-+91-9937148622 |
prerana_bgr@rediffmail.com |
Friday 18th September 2026 |
R.N.I. Regd No. ODIODI/2010/46693
Breaking News
04-Oct-2020
Bhubaneswar,04/10-ଉତ୍ତର-ପଶ୍ଚିମ ବଙ୍ଗପୋସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୫ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଳାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ଢ଼େଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଭଦ୍ରକ ଆଦି ରହିଛି! ସେହିପରି ୧୩ ଅକ୍ଟୋବର ବେଳକୁ ଏହି କ୍ଷେତ୍ର ‘ସାମୁଦ୍ରିକ ବାତ୍ୟା’ର ରୂପ ନେଇପାରେ ବୋଲି କିଛି ମଡେଲ ସଙ୍କେତ ଦେଉଛନ୍ତି । ଏହି କ୍ଷେତ୍ର ଉତ୍ତର ଆନ୍ଧ୍ର ପ୍ରଦେଶ କିମ୍ବା ଦକ୍ଷିଣ ଓଡ଼ିଶା ଆଡକୁ ଅଗ୍ରସର ହେବାର ସମ୍ଭାବନା ରହିଛି । ତେବେ ୩-୪ ଦିନ ମଧ୍ୟରେ ଏ ନେଇ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି କୁହାଯାଇଛି