-+91-9937148622 |
prerana_bgr@rediffmail.com |
Friday 6th March 2026 |
R.N.I. Regd No. ODIODI/2010/46693
Breaking News
17-Dec-2020
(ପ୍ରେରଣା ଖବର) ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କୁ ମିଳିବ ମାଗଣା ଟିକା । ରାଜ୍ୟର କରୋନା ଯୋଦ୍ଧାଙ୍କୁ ମାଗଣାରେ ଟିକା ମିଳିବା ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ରାଜ୍ୟରେ ୩ଟି ପର୍ଯ୍ୟାୟଭୁକ୍ତ ଯୋଦ୍ଧାଙ୍କୁ ମାଗଣାରେ ଟିକା ମିଳିବା ନେଇ ରହିଛି ସୂଚନା । ତେବେ ଡାକ୍ତର,ସ୍ୱାସ୍ଥ୍ୟ କର୍ମୀ ଆଦି ଯୋଦ୍ଧାଙ୍କୁ ମାଗଣାରେ ଟିକା ମିଳିବ । ପୌର, ସ୍ୱାସ୍ଥ୍ୟ ଓ ପାନୀୟ ଜଳ ଯୋଗାଣ କର୍ମଚାରୀଙ୍କୁ ମାଗଣା ବି ମିଳିବ ଟିକା। କେବଳ ଏତିକି ନୁହେଁ ବରଂ ବୟସ୍କ ବ୍ୟକ୍ତିଙ୍କୁ ମଧ୍ୟ ମାଗଣାରେ ଟିକା ଦେବାକୁ ମନ୍ତ୍ରୀ ସୂଚନା ଦେଇଛନ୍ତି । ଦେଶରେ ୩୦ କୋଟି ଲୋକଙ୍କୁ ଟିକା ଦିଆଯିବାକୁ କେନ୍ଦ୍ରର ଯୋଜନା ରହିଛି । ଜାନୁଆରୀ ଭିତରେ ଟିକାକରଣ ଆରମ୍ଭ ହେବା ଆଶା କହିଲେ ମନ୍ତ୍ରୀ ନବଦାସ ।