-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପ୍ରସଙ୍ଗ: ୮ଏକର ଜମି ଆବେଦନପତ୍ରକୁ ଆରଡିସିଙ୍କ ଅନୁମୋଦନ

17-Dec-2020



 ପ୍ରେରଣା ଖବର) ଜୟପୁର: ଜୟପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ପକ୍ଷରୁ ୮ଏକର ଜମି ପାଇଁ ଜୟପୁର ତହସିଲଦାରଙ୍କ ନିକଟରେ ଆବେଦନ ପତ୍ର ଦଖାଲ କରିଥିଲେ। ଏହି ଜମି ପ୍ରଦାନ କରିବାକୁ ଜୟପୁର ତହସିଲ ପକ୍ଷରୁ ବ୍ରହ୍ମପୁର ଦକ୍ଷିଣାଂଚଳ ରାଜସ୍ବ କମିଶନରଙ୍କ ନିକଟକୁ ଅନୁମୋଦନ ପାଇଁ ପ୍ରସ୍ତାବ ଯାଇଥିଲା। ଏହି ଫାଇଲ୍ ଦୀର୍ଘ ୨ମାସ ଧରି ସେଠାରେ ସେଭଳି ପଡ଼ି ରହିଥିଲା। ଏବେ ଏହି ଫାଇଲକୁ ଆରଡିସି ଅନୁମୋନ କରିଛନ୍ତି। ଜମି ପ୍ରଦାନ କରିବା ଅନୁମତି ଦେବା ପାଇଁ ରାଜ୍ୟ ରାଜସ୍ବ ବୋର୍ଡକୁ ଫାଇଲ୍ ଯାଇଥିବା ସୂଚନା ମିଳିଛି। ଆଜି ଏହି ଚିଠି ଆରଡିସିଙ୍କ ସଚିବ ସୂଜାତା ସାହୁ ବୋର୍ଡ ଅଫ୍ ରେଭିନ୍ୟୁକୁ ପଠାଇଛନ୍ତି। ସେଠାରୁ ଅନୁମତି ପତ୍ର ଅନୁମୋଦିତ ହୋଇ ଆସିବା ପରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନକୁ ଏହି ଜମି ହସ୍ତାନ୍ତର କରାଯିବ।ପ୍ର କାଶଯୋଗ୍ୟ, କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ପକ୍ଷରୁ ଜୟପୁରରେ ବିଦ୍ୟାଳୟ ଆରମ୍ଭ କରିବାକୁ ପ୍ରଥମେ ୧୦ଏକରର ଜମି ମାଗିବା ସହ ଜମି ଗ୍ଲୋକାଲ ହସପିଟାଲ ପଛରେ ଚିହ୍ନଟ ହୋଇଥିଲା। ପରବର୍ତ୍ତୀ ସମୟରେ କୋଭିଡ୍ ସଂକ୍ରମଣ ଆରମ୍ଭ ହେବା ପରେ ଏହି ପ୍ରସ୍ତାବର ଫାଇଲର ପଦ୍ମ ଘୁଛିଂ ନଥିଲା। ପରେ ସହରାଂଚଳରେ ୧୦ଏକର ଜମି ଦେଇ ହେବ ନାହିଁ ବୋଲି ଜିଲ୍ଲାପ୍ରଶାସନ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନକୁ ଜଣାଇଥିଲେ। ପୁଣି‌ ନୂଆରେ ୮ଏକର ପାଇଁ ଆବେଦନକରିବାକୁ କୁହାଯାଇଥିଲା। ସେହି କ୍ରମରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ପ୍ରତିନିଧି ସୁନାବେଡା କେଭିର ଅଧ୍ୟକ୍ଷ ଅନନ୍ତ ମେହର ପୁଣିଥରେ ଆବେଦନ କରିଥିଲେ। ଆବେଦନର ଦୀର୍ଘ ୨ମାସ ଆରଡିସି କାର୍ଯ୍ୟାଳୟରେ ଫାଇଲ୍ ପଡ଼ି ରହିଥିଲା। ଏହାକୁ ନେଇ ସହରର ବୁଦ୍ଧିଜୀବୀ ମାନେ ଚିନ୍ତା ପ୍ରକାଶ କରିଥିଲେ। ତେବେ ଏହି ୮ଏକର ଜମି ପାଇଁ ଆରଡିସି ସ୍ତରରେ ଅନୁମୋଦିତ ହୋଇ ବୋର୍ଡ ଅଫ ରେଭିନ୍ୟୁକୁ ଯିବା ଜୟପୁର ସହର ପାଇଁ ଶୁଭ ସୂଚନା ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର ଧରିଛି। ବୋର୍ଡ ଅଫ୍ ରେଭିନ୍ୟୁରେ  କିଭଳି ତୁରନ୍ତ ଏହି ପ୍ରସ୍ତାବ ଅନୁମୋଦିତ ହେବା ସହ ଜମି ପ୍ରଦାନ ପାଇଁ ଅନୁମତି ମିଳିବ ସେ ଦିଗରେ ଜନପ୍ରତିନିଧି, ଦଳମତ ନିର୍ବିଶେଷରେ ସବୁ ପ୍ରୟାସ କରିବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026

You Might Also Like