-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ତରଭା ବ୍ଲକରେ ଜୁନିଅର ରେଡକ୍ରସ ସଚେତନତା ଶିବିର

06-Dec-2023



ତରଭା,୬/୧୨, (ପ୍ରେରଣା ଖବର ) : ତରଭା ବ୍ଲକ ଅନ୍ତର୍ଗତ କମସରା ଉଚ୍ଚ ବିଦ୍ୟାଳୟଠାରେ ତରଭା ବ୍ଲକସ୍ତରୀୟ ଏକଦିବସୀୟ ଜୁନିଅର ରେଡକ୍ରସ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଅଛି ।       କମସରା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଜ୍ଞା ପରମିତା ନାଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୂଖ୍ୟ ଅତିଥିରୂପେ ତରଭା ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଶୋକ ରଥ, ସୋନପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ,ଆର.ଡି.ଓ. ଝସକେତନ ମେହେର,ତରଭା ବ୍ଲକ  ରେଡକ୍ରସ ସଂଯୋଜକ ବିଜୟ କୁମାର ପଣ୍ଡା ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜଗବନ୍ଧୁ ନାଗ ପ୍ରମୁଖ ଯୋଗଦାନ କରି ରେଡକ୍ରସ ପତକା ଉତ୍ତୋଳନ କରିଥିଲେ ।

ରେଡକ୍ରସର ଆଦର୍ଶ ଓ ନୀତିରେ ଅନୁପ୍ରାଣିତ ହୋଇ ସେବା ମନୋଭାବ ନେଇ ମାନବ ସମାଜର ହିତରେ ସେବାକାର୍ଯ୍ୟ କରିବାକୁ ଆଗଭର ହେବାସହ ସ୍ୱାସ୍ଥ୍ୟ,ସେବା ଓ ବନ୍ଧୁତ୍ୱର ଆହ୍ୱାନକୁ ସାର୍ଥକ କରିବାରେ ପ୍ରତିଜ୍ଞାବଦ୍ଧ ହେବାପାଇଁ ଛାତ୍ରଛାତ୍ରୀଙ୍କୁ  ଅତିଥିଗଣ ପରାମର୍ଶ ଦେଇଥିଲେ ।ଜିଲ୍ଲା ରେଡକ୍ରସ ଅଫିସର ଶ୍ରୀଯୁକ୍ତ ପଶାୟତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ ଓ ଚଳିତ ମାସରେ ହେବାକୁଥିବା ଜିଲ୍ଲାସ୍ତରୀୟ ରେଡକ୍ରସ ତାଲିମ ଶିବିର ସଂପର୍କରେ  ଅବଗତ କରାଇଥିଲେ । ମୂଖ୍ୟ ଅତିଥି ରେଡକ୍ରସର ସୃଷ୍ଟି ଓ ଏହାର ଜନକ ସାର ହେନେରୀ ଡୁନାଁ ଙ୍କ ସେବାମୟ ଜୀବନୀ ଉପରେ ଆଲୋକପାତ କରିଥିଲେ ।

ସାଧନକର୍ମୀରୂପେ ତରଭା ବ୍ଲକର ବିଭିନ୍ନ ଉଚ୍ଚ ବିଦ୍ୟାଳୟ,ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଆଦର୍ଶ ବିଦ୍ୟାଳୟରୁ ଯୋଗଦାନ କରିଥିବା ଛାତ୍ରଛାତ୍ରୀ ଓ ପରାମର୍ଶଦାତାମାନଙ୍କୁ ସାଧନକର୍ମୀ ଆଶିଷ କୁମାର ନାଏକ,ଚନ୍ଦ୍ରଶେଖର ମହାପାତ୍ର ପ୍ରମୁଖ ପ୍ରାଥମିକ ଚିକିତ୍ସା,ରେଡକ୍ରସ ଆନ୍ଦୋଳନ,ରକ୍ତଦାନ ଓ ରକ୍ଷକ ବିଷୟରେ ତାଲିମ ଦେଇଥିଲେ ।ଏହି ଅବସରରେ ସମସ୍ତ ଅତିଥି,ପରାମର୍ଶଦାତା ,ସାଧନକର୍ମୀ ଓ ଛାତ୍ରଛାତ୍ରୀ କମସରା ଗ୍ରାମରେ ଏକ ଶୋଭାଯାତ୍ରା କରି ଗ୍ରାମବାସୀଙ୍କୁ  ଶିକ୍ଷା,ସ୍ୱାସ୍ଥ୍ୟ,ପରିବେଶ ସୁରକ୍ଷା, ରକ୍ତଦାନ ଓ ରେଡକ୍ରସର ସେବାକାର୍ଯ୍ୟ ସଂପର୍କରେ ସଚେତନ କରିଥିଲେ ।ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ କ୍ୱିଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।କାର୍ଯ୍ୟକ୍ରମର ଦ୍ୱିତୀୟାର୍ଦ୍ଧରେ ଅନୁଷ୍ଠିତ  ଉଦଯାପନୀ ଉତ୍ସବରେ ମୂଖ୍ୟ ଅତିଥିରୂପେ ତରଭା ଗୋଷ୍ଠି ଶିକ୍ଷା ଅଧିକାରୀ ନାରାୟଣ ମିଶ୍ର,ସମ୍ମାନୀତ ଅତିଥିରୂପେ ଏ.ବି.ଇ.ଓ. ସତ୍ୟନାରାୟଣ ମହାପାତ୍ର ଓ ଏ.ବି.ଇ.ଓ. କୃଷ୍ଣଚନ୍ଦ୍ର ପଣ୍ଡା,ଦେଉଳପଦର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅମୀୟ କୁମାର ମହାନ୍ତି ଯୋଗଦାନ କରି ରେଡକ୍ରସର ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ମତବ୍ୟକ୍ତ କରିଥିଲେ ।ଶିକ୍ଷକ ଗୌରୀଶଙ୍କର ସାହୁ ସଭାକାର୍ଯ୍ୟ ପରିଚାଳନା କରିଥିବାବେଳେ ଶିକ୍ଷକ ଆଶିଷ କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।ପରାମର୍ଶଦାତା ତୁଳସୀ ପ୍ରସାଦ ମେହେର ,ପ୍ରଦ୍ୟୁମ୍ନ ମହାନ୍ତି,ଡବଲୁ ସାହୁ,ତ୍ରିପୁରାରୀ ପଧାନ,ବୀରକିଶୋର ପଣ୍ଡା,ଖିଲୋଣା ପଧାନ,ଆରତୀ ଜେନା,ଶତ୍ରୁଘ୍ନ ନାଏକ,ଶିକ୍ଷକ ପ୍ରତ୍ୟୁଷ କୁମାର ସାହୁ, ସତ୍ୟବ୍ରତ ବେହେରା,ପ୍ରଭଞ୍ଜନ ମହଲା,ରାଜେଶ ବେହେରା,ଆଦିତ୍ୟ ମିଶ୍ରଙ୍କ ସମେତ କମସରା ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like