-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||     

HOME   ଜିଲ୍ଲା

ଅଷ୍ଟାଦଶ ବୌଦ୍ଧ ପୁସ୍ତକମେଳା ପଞ୍ଚମ ସନ୍ଧ୍ୟା, ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ୍‌ର ବାର୍ଷିକ ଉତ୍ସବ ଓ ବାର୍ତ୍ତାବହ ଉନ୍ମୋଚିତ 

07-Dec-2023



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି ): ସ୍ଥାନୀୟ କଚେରୀ ପଡିଆଠାରେ ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ୍‌୍ ବୌଦ୍ଧ ଦ୍ୱାରା ଗତ ୩ ତାରିଖଠାରୁ ଆୟୋଜିତ ହୋଇଥିବା ଅଷ୍ଟାଦଶ ବୌଦ୍ଧ ପୁସ୍ତକମେଳା ଗୁରୁବାର ପଞ୍ଚମ ସନ୍ଧ୍ୟାରେ ଫୋରମ୍‌ର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । 

ଆଜିର କାର୍ଯ୍ୟକ୍ରମରେ ଅତିଥିଭାବେ ସୁସାହିତ୍ୟିକା ଗାୟତ୍ରୀ ସରାଫ, ଓ-ଟିଭିର ଏଡିଟର ବବିତା ସ୍ୱାଇଁ,  ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ରବିନାରାୟଣ ତ୍ରିପାଠୀ ଯୋଗଦେଇଥିଲେ ।  ଜର୍ଣ୍ଣାଲିଷ୍ଟ ଫୋରମ୍‌୍ ସଭାପତି ଦିବ୍ୟଶଙ୍କର ରାଉତ, ସାଧାରଣ ସଂପାଦକ ଯୁଗଳ କିଶୋର ସାମଲ ପ୍ରମୁଖ ଉପସ୍ଥିତ ଥିଲେ । ଅତିଥିମାନେ ମା’ ଭୈରବୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ । ଫୋରମ୍‌ର ଆବାହକ ସତ୍ୟଜିତ୍ କୁମାର  ପଣ୍ଡା  ମଂଚ ପରିଚାଳନା କରିଥିଲେ । ପୁସ୍ତକମେଳା ମଞ୍ଚରେ ଜର୍ଣ୍ଣାଲିଷ୍ଟ ଫୋରମ୍‌୍‌ର ସ୍ମରଣିକା ‘ବୌଦ୍ଧ ବାର୍ତ୍ତାବହ’ ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ଏହି ଅବସରରେ ସାମ୍ବାଦିକତା କ୍ଷେତ୍ରରେ ରାଜ୍ୟସ୍ତରରେ ବିଶେଷ ସଫଳତା ହାସଲ କରିଥିବା ଓ-ଟିଭିର ବରିଷ୍ଠ ମହିଳା ସାମ୍ବାଦିକା ବବିତା ସ୍ୱାଇଁଙ୍କୁ ଚଳିତଥର ବାର୍ତ୍ତାବହ ସମ୍ମାନରେ ସମ୍ମାନିତ କରାଯାଇଥିଲା । ସେହିପରି ସାହିତ୍ୟ କ୍ଷେତ୍ରରେ ରାଜ୍ୟସ୍ତରରେ ପ୍ରତିଷ୍ଠା ଲାଭ କରିଥିବା ଗାୟତ୍ରୀ ସରାଫଙ୍କୁ ପୁସ୍ତକମେଳା ଅବସରରେ ବନମାଳୀ ପାଣିଗ୍ରାହୀ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଥିଲା ।  ଏଥି ସହିତ ଜିଲ୍ଲାସ୍ତରରେ ସାମ୍ବାଦିକତା କ୍ଷେତ୍ରରେ ମୁଦ୍ରିତ ଗଣମାଧ୍ୟମରେ ଉଲ୍ଲେଖନୀୟ ଅବଦାନ ପାଇଁ ସାମ୍ବାଦିକ ଭାଗବତ ମେହେର, ବୈଦ୍ୟୁତିକ ଗଣମାଧ୍ୟମରେ ଅବଦୁଲ ମହସିନ ଖାନଙ୍କୁ ପୁସ୍ତକମେଳା ସମ୍ମାନରେ ସମ୍ମାନିତ କରାଯାଇଥିଲା । ସେହିପରି  ସାହିତ୍ୟ କ୍ଷେତ୍ରରେ ସତ୍ୟନାରାୟଣ ସାହୁ ଓ ସମାଜସେବା କ୍ଷେତ୍ରରେ ବୌଦ୍ଧଜିଲ୍ଲା ପ୍ରାଣୀ କଲ୍ୟାଣ ମଞ୍ଚକୁ

ସମ୍ବର୍ଦ୍ଧିତ କରାଯାଇଥିଲା ।  ଏହି ଅବସରରେ ପୁରୁଣାକଟକର ମେଧାବୀ ଛାତ୍ର ସୁରଜ କୁମାର ବୋଷଙ୍କୁ ସମ୍ବଦ୍ଧର୍କିତ କରାଯାଇଥିବାବେଳେ ତୀରନ୍ଦାଜରେ ଜାତୀୟ ସ୍ତରରେ କୃତିତ୍ତ୍ୱ ଅର୍ଜନ କରିଥିବା ବୌଦ୍ଧର ସୁରଜ ମେହେର, କ୍ରିଷ୍ଣାମୟୀ ମହାକୁଡ ଓ ଟେନିସା ମେହେରଙ୍କୁ ମେମୋଣ୍ଟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପୁସ୍ତକମେଳା ମଞ୍ଚରେ ରମେଶ ମେହେରଙ୍କ ଲିଖିତ ଶିଶୁ କିଶୋର ଗଳ୍ପ ‘ମା’ର ପଣତ ଅମୂଲ ମୂଲ’ପୁସ୍ତକ ମଧ୍ୟ ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ସଂଗୀତ ସଂଧ୍ୟାରେ ଛତିଶଗଡ ରାୟପୁର, ସମ୍ବଲପୁର କଳାକାରଙ୍କ ଦ୍ୱାରା  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।  ଶେଷ ସନ୍ଧ୍ୟାରେ ହଜାରହଜାର ସଂଖ୍ୟାରେ ଦର୍ଶକ ସାଂସ୍କୃତିକ କାର୍ଯ୍ୟକ୍ରମକୁ  ଉପଭୋଗ କରିଥିଲେ । ବହିଷ୍ଟଲ ଗୁଡିକରେ ପ୍ରବଳ ଭିଡଜମାଇ ନିଜ ପସନ୍ଦ ମୁତାବକ ବହି କିଣୁଥିବା ବେଳେ ଖାଦ୍ୟ ଷ୍ଟଲମାନଙ୍କରୁ ସୁସ୍ୱାଦୁ ଖାଦ୍ୟର ମଜା ନେଉଥିବା ଦେଖିବାକୁ ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026

You Might Also Like