-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ରାଜ୍ୟ

ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟ ହେବ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ

18-Dec-2020



(ପ୍ରେରଣା ଖବର) ବାରିପଦା: ଶେଷରେ ତତ୍‌ପରତା ଦେଖାଇଲେ ରାଜ୍ୟ ସରକାର। ନବଓଡ଼ିଶାର ଅନ୍ୟତମ ବିନ୍ଧାଣୀ, ମୟୂରଭଞ୍ଜ ଗଡ଼ଜାତ ରାଜ୍ୟର ପ୍ରଜାବତ୍ସଳ ଶାସକ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତି ଯଥୋଚିତ ସମ୍ମାନ ପ୍ରଦର୍ଶନ ନେଇ ଆରମ୍ଭ ହୋଇଛି ଉଦ୍ୟମ। ଆଜି ମୟୂରଭଞ୍ଜ ଜିଲ୍ଲା ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ମାଧ୍ୟମରେ ବାରିପଦାସ୍ଥିତ ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟକୁ ‘ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିବାକୁ ସର୍ବସମ୍ମତ ପ୍ରସ୍ତାବ ପାରିତ କରାଯାଇଛି। ଏଥିସହିତ ଶ୍ରୀରାମଚନ୍ଦ୍ର ପାଠାଗାର (ଜୁବୁଲି ଲାଇବ୍ରେରୀ)ର ପୁନରୁଦ୍ଧାର ନିମନ୍ତେ ଆର୍ଥିକ ଅନୁଦାନ ଯୋଗାଇବା ସହ ରକ୍ଷଣାବେକ୍ଷଣ ଦାୟିତ୍ୱ ସରକାର ହାତକୁ ନେବା ନିମନ୍ତେ ପ୍ରସ୍ତାବ ଗୃହୀତ ହୋଇଛି। ଏ ସଂକ୍ରାନ୍ତରେ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜିଲ୍ଲାର ନେତୃବୃନ୍ଦ ଅନୁରୋଧ କରି ଏକ ପତ୍ର‌ ପ୍ରେରଣ କରିଛନ୍ତି। ‘ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ଭୁଲିଗଲେ ଶୀର୍ଷକ ଏକ ଖବର ଗତକାଲି ‘ସମ୍ବାଦ’ରେ ପ୍ରକାଶିତ ହେବା ପରେ ରାଜ୍ୟର ବୁଦ୍ଧିଜୀବୀ ମହଲରେ ଏହାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଥିଲା। ଏ ସଂକ୍ରାନ୍ତରେ ରାଜ୍ୟ ସରକାର ମଧ୍ୟ ତ୍ବରିତ୍‌ ପଦକ୍ଷେପ ନେଇଥିଲେ। ମହାରାଜାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ବର୍ଷକୁ ମର୍ଯ୍ୟାଦାର ସହିତ ପାଳନ କରିବାକୁ ଜିଲ୍ଲା ବିଜେଡି ନେତୃବୃନ୍ଦଙ୍କୁ ନିର୍ଦ୍ଦେଶ ଦିଆଯିବା ସହିତ ଦଳୀୟ ପର୍ଯ୍ୟବେକ୍ଷକମାନଙ୍କୁ ଜିଲ୍ଲାରେ ଉପସ୍ଥିତ ରହି କାର୍ଯ୍ୟକ୍ରମ ତଦାରଖ କରିବାକୁ କୁହାଯାଇଥିଲା। ଫଳସ୍ବରୂପ ଆଜି ସକାଳେ ମାଲ୍ୟାର୍ପଣଠାରୁ ଆରମ୍ଭ କରି ସ୍ମୃତିସଭା ଓ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସମ୍ପର୍କରେ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ କରାଯିବା ପରେ ଏ ସଂକ୍ରାନ୍ତରେ ଗଣମାଧ୍ୟମ ସମ୍ମୁଖରେ ତଥ୍ୟ ରଖିଥିଲା ଦଳ। ରାଜସ୍ବ ମନ୍ତ୍ରୀ ତଥା ବିଜେଡି ଜିଲ୍ଲା ସଭାପତି ସୁଦାମ ମାରାଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟସଭା ସାଂସଦ ମମତା ମହାନ୍ତ, ମୋରଡ଼ା ବିଧାୟକ ରାଜକିଶୋର ଦାସ, କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ୍‌, ପୂର୍ବତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି, ଓଡ଼ିଶା କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଦେବାଶିଷ ମହାନ୍ତି, ମୟୂରଭଞ୍ଜ ସାଙ୍ଗଠନିକ ଜିଲ୍ଲା-୨ ସଭାପତି କାଶିନାଥ ହେମ୍ବ୍ରମ, ରାଇରଙ୍ଗପୁର ପର୍ଯ୍ୟବେକ୍ଷକ ମୁକ୍ତିକାନ୍ତ ମଣ୍ଡଳ, ଦଳୀୟ ମୁଖପାତ୍ର ଡ଼ା.ହରିଶ ଚୌଧୁରୀ, ପୂର୍ବତନ ଏସ୍‌ଡିସି ଅଧ୍ୟକ୍ଷ ଦେବାଶିଷ ମାରାଣ୍ଡି, ପୂର୍ବତନ ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି, ପ୍ରକାଶ ମହାନ୍ତି, ସୁବ୍ରତ ଛାଟୋଇ, ଯୁବ ସଭାପତି ଅରୁଣ ବରାଡ଼ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମହାରାଜାଙ୍କୁ ନେଇ ବର୍ଷତମାମ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ସୂଚନା ଦିଆଯାଇଥିଲା। ଜିଲ୍ଲାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମକରଣ କରାଗଲେ ଦିବଂଗତ ମହାନ୍‌ ବ୍ୟକ୍ତିତ୍ବଙ୍କ ପ୍ରତି ଉଚିତ୍‌ ସମ୍ମାନ ହେବ ବୋଲି ମତପ୍ରକାଶ ପାଇଥିଲା। ମହାରାଜାଙ୍କ ୧୫୦ତମ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ଏପରି ତତ୍ପରତା ସବୁଠି ଚର୍ଚ୍ଚା ସୃଷ୍ଟି କରିଛି। ଏହି ଅବସରରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ଶ୍ରୀ ହରିବଳଦେବ ଜିଉ ବିଜେ ମହାପ୍ରଭୁଙ୍କ ମନ୍ଦିରର ନବୀକରଣ ଓ ସୌନ୍ଦର୍ଯ୍ୟୀକରଣ ନିମନ୍ତେ ୫ କୋଟି ବଦଳରେ ଅଧିକ ଟଙ୍କା ଯୋଗାଇ ଦେବା ସହ ଅବହେଳିତ ଅବସ୍ଥାରେ ଥିବା ଶ୍ରୀରାମଚନ୍ଦ୍ର ପାଠାଗାରର ପୁନରୁଦ୍ଧାର ଓ ରକ୍ଷଣାବେକ୍ଷଣ ଦାୟିତ୍ୱ ସରକାର ହାତକୁ ନେବା ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like