-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଦେଶ ବିଦେଶ

ଚାଷୀ ଆନ୍ଦୋଳନରେ ହସ୍ତକ୍ଷେପ କରିବେନି ସୁପ୍ରିମ କୋର୍ଟ: ଆନ୍ଦୋଳନ ମୌଳିକ ଅଧିକାର, ବାଧା ଦିଆ ନଯାଉ

18-Dec-2020



(ପ୍ରେରଣା ଖବର)  ନୂଆଦିଲ୍ଲୀ: କୃଷି ଆଇନକୁ ବିରୋଧ କରି କୃଷକମାନେ ଆନ୍ଦୋଳନ କରିପାରିବେ। ଆନ୍ଦୋଳନ କରିବା ସେମାନଙ୍କର ମୌଳିକ ଅଧିକାର। ଆମେ ସେଥିରେ ହସ୍ତକ୍ଷେପ କରିବୁ ନାହିଁ। ଆନ୍ଦୋଳନ ହେଉ, ଏଥିରେ କାହାର ଆପତ୍ତି ନ‌ାହିଁ। ମାତ୍ର କଥାବାର୍ତ୍ତା ମାଧ୍ୟମରେ ଏହାର ସମାଧାନର ପନ୍ଥା ବି ବାହାରିବା ଉଚିତ ବୋଲି ଆଜି ସୁପ୍ରିମ୍‌କୋର୍ଟ କହିଛନ୍ତି। କୃଷକ ଆନ୍ଦୋଳନ ସହ ଜଡ଼ିତ ଏକାଧିକ ଆବେଦନର ଶୁଣାଣି କରି ସୁପ୍ରିମ କୋର୍ଟର ପ୍ରଧାନ ବିଚାରପତି ଏସ ‌ଏ ବୋବଡେ ଏଭଳି ଟିପ୍ପଣୀ ଦେଇଛନ୍ତି। ତେବେ ଆନ୍ଦୋଳନ ସମୟରେ ଅନ୍ୟ କାହାର ସମ୍ପତ୍ତି ନଷ୍ଟ କରିବା କିମ୍ବା କାହା ପ୍ରତି କ୍ଷତି ପହଞ୍ଚାଇବା ମଧ୍ୟ ଉଚିତ ନୁହେଁ। ଯେ ପର୍ଯ୍ୟନ୍ତ ଆନ୍ଦୋଳନ ଦ୍ବାରା ଧନ ଜୀବନ କ୍ଷତି ନ ହେଉଥିବ, ସେ ପର୍ଯ୍ୟନ୍ତ ଆନ୍ଦୋଳନ ସାମ୍ବିଧାନିକ ବୋଲି କୋର୍ଟ କହିଛନ୍ତି। ଅପରପକ୍ଷେ ସର୍ବୋଚ୍ଚ ଅଦାଲତ ଚୂଡ଼ାନ୍ତ ନିଷ୍ପତ୍ତି ନ ନେବାଯାଏ କୃଷି ଆଇନକୁ କାର୍ଯ୍ୟକାରୀ ନ କରିବାକୁ ଖଣ୍ଡପୀଠ ସରକାରଙ୍କୁ ପରାମର୍ଶ ଦେଇଥିଲେ। ଆଟର୍ଣ୍ଣି ଜେନେରାଲ କେ‌ କେ ବେଣୁଗୋପାଳ ଏ ନେଇ ସରକାରଙ୍କ ସହିତ ଆଲୋଚନା କରି ଅଦାଲତଙ୍କୁ ଜଣାଇବେ ବୋଲି କହିଛନ୍ତି। ତେବେ କୃଷକମାନେ ଦିଲ୍ଲୀରେ ରାସ୍ତା ବନ୍ଦ କରି ରଖିଥିବାରୁ ଅଦାଲତ କହିଥିଲେ ଯେ ଏଥିପାଇଁ ଦିଲ୍ଲୀବାସୀଙ୍କୁ ଭୋକିଲା ରହିବାକୁ ପଡ଼ିଛି। କୃଷକମାନଙ୍କ ଅବସ୍ଥା ପ୍ରତି ଆମେ ସହାନୁଭୂତି ପ୍ରକାଶ କରୁଛୁ। କିନ୍ତୁ ଆନ୍ଦୋଳନ ଯେଭଳି ଚାଲିଛି ତାହାକୁ କୃଷକମାନଙ୍କୁ ବଦଳାଇବାକୁ ପଡ଼ିବ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏସ୍‌.ଏ. ବୋବଡେ, ବିଚାରପତି ଏ.ଏସ୍‌. ବୋପାନ୍ନା ଏବଂ ବିଚାରପତି ଭି. ରାମସୁବ୍ରମଣ୍ୟନଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ଆଜି ଅନେକ ଗୁରୁତ୍ବପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଆଜି କେବଳ କୃଷକ ଆନ୍ଦୋଳନ ଏବଂ କୃଷକମାନଙ୍କ ମୌଳିକ ଅଧିକାର ନେଇ କୋର୍ଟ ଶୁଣାଣି କରିଥିଲେ। ତେବେ କୃଷି ଆଇନର ବୈଧତା ନେଇ ପରେ ଶୁଣାଣି କରାଯିବ ବୋଲି କୋର୍ଟ ସ୍ପଷ୍ଟ କରିଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ଅବସରକାଳୀନ ଖଣ୍ଡପୀଠରେ ହେବ ବୋଲି ସୁପ୍ରିମ୍‌ କୋର୍ଟ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଗତକାଲି ଶୁଣାଣି ବେଳେ ମାମଲାର ସମାଧାନ ଏକ କମିଟି ଗଠନ କରି କରିବାକୁ ଗତକାଲି ପ୍ରଧାନ ବିଚାରପତି ବୋବଡେ କହିଥିଲେ। ବିନା ହିଂସାକାଣ୍ଡ ଓ କ୍ଷୟକ୍ଷତିରେ ଆନ୍ଦୋଳନ ଚାଲିପାରିବ ବୋଲି କୋର୍ଟ ସ୍ପଷ୍ଟ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like