-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ କମିଟିର ମୁଖପତ୍ର ‘ସୌରଭ’ଉନ୍ମୋଚିତ, ସାଧାରଣ ଲୋକ, ଅସାଧାରଣ କାମ କରିପାରିବେ

04-Dec-2023



ବଲାଙ୍ଗିର(ପ୍ରେରଣା ଖବର)- ନାଗରିକ କମିଟି ବଲାଙ୍ଗିର ଆନୁକୂଲ୍ୟରେ ଏକ ସ୍ମରଣିକା ‘ସୌରଭ’ ର ଉନ୍ମୋଚନ ସଭା ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଇଂ. ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ରୂପେ ପୂର୍ବତନ ଆୟକର କମିଶନର ତଥା ସ୍ତମ୍ଭକାର ଶ୍ରୀକାନ୍ତ ଚାଟାର୍ଜି ଯୋଗ ଦେଇ ବିଭିନ୍ନ ଉଦାହରଣ ମାଧ୍ୟମରେ ସାଧାରଣ ବ୍ୟକ୍ତିମାନେ ମଧ୍ୟ ଅସଧାରଣ କାମ କରି ସମାଜ ପାଇଁ ତ୍ୟାଗ, ପରିଶ୍ରମ ଓ ପ୍ରତିବଦ୍ଧତା ବଳରେ ସେବା କରି ପାରିବେ ବୋଲି ମତବ୍ୟକ୍ତ କରିଥିଲେ । ଅନ୍ୟତମ ଅତିଥି ରୂପେ ପ୍ରଫେସର ମଧୁସୂଦନ ପତି ଯୋଗ ଦେଇ ସମାଜ ପ୍ରତି ଅଧିକାର ଯେତିକି ଅଛି କର୍ତ୍ତବ୍ୟ ମଧ୍ୟ ସେତିକି ବୋଲି ସମ୍ବିଧାନର ଧାରା ୫୧ ରେ ଉଲ୍ଲେଖ ଅଛି ବୋଲି କହିଥିଲେ । ଅନ୍ୟତମ ଅତିଥି ରୂପେ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା ଯୋଗଦେଇ ଆର୍ଶିବଚନ ପ୍ରଦାନ କରିଥିଲେ । ତା ପରେ ନାଗରିକ କମିଟି ତରଫରୁ ପ୍ରକାଶିତ ଏକ ସ୍ମରଣିକା ‘ସୌରଭ’ ସାଧାରଣରେ ଉନ୍ମୋଚିତ ହୋଇଥିଲା ।

କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁ ବିବରଣୀ ପାଠ କରି ସଭାକୁ ପରିଚାଳନା କରିଥିଲେ । ସମ୍ପାଦକୀୟ କମିଟିର ମୁଖ୍ୟ ଅଖିଳ ଚନ୍ଦ୍ର ହୋତାଙ୍କୁ ମେମୋଣ୍ଟୋ ପ୍ରଦାନ କରାଯାଇଥିବା ବେଳେ, ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁଁ ଭୀମଭୋଇ ମେଡିକାଲର  କର୍ମଚାରୀ ରମେଶ ଚନ୍ଦ୍ର ପୋଢ ଓ ପୌରସଂସ୍ଥାର ଝାଡୁଦାର ଖତୁ ଭରାସାଗରଙ୍କୁ ଉପଢୈାକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ସବିତା ଚାଟାର୍ଜିଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା । ‘ପ୍ରେରଣା’ ର ସଂପାଦକ ରଘୁନନ୍ଦନ ସିଂଙ୍କ ପରିଚାଳନାରେ ସମ୍ବର୍ଦ୍ଧିତ ସଭାରେ ଶିକ୍ଷୟତ୍ରୀ ନନ୍ଦିନୀ ସାହୁ ସହାୟତା କରିଥିଲେ ।

ସଭା ଆରମ୍ଭରେ କମିଟିର ବରିଷ୍ଠ ସଭ୍ୟ ଗୋପଭୂଷଣ ନାଥ ସ୍ୱାଗତ କରିଥିବା ବେଳେ ଜୟରାମ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସ୍ମରଣିକା ସଂପାଦନା ମଣ୍ଡଳୀର ସଭ୍ୟ ପୀତବାସ ପଣ୍ଡା, ବିମଳ କୁମାର ଚୋପଦାର, ମନୋରଂଜନ ପୁରୋହିତ ଙ୍କ ବ୍ୟତିତ ଉପସଭାପତି ନିତ୍ୟାନନ୍ଦ ମିଶ୍ର, ସହସଂପାଦକ ଚକ୍ରପାଣି ଦାଶ, ଗଜେନ୍ଦ୍ର ଭମର, ବିକ୍ରମ ବହିଦାର, ପଙ୍କଜିନୀ ପଣ୍ଡା, ଧର୍ମବ୍ରତ ରଥ, ଦିବାକର ହୋତା, ପର୍ଶୁରାମ ନାୟକ, ସଲିମ ଖାନ, ଗୋପବନ୍ଧୁ ପୁରୋହିତ, ସରୋଜ ଚୋପଦାର, ସୁନିଲ ବିଶ୍ୱାଲ ଓ ଅନ୍ୟାନ୍ୟମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା