-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ତ୍ରୁଟିପୂର୍ଣ୍ଣ ବର୍ଯ୍ୟ ଜଳର ପରିମାଣ ବୃଦ୍ଧି କାର୍ଯ୍ଯ କ୍ରମ।

06-Dec-2023



(କେଶବ ମେହେର)
ଦିନକୁ ଦିନ ତ୍ରୁଟିପୁର୍ଣ ବର୍ଜ୍ୟ ଜଳର ପରିମାଣ ବୃଦ୍ଧି ପାଇବାରେ ଲାଗିଛି I ତେଣୁ ଏହି ବର୍ଜ୍ୟଜଳର ସୁବିନିଯୋଗ କରା ନ ଗଲେ , ଏହା ଯୋଗୁଁ ପ୍ରଦୂଷଣର ମାତ୍ରା ବୃଦ୍ଧି ପାଇବ I ତେଣୁ ଏହି ବର୍ଜ୍ୟଜଳକୁ ପୁନଃବିନିଯୋଗ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି I ତେଣୁ ଏହି ଯୋଜନାକୁ ସଠିକ ଭାବେ କାର୍ଯ୍ୟକାରୀ କରିବା ପାଇଁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ , ଓଡିଶା , ସରକାରଙ୍କ ତରଫରୁ " ଗ୍ରେ ୱାଟର ପରିଚାଳନା " ସମ୍ପର୍କିତ ଏକ କର୍ମଶାଳା ଟାଉନ ହଲ ଠାରେ ଭବାନୀପାଟଣା ପୌରପାଳିକା ଦ୍ୱାରା ଅନୁଷ୍ଠିତ ହୋଇଯାଇଅଛି I ଏହି ପରିଚାଳନା ତାଲିମ କାର୍ଯ୍ୟକ୍ରମରେ ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ସଂଯୁକ୍ତI ବେହେରାଙ୍କ ପୌରହିତ୍ୟରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି I  ଏହି ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ  , ଓଡିଶା, ସରକାରଙ୍କ ଅତିରିକ୍ତ ସଚିବ ଶ୍ରୀ ଯୁକ୍ତ ସୁଶାନ୍ତ କୁମାର ମିଶ୍ର, ଶ୍ରୀଯୁକ୍ତ ମୁନିନ୍ଦ୍ର ହୁଙ୍ଗI , ପ୍ରକଳ୍ପ ନିର୍ଦ୍ଦେଶକ , ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା , କଳାହାଣ୍ଡି ,  କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଶ୍ରୀଯୁକ୍ତ ନୃପରାଜ ଯାଦବ , ଜୁନାଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଶ୍ରୀଯୁକ୍ତ ଶ୍ରୀଯୁକ୍ତ ମୁକେଶ ଅଗ୍ରୱାଲ, ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ ମହାନ୍ତି ଯୋଗଦେଇ ବର୍ଜ୍ୟ ପରିଚାଳନା କାର୍ଯ୍ୟ ସଠିକ ଓ ଦକ୍ଷତାର ସହ ପରିଚାଳନା ସହରାଞ୍ଚଳର ବିଭିନ୍ନ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ , ଲକ୍ଷ୍ୟ ସମ୍ବନ୍ଧରେ ଆଲୋଚନା କରିଥିଲେ I ମିଶନ ଶକ୍ତି ଗୋଷ୍ଠୀ ଓ ବସ୍ତିବାସିନ୍ଦା ସଂଘ ବିଭିନ୍ନ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶ ଗ୍ରହଣ କରି ଅତି ସହଜ ଓ ସରଳ ଭାବରେ କାର୍ଯ୍ୟ ପରିଚାଳନା କରିପାରିବେ , ସେ ସମ୍ବନ୍ଧରେ ଗୁରୁତ୍ୱାରୋପ କରିଥିଲେ I 

 


 I

ଅନ୍ୟମାନଙ୍କ ମଧ୍ୟରେ ଭବାନୀପାଟଣା ପୌରପାଳିକା ନିର୍ବାହୀ ଅଧିକାରୀ ଡ଼. ସତ୍ୟସମ୍ପର୍ଣ୍ଣଇ ରାଉତ, କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାହୀ ଅଧିକାରୀ ସୁଶ୍ରୀ କିରଣ ବେହେରା , ଜୁନାଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ପ୍ରେମଲାଲ ହିଆଲ , ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଜୟସେନ ଧାରୁଆ , ଭବାନୀପାଟଣା ପୌରପାଳିକାର ସମସ୍ତ କାଉନସିଲର , ସମସ୍ତ  ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଆସିଥିବା କାଉନସିଲର , ମୁକ୍ତI କର୍ମକର୍ତ୍ତା, ସାନିଟେସନ ଏକ୍ସପର୍ଟ,ସ୍ୱଚ୍ଛ ସାଥି, ସ୍ୱଚ୍ଛ ସୁପର ଭାଇଜର ମିଶନ ଶକ୍ତି ଗୋଷ୍ଠୀ ଯୋଗଦେଇ ବର୍ତ୍ତମାନ ସମୟରେ ଉପଯୁକ୍ତ ବର୍ଜ୍ୟ ପରିଚାଳନା କେବଳ ପରିବେଶ ଅବକ୍ଷୟ ଓ ସ୍ୱାସ୍ଥ୍ୟ ପ୍ରତି ବିପଦ ସହିତ ଜଡିତ ନୁହେଁ, ବରଂ ଏହା ବର୍ଜ୍ୟଜଳ ପରିବର୍ତ୍ତେ ମୂଲ୍ୟବାନ ସମ୍ବଳର ଉତ୍ସ ଭାବେ ମଧ୍ୟ ପରିଗଣିତ ହେଉଛି I ଵର୍ଜ୍ୟଜଳ ପୁନଃବ୍ୟବହାର କେବଳ କୃଷି କାର୍ଯ୍ୟରେ ବ୍ୟବହୃତ ଗଛିତ ପାନୀୟଜଳ ଖର୍ଚ୍ଚକୁ ହ୍ରାସ କରେ ନାହିଁ  ବରଂ ଏହା ଖାଦ୍ୟ ସୁରକ୍ଷାକୁ ମଧ୍ୟ ବୃଦ୍ଧି କରିଥାଏ I ଏହା ବ୍ୟତୀତ ଜନସ୍ୱାସ୍ଥ୍ୟରେ ଉନ୍ନତି ଆଣିଥାଏ I ତେଣୁ ଗ୍ରେ -ୱାଟର ମ୍ୟାନେଜମେଣ୍ଟ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓଡିଶା ସରକାର ଗ୍ରେ- ୱାଟର ପରିଚାଳନା କାର୍ଯ୍ୟ ଓଡ଼ିଶାର ସମସ୍ତ ପୌରାଞ୍ଚଳରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶଜାରି  କରିଛନ୍ତି I  ଗ୍ରେ-ୱାଟର ପରିଚାଳନା କାର୍ଯ୍ୟ ସଠିକ ଓ ଦକ୍ଷତାର ସହ ପରିଚାଳନା କରିବା ନିମନ୍ତେ ସରକାର କାର୍ଯ୍ୟରେ ସମ୍ପୃକ୍ତ ଥିବା ସମସ୍ତ ଅଧିକାରୀ , ନିର୍ବାଚିତ ଲୋକ ପ୍ରତିନିଧି ଓ କାର୍ଯ୍ୟକର୍ତ୍ତାଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି I ଏଥି ନିମନ୍ତେ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ମେଣ୍ଟର ଭାବରେ ନିଯୁକ୍ତି କରାଯାଇଛି I ଯେଉଁମାନେ ଆବଶ୍ୟକତା ଅନୁସାରେ ପୌରସଂସ୍ଥାକୁ ବୈଷୟିକ ସହାୟତା ପ୍ରଦାନ କରିବେ I ଆଜିର ଏହି ତାଲିମ ଶିବିରକୁ ଭବାନୀପାଟଣା  ପୌରପାଳିକାର  ନିର୍ବାହୀ ଅଧିକାରୀ ଡ଼. ସତ୍ୟ ସମ୍ପର୍ଣ୍ଣI ରାଉତ ପରିଚାଳନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like