ ଙ୍କ ଆହ୍ୱାନ l

26-Nov-2023



ଦେଓଗାଁ (ପ୍ରେରଣା ଖବର )
ଦେଓଗାଁ ବ୍ଲକ ର ଧଣ୍ଡlମାଳ ଗାଁ ରେ ଶବର ସମାଜ ଏବଂ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ଆହ୍ୱାନ କ୍ରମେ ବ୍ଲକ ସ୍ତରୀୟ ଆଦିବାସୀ ସମ୍ମିଳନୀ  ଅନୁଷ୍ଠିତ ହୋଇଯାଇଛି l ସମ୍ମିଳନୀ ପୂର୍ବରୁ ଆଦିବାସୀ ମାନେ ଗାଁ ରେ କୀର୍ତ୍ତନ ବାଦ୍ୟ ନୃତ୍ୟ ଗୀତ ଦ୍ୱାରା ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ମାଧ୍ୟମରେ ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ l ଗାଁ ପରିକ୍ରମା ପରେ ଶବର ସମାଜ ର ବ୍ଲକ ସଭାପତି ଅଶୋକ କୁମାର ଭୋଇ  ଙ୍କ ସଭାପତିତ୍ୱ ରେ  ସଵାରୀନାରାୟଣ ମନ୍ଦିର ପ୍ରାଙ୍ଗଣରେ ସଭା କାର୍ଯ୍ୟ ହୋଇଥିଲା l   ସଭାରେ ଆଦିବାସୀ ମାନଙ୍କ ଜମି, ଜଳ, ଜଙ୍ଗଲ,  ଜୀବଜନ୍ତୁ, ଜୀବନ ଜୀବିକା ସୁରକ୍ଷା ଏବଂ ପୁନଃଉଦ୍ଧାର ପାଇଁ ଜାଗ୍ରତ ଏବଂ ଏକଜୁଟ ହେବା ପାଇଁ ଆହ୍ୱାନ କରାଯାଇଥିଲା l ଏଟ୍ରୋସିଟି କେଶ ରେ  ସ୍ୱତନ୍ତ୍ର ଅଦାଲତ ଦ୍ୱାରା ଅଭିଯୁକ୍ତ ମାନଙ୍କୁ ଦୃଷ୍ଟାନ୍ତ ମୂଳକ ଦଣ୍ଡବିଧାନ ବ୍ୟବସ୍ଥା,ସମ୍ବିଧାନ ପ୍ରଦତ୍ତ  ଶିକ୍ଷା, ନିଯୁକ୍ତି, ପଦୋନ୍ନତି, ରାଜନୈତିକ ପଦବୀରେ ସ୍ୱତନ୍ତ୍ର ସଂରକ୍ଷଣ ଅଧିକାର , ଆଦିବାସୀ କଳା,ସଂସ୍କୃତି, ଐତିହ୍ୟ, ଭାଷା,ଧର୍ମ ସୁରକ୍ଷା ଅଧିକାର, ଅର୍ଥନୈତିକ ବିକାଶ ପାଇଁ ସରକାରୀ ଯୋଜନା ବିଷୟରେ ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ ଶ୍ରୀ ବିଶି ଆଲୋକପାତ କରିଥିଲେ l ଏହା ସହିତ ରାଜ୍ୟ ସରକାରଙ୍କ  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, କାଳିଆ ବଳିଆ ଯୋଜନା,  ମହିଳା ଶସକ୍ତିକରଣ ଯୋଜନା ଉପରେ ସଚେତନ କରିଥିଲେ l ମଦ ଛାଡି ପାଠ ପଢ଼ି ଦେଶର ମୁଖ୍ୟ ସ୍ରୋତ ରେ ସାମିଲ ହେବାକୁ ସାଂସଦ (ରାଜ୍ୟ ସଭା) ଶ୍ରୀ ବିଶି ଉଦବୋଧନ ଦେଇଥିଲେ  l

ଅଣ- ଆଦିବାସୀ ଙ୍କ ଜବରଦଖଲ ରେ ଥିବା ଆଦିବାସୀ ମାନଙ୍କ ଜମି ଫେରସ୍ତ, ଜମି ହସ୍ତାନ୍ତର ଅନୁମତି ବନ୍ଦ, ଆଦିବାସୀ ଏବଂ ଅନ୍ୟାନ୍ୟ ବନବାସୀ ଙ୍କ ଜଙ୍ଗଲ ଜମି ଅଧିକାର ସ୍ୱୀକୃତି ଆଇନ ଅନୁସାରେ ଜଙ୍ଗଲ ଜମି ର ପଟ୍ଟା ପ୍ରଦାନ, ବେଛାପରି ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ମହାବିଦ୍ୟାଳୟ ଗୁଡିକ ରେ ସିଟ ର ଅଭାବ ହେଉଥିବା ରୁ ସିଟ ବୃଦ୍ଧି କରିବା ,  ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିବା, ସେହିପରି କେନ୍ଦ୍ର ସରକାର କେନ୍ଦୁପତ୍ର ରୁ ଜିଏସଟି ପ୍ରତ୍ୟାହାର କରିବା,ଆବାସ ପୋର୍ଟାଲ ଖୋଲି ଗରିବ ଆଦିବାସୀ ମାନଙ୍କୁ ଆବାସ ପ୍ରଦାନ,ଆଦିବାସୀ ଭାଷା ହୋ, ମୁଣ୍ଡାରୀ, ଭୂମିଜ, ସଓରା ଭାଷା କୁ ସମ୍ବିଧାନ ର ଅଷ୍ଟମ ସୂଚୀ ରେ ଅନୁମୋଦନ କରିବା,ଆଦିବାସୀ ଅଧ୍ୟୁଷିତ ଗାଁ ମାନଙ୍କରେ  ଇଣ୍ଟରନେଟରେ ପାଠ ପଢିବା ଓ ଅନଲାଇନ କାର୍ଯ୍ୟ ପାଇଁ ନେଟୱର୍କ ସଂଯୋଗ ବ୍ୟବସ୍ଥା କରିବା, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ରେ କ୍ଷତିଗ୍ରସ୍ତ ଚାଷୀ ଙ୍କୁ ଆର୍ଥିକ ସହାୟତା ପ୍ରଦାନ ଉପରେ ବକ୍ତା ମାନେ ଆଲୋକପାତ କରିଥିଲେ l ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ,ସେବlଶ୍ରମ କନ୍ୟାଶ୍ରମ ଗୁଡିକ ରେ ସିଟ ସଂଖ୍ୟା ବୃଦ୍ଧି କରିବା,ହଷ୍ଟେଲ ବୃଦ୍ଧି କରିବା, ଶିକ୍ଷକ ପଦବୀ ପୂରଣ କରିବା, ଆଦିବାସୀ ମାନଙ୍କ ପାଇଁ ଖାଲି ପଡ଼ିଥିବା ପଦବୀ ଗୁଡିକୁ ସ୍ୱତନ୍ତ୍ର ନିଯୁକ୍ତି ପ୍ରକ୍ରିୟା ରେ ପୂରଣ କରିବା ପାଇଁ   ଦାବୀ କରାଯାଇଥିଲା l ବୈଠକ ରେ  ମୁଖ୍ୟଅତିଥି ଭାବରେ  ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, , ବଲାଙ୍ଗିର ବ୍ଲକ ସଭାପତି ପlଳେଶ୍ୱର ଭୋଇ ,ଉପସଭାପତି ଅଚ୍ୟୁତ ଧରୁଆ,ସଇଁତଲା ବ୍ଲକ ସଭାପତି ସନ୍ତୋଷ ପୁଟା,ନାରୀନେତ୍ରୀ ପ୍ରମିଳା ଭୋଇ, ପୁରୁସ୍ତମ ଭୋଇ,ବଲାଙ୍ଗିର ନଗର ସଭାପତି ରାମଚନ୍ଦ୍ର ମୁର୍ମୁ ପ୍ରମୁଖ ମଞ୍ଚାସିନ ଥିଲେ l ସଭାରେ ବହୁ ସଂଖ୍ୟା ରେ ଆଦିବାସୀ ପୁରୁଷ ମହିଳା ଉପସ୍ଥିତ ଥିଲେ l ଦେଓଗାଁ ବ୍ଲକ କାର୍ଯ୍ୟକାରୀ ସଭାପତି ସଭା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like