-+91-9937148622 |
prerana_bgr@rediffmail.com |
Friday 24th April 2026 |
R.N.I. Regd No. ODIODI/2010/46693
Breaking News
10-Dec-2023
କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନୁଆଁ ଓଡିଶା -ଯୁବ ଓଡିଶା -ନବୀନ ଓଡିଶା କାର୍ଯ୍ୟକ୍ରମ ଶନିବାର ଉଦଘାଟିତ ହୋଇଯାଇଛି |ବିଦ୍ୟାଳୟ ଅଧ୍ୟକ୍ଷ ଦେବେନ୍ଦ୍ର ନାରାୟଣ ପଣ୍ଡା ଙ୍କ ସଭାପତିତ୍ବରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ, ସମ୍ମାନିତ ଅତିଥି ଭାବେ ଶିକ୍ଷାବିଦ ତଥା ଅବସରପ୍ରାପ୍ତ ଏବିଇଓ ଲୋକନାଥ ପାଢ଼ୀ,ଚକ୍ଷୁ ଡାକ୍ତର କୌଶଳ ପଟେଲ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ ର ଉଦେଶ୍ୟ ବିଷୟରେ କହିଥିଲେ |କାର୍ଯ୍ୟକ୍ରମ କୁ ଅଧ୍ୟାପିକା ପ୍ରଜ୍ଞା ପାରମିତା ମିଶ୍ର ସଂଯୋଜନା କରିଥିବା ବେଳେ ଅଧ୍ୟାପକ ସୁରେଶ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ |ପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକୃତା, ପ୍ରବନ୍ଧ ପ୍ରତିଯୋଗିତା ହୋଇଥିଲା |ଏହି ଅବସରରେ ବିଦ୍ୟାଳୟ ପରିସରରେ ମହାନଦୀ ନେତ୍ର ଚିକିତ୍ସାଳୟ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା |କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା ସହଯୋଗ କରିଥିଲେ |