-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବିଶ୍ୱ ଏଡ଼ସ ଦିବସ ପାଳିତ -

02-Dec-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି l ଜିଲ୍ଳା ସ୍ୱାସ୍ଥ୍ୟ ବିଭାଗ  ତରଫରୁ  ଜିଲ୍ଳା ସ୍ୱାସ୍ଥ୍ୟ ପ୍ରଶିକ୍ଷଣ କେନ୍ଦ୍ରଠାରେ ଭାରପ୍ରାପ୍ତ ଜିଲ୍ଳା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ଦୈତ୍ୟ ନାରାୟଣ ପାଢ଼ୀ ଙ୍କ ଅଧ୍ୟକ୍ଷତାରେ  ଆୟୋଜିତ ଏହି ଜିଲ୍ଲାସ୍ତରୀୟ ସମାରୋହରେ ମୁଖ୍ୟ ଅତିଥିଭାବେ ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ , ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ସୁବର୍ଣ୍ଣପୁର ଏବଂ ମୁଖ୍ୟବକ୍ତା ଭାବେ ପ୍ରାଧ୍ୟପକ ଉମାକାନ୍ତ ନାଗ, ସମ୍ମାନିତ ଅତିଥିଭାବେ  ଡ଼ଃ ମନୋଜ କୁମାର ଅଦାବର, ଜନସ୍ୱାସ୍ଥ୍ୟ ଅଧିକାରୀ, ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ଏ ଡି ପି ଏଚ ଓ (ରୋଗ ନିୟନ୍ତ୍ରଣ ), ଡ଼ ପ୍ରକାଶ ଦଣ୍ଡସେନା, ମେଡିକାଲ ଅଫିସର, ଆଇ ସି ଟି ସି,ବିଶ୍ୱମ୍ବର ବେହେରା, ଜିଲ୍ଳା କାର୍ଯ୍ୟକ୍ରମ ପରିଚାଳକ, ଜାତୀୟ ସ୍ୱାସ୍ଥ୍ୟ ମିଶନ, ପ୍ରମୁଖ ମଂଚାସୀନ ଥିଲେ l ଚଳିତ ବର୍ଷ ନିମନ୍ତେ ଆଜି ଦିନର ବାର୍ତ୍ତା " ଗୋଷ୍ଠୀ ସମୂହକୁ ନେତୃତ୍ୱ ଦେବା ", ବ୍ୟକ୍ତି ବିଶେଷ ହେଉ ଅଥବା ଗୋଷ୍ଠୀ ଗତ ହେଉ ଆମେ କେବେବି ରୋଗୀକୁ ନୁହେଁ ରୋଗକୁ ଘୃଣା କରିବା l ପ୍ରତ୍ୟକ ସ୍ତରରେ ମାନସିକ, ଶାରୀରିକ, ସାମାଜିକ, ଆଧ୍ୟାତ୍ମିକ ଓ ମନୋବୈଜ୍ଞାନିକ ଅବସ୍ଥାକୁ ବିଚାର କରି ସଂଯମତା ଅବଲମ୍ବନ ପୂର୍ବକ ସଂକଳ୍ପ ନେଇ କାର୍ଯ୍ୟ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ଅତିଥି ବୃନ୍ଦ l ଆମେ ସମସ୍ତେ ନୈତିକତାର ସହ ସମଭାବପନ୍ନ ଚିନ୍ତା ପୋଷଣ ପୂର୍ବକ କାର୍ଯ୍ୟ କଲେ ଏହି ରୋଗ କୁ ସମାଜ ରୁ ହ୍ରାସ କରିବା ସହ ଜଣେ ରୋଗୀ ସମାଜରେ ନିଃ ସଙ୍କୋଚରେ ବଂଚିବାକୁ ଆଗ୍ରହ ପ୍ରକାଶ କରିପାରିବ l ସଭା ପ୍ରାରମ୍ଭରେ ଦିବସ ପରିପ୍ରେକ୍ଷୀରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ଦୈତ୍ୟନାରାୟଣ ପାଢ଼ୀ ଦିବସ ପାଳନର ତାତ୍ପର୍ଯ୍ୟ କହିବା ସହ ଉପସ୍ଥିତ ସମସ୍ତଙ୍କୁ ଏଡ଼ସ ବିରୁଦ୍ଧରେ ସାମୁହିକ ସଂଗ୍ରାମ କରିବାକୁ ପରାମର୍ଶ ଦେଇଥିଲେ l ଦିବସ ପାଳନ ଅବସରରେ ଅନୁଷ୍ଠିତ ସାଧାରଣ ଜ୍ଞାନ ପ୍ରତିଯୋଗିତା ର କୃତୀ ଛାତ୍ର ଛାତ୍ରୀ ଙ୍କୁ ଅତିଥି ମାନେ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ l କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିବା ସୋନପୁର ମହାବିଦ୍ୟାଳୟ, ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ, ସରକାରୀ ନର୍ସିଙ୍ଗ ସ୍କୁଲ, ବିଜୁପଟ୍ଟନାୟକ ନର୍ସିଙ୍ଗ ସ୍କୁଲ, ସୋନପୁର ନର୍ସିଙ୍ଗ ସ୍କୁଲ, ସୋନପୁର କଲେଜ ଅଫ ନର୍ସିଙ୍ଗ ଙ୍କୁ ମଧ୍ୟ ଅଂଶ ଗ୍ରହଣ  ନିମନ୍ତେ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା l ପ୍ରମୋଦ କୁମାର ସାହୁ ସ୍ୱାସ୍ଥ୍ୟ ପରିଦର୍ଶକ ସଭା ସଂଯୋଜନା କରିଥିବା ବେଳେ ବୃନ୍ଦାବନ ସାହୁ, ଏ ଡି ପି ଏଚ ସି ଓ ସହ ଧନ୍ୟବାଦ ଅର୍ପଣ କରିଥିଲେ l ସଭା ଶେଷରେ ଅଂଶଗ୍ରହଣ କରିଥିବା ମହାବିଦ୍ୟାଳୟ ଓ ନର୍ସିଙ୍ଗ ସ୍କୁଲ ର ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ବିଭିନ୍ନ ମନଛୁଆଁ ସଚେତନତା ମୂଳକ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯାଇଥିଲା l ଦିବସ ପରିପ୍ରେକ୍ଷୀରେ ଆଜି ସକାଳେ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଏଡ଼ସ ସଚେତନତା ନିମନ୍ତେ ଆୟୋଜିତ ଏକ ସଚେତନତା ରଥ ଓ ଶୋଭାଯାତ୍ରାକୁ ଜିଲ୍ଲାପାଳ ଶ୍ରୀ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା ସବୁଜp ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କରିବା ସହ ଜିଲ୍ଲା ରକ୍ତ ଭଣ୍ଡାର ଠାରେ ଅନୁଷ୍ଠିତ ରକ୍ତ ଦାନ ଶିବିର କୁ ଉଦଘାଟନ କରିଥିଲେ ଓ ପରେ ପରେ ସଚେତନତା ନିମନ୍ତେ ସାମୁହିକ ଦସ୍ତଖତ ଅଭିଯାନ ରେ ଜିଲ୍ଲାପାଳ ଙ୍କ ସହ ଆରକ୍ଷୀ ଅଧିକ୍ଷକ ତଥା ଉପସ୍ଥିତ ସମସ୍ତ ଅଧିକାରୀ କର୍ମକର୍ତ୍ତା, ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ l ସନ୍ଧ୍ୟାରେ ସ୍ୱାସ୍ଥ୍ୟ କର୍ମୀ ମହିଳା ତାଲିମ କେନ୍ଦ୍ର ଠାରେ ସମସ୍ତ ନର୍ସିଙ୍ଗ ଛାତ୍ର ଛାତ୍ରୀ ଙ୍କୁ ନେଇ ଡ଼ ରମେଶ ଚନ୍ଦ୍ର ସ୍ୱାଇଁ ଓ  ସ୍ୱାସ୍ଥ୍ୟ କର୍ମୀ ମହିଳା ତାଲିମ କେନ୍ଦ୍ର ଅଧ୍ୟକ୍ଷା କନକଲତା ବେହେରା ଙ୍କ ଉପସ୍ଥିତିରେ ଜିଲ୍ଲାର ଏଡ଼ସ ରୋଗୀଙ୍କୁ ସମବେଦନା ନିମନ୍ତେ ଏକ ଫ୍ଲାସ ଲାଇଟ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା lଜିଲ୍ଲା ସମନ୍ୱିତ ପରାମର୍ଶ ଦାତା ତଥା ଜିଲ୍ଳା ପରିଦର୍ଶକ ଶ୍ରୀ ସୁଦାମ ପଧାନ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଦିବସର ବିଭିନ୍ନ କାର୍ଯ୍ୟକ୍ରମ ରେ  ସନ୍ତୋଷ ସାହୁ ଡି ଆର ସି, ଜ୍ଞାନ ରଞ୍ଜନ ସାହୁ ଆଇ ସି ଟି ସି ଏଲ ଟି ତଥା ସ୍ୱାସ୍ଥ୍ୟ ବିଭାଗ ର କର୍ମକର୍ତ୍ତା, ବିଭିନ୍ନ ଗଣମାଧ୍ୟମ ର ଜିଲ୍ଲା ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like