-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ରାଜ୍ୟ

କେନ୍ଦ୍ରକୁ ସୁପାରିସ୍‌ କଲେ ମୁଖ୍ୟମନ୍ତ୍ରୀ: ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ‌ଦିଅ, ରାଜ୍ୟ ଭିଜିଲାନ୍ସ ଇତିହାସରେ ପ୍ରଥମ

18-Dec-2020



(ପ୍ରେରଣା ଖବର) ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଡ଼ିଥିବା ବରିଷ୍ଠ ଆଇଏଫ୍‌ଏସ୍‌ ଅଫିସର୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇପାରେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ର ସରକାରଙ୍କୁ ସୁପାରିସ୍‌ କରିଛନ୍ତି। ଓଡ଼ିଶାରେ ଜଣେ ସର୍ବଭାରତୀୟ ସେବା ଅଧିକାରୀଙ୍କ ବିରୋଧରେ ପ୍ରଥମ ଥର ପାଇଁ ରାଜ୍ୟ ସରକାର ଏପରି ଅତ୍ୟନ୍ତ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କର ଏହି ସୁପାରିସ୍‌ ପାୱାର୍‌ କରିଡର୍‌‌ରେ ହଟଚମଟ ସୃଷ୍ଟି କରିଛି। ପାଠକଙ୍କ ଘରେ ଯେପରି ରେଡ୍‌ କରାଯାଇଛି ଓ ଯେଉଁ ପରିମାଣରେ ସମ୍ପତ୍ତି ଠାବ କରାଯାଇଛି, ତାହା ରାଜ୍ୟ ଭିଜିଲାନ୍ସ ଇତିହାସରେ ପ୍ରଥମ। ସେହିପରି ପାଠକଙ୍କୁ ବାଧ୍ୟତାମୂଳକ ଅବସର ପ୍ରସ୍ତାବକୁ କେନ୍ଦ୍ର ଗ୍ରହଣ କରିନେଲେ, ତାହା ମଧ୍ୟ ରାଜ୍ୟରେ ପ୍ରଥମ ହେବ ବୋଲି କୁହାଯାଉଛି।ମୁଖ୍ୟମନ୍ତ୍ରୀ କେନ୍ଦ୍ରକୁ କରିଥିବା ସୁପାରିସ୍‌ରେ କିପରି ଅଭୟକାନ୍ତ ପାଠକ ବେଆଇନ୍ ଭ‌ାବେ ପ୍ରଚୁର ସମ୍ପତ୍ତି ଠୁଳ କରିଛନ୍ତି ତାହା ଦର୍ଶାଇବା ସହ ନିଜ ପୁଅକୁ ଠକାମି ଓ ଜାଲିଆତିରେ ସହଯୋଗ କରିଥିବା ସମ୍ପର୍କରେ ମଧ୍ୟ ଜଣାଇଛନ୍ତି। ଚିଠିରେ ଉଲ୍ଲେଖ କରାଯାଇଛି ଯେ ଶ୍ରୀ ପାଠକ ବେଆଇନ୍ ଭାବେ ପାଇଥିବା ଅର୍ଥକୁ ତାଙ୍କ ପୁଅ ଆକାଶ ପାଠକଙ୍କ ଆକାଉଣ୍ଟ୍‌ରେ ଜମା କରିଛନ୍ତି ଏବଂ ନିଜ ପୁଅକୁ ଟାଟା ମୋଟର୍ସ ଏମ୍‌ଡି ଭାବେ ପରିଚୟ ଦେଇ ଠକିବାରେ ସା‌ହାଯ୍ୟ କରିଛନ୍ତି। ଜାଲିଆତି, ଠକାମି ଓ ବେକାର ଯୁବକ, ଯୁବତୀଙ୍କ ଠାରୁ ଟାଟା ମୋଟର୍ସରେ ଚାକିରି ଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ବିପୁଳ ପରିମାଣରେ ଅର୍ଥ ନେଇଥିବା ଅଭିଯୋଗରେ ତାଙ୍କ ପୁଅ ମଧ୍ୟ କ୍ରାଇମ୍‌ବ୍ରାଞ୍ଚ୍‌ ଦ୍ବାରା ଗିରଫ ହୋଇଛନ୍ତି। ଟାଟା ମୋଟର୍ସ ପକ୍ଷରୁ ଦିଆଯାଇଥିବା ଏତଲା ଭିତ୍ତିରେ ତାଙ୍କୁ ଗିରଫ କରାଯାଇଛି। ବେଆଇନ୍‌ ଭାବେ ହାସଲ କରିଥିବା ସମ୍ପତ୍ତିରୁ ଶ୍ରୀ ପାଠକ ମର୍ସିଡିସ୍‌, ବିଏମ୍‌ଡବ୍ଲ୍ୟୁ ପରି ନାମୀଦାମୀ ବ୍ରାଣ୍ଡ୍‌ର କାର୍ ବ୍ୟବହାର କରୁଥିଲେ। ଲକ୍‌ଡାଉନ୍ ସମୟ‌େର ସେ ଓ ତାଙ୍କ ପୁଅ ଚାର୍ଟର୍ଡ ଫ୍ଲାଇଟ୍‌ରେ ଦେଶର ବିଭିନ୍ନ ସ୍ଥାନକୁ ଭ୍ରମଣ କରିବା ସହ ବିଳାସପୂର୍ଣ୍ଣରେ ହୋଟେଲ୍‌ରେ ରହୁଥିଲେ। ଉଭୟ ବାପା ଓ ପୁଅ ଘରୋଇ ସିକ୍ୟୁରିଟି ଗାର୍ଡ ସାଙ୍ଗରେ ନେଉଥିଲେ ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଳେଖ କରିଛନ୍ତି। ଭିଜିଲାନ୍ସ ଦ୍ବାରା ଗିରଫ ହୋଇ ଜେଲ୍‌ ଯିବା ପୂର୍ବରୁ ୧୯୮୭ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଫିସର୍‌ ଶ୍ରୀ ପାଠକ ଅତିରିକ୍ତ ପିସିସିଏଫ୍‌ ଭାବେ କାର୍ଯ୍ୟ କରୁଥିଲେ। ଭିଜିଲାନ୍ସ ଦ୍ବାରା ଗିରଫ ହେଲା ପରେ ରାଜ୍ୟ ସରକାର ତାଙ୍କୁ ନିଲମ୍ବନ କରିଥିଲେ। ବର୍ତ୍ତମାନ ସୁଦ୍ଧା ତାଙ୍କ ଠାରୁ ୨୦ କୋଟି ଟଙ୍କାରୁ ଅଧିକ ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଛି। ଶ୍ରୀ ପାଠକଙ୍କୁ ଭିଜିଲାନ୍ସ ଗିରଫ କରିଥିଲା ବେଳେ ତାଙ୍କ ପୁଅ ଆକାଶ ପାଠକଙ୍କୁ କ୍ରାଇମ୍‌ବ୍ରାଞ୍ଚ୍‌ ଗିରଫ କରିଛି। ଉଭୟ ଏବେ ଜେଲ୍‌ରେ ଅଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like