-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ରାଜ୍ୟ

ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ଜମି ସୁରକ୍ଷା ପ୍ରସଂଗ, ହାଇକୋର୍ଟରେ ଜନସ୍ବାର୍ଥ ମାମଲା

18-Dec-2020



(ପ୍ରେରଣା ଖବର) କଟକ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଲୋକଙ୍କ ଜମି ଚଞ୍ଚକତା କରି ହଡ଼ପ କରାଯାଉଛି। ଏହି ଜମି ବହୁ କମ୍ ମୂଲ୍ୟରେ କ୍ରୟ କରିବା ପରେ ଉଚ୍ଚ ଦରରେ ବିକ୍ରି କରି କେତେକ ବ୍ୟକ୍ତି ମାଲାମାଲ୍ ହେଉଛନ୍ତି। ଏଭଳି ଅଭିଯୋଗ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ସମ୍ବଲପୁରର ସମାଜସେବୀ କ୍ଷୀରୋଦ ଚନ୍ଦ୍ର ମଲ୍ଲିକଙ୍କ ପକ୍ଷରୁ ଦାୟର ଜନସ୍ବାର୍ଥ ମାମଲାରେ ଦର୍ଶାଯାଇଛି ଯେ ରାଜ୍ୟରେ କେତେକ ଜିଲ୍ଲାରେ ଶିଳ୍ପ କ୍ଷେତ୍ରରେ ଉନ୍ନତି ହେଉଛି। ଶିଳ୍ପ ପ୍ରତିଷ୍ଠା ପାଇଁ ବିଭିନ୍ନ ସଂସ୍ଥା ଜମି ଅଧିଗ୍ରହଣ କରୁଛନ୍ତି। ଏହି ଉଦ୍ଦେଶ୍ୟରେ ଚାଷ ଜମି ସବୁ ଅଧିଗ୍ରହଣ କରାଯାଉଛି। ଏଭଳି ଅଧିଗ୍ରହଣ ସଂପର୍କରେ ଜାଣିବା ପରେ ବହୁ ପ୍ରଭାବଶାଳୀ ବ୍ୟକ୍ତି ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଲୋକଙ୍କ ଜମିକୁ ସାଧାରଣ ମୂଲ୍ୟ ଦେଇ ପ୍ରଥମେ କିଣି ନେଉଛନ୍ତି। ଏହାପରେ ଶିଳ୍ପ ପାଇଁ ଭୂମି ଅଧିଗ୍ରହଣ ସମୟରେ ଚଢ଼ା ଦରରେ ଏହି ଜମି ସବୁ ସଂପୃକ୍ତ ବ୍ୟକ୍ତି ବିକ୍ରି କରି ମାଲାମାଲ୍ ହେଉଛନ୍ତି। ଜମିର ମୂଳ ମାଲିକ ଥିବା ଅନୁସୂଚିତ ଜା‌ତି ଓ ଜନଜାତି ବର୍ଗର ଲୋକ କିନ୍ତୁ କିଛି ଫାଇଦା ପାରୁ ନାହାନ୍ତି। ଅନୁସୂଚିତ ଜାତି ଓ ଜନଜାତିର ଲୋକ ଅତି ସରଳ ହୋଇଥିବାବେଳେ ଏଭଳି ଘଟଣା ସଂକ୍ରାନ୍ତରେ ଅବଗତ ନୁହନ୍ତି। ଏଭିଳି ସ୍ଥିତିର ଫାଇଦା ନେଇ ଅନେକ ପ୍ରଭାବଶାଳୀ ବ୍ୟକ୍ତି ଓ ଦଲାଲ ବହୁ ଟଙ୍କା ରୋଜଗାର କରୁଛନ୍ତି। କିନ୍ତୁ ଜମି ହରାଉଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର ବ୍ୟକ୍ତି ଏହି ଅର୍ଥ ପାଇ ପାରୁନାହାନ୍ତି। ଶିଳ୍ପ ପାଇଁ ସେମାନଙ୍କ ଜମି ବ୍ୟବହାର ହେଉଥିବା ବେଳେ ସେମାନେ ଉପଯୁକ୍ତ କ୍ଷତିପୂରଣ ଓ ଥଇଥାନ ସୁବିଧାରୁ ମଧ୍ୟ ବଞ୍ଚିତ ହେଉଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ଜମି ଅନ୍ୟ ଅନ୍ୟ ବର୍ଗର ଲୋକ କିଣିବା ପୂର୍ବରୁ ଜିଲ୍ଲା ପ୍ରଶାସନର ଅନୁମତି ଆବଶ୍ୟକ। କିନ୍ତୁ ଅନେକ କ୍ଷେତ୍ରରେ ଏଭଳି ଅନୁମତି ଚଞ୍ଚକତା କରି ନିଆଯାଉଛି। ଆଉ କେତେକ କ୍ଷେତ୍ରରେ ପ୍ରଭାବଶାଳୀ ବ୍ୟକ୍ତିମାନେ ସେମାନଙ୍କ କର୍ମଚାରୀଙ୍କ ଦ୍ବାରା ଏପରି ଜମି କିଣି ନେଉଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଲୋକଙ୍କ ଜମି ବିକ୍ରି ବେଳେ ଆଇନରେ ଥିବା ବ୍ୟବସ୍ଥାକୁ କଡ଼ାକଡ଼ି ଲାଗୁ କରାଯାଉ ନାହିଁ। ଫଳରେ ବହୁ ଗରିବ ଲୋକ ଜମି ହରାଉଛନ୍ତି ଓ ଉପଯୁକ୍ତ ଅର୍ଥ ପାଇ ପାରୁନାହାନ୍ତି। ସେମାନଙ୍କ ଜମି ଶିଳ୍ପ ପାଇଁ ଅଧିଗ୍ରହଣ ହୋଉଥିବା ବେଳେ କ୍ଷତିପୂରଣ ରାଶି ଅନ୍ୟମାନେ ନେଇ ଯାଉଛନ୍ତି। ଏଭଳି ସ୍ଥିତିରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମିର ସୁରକ୍ଷା ପାଇଁ ଉପଯୁକ୍ତ ପଦକ୍ଷେପ ନିଆଯିବା ଆବଶ୍ୟକ। ଗତ ୫ ବର୍ଷର ଅନୁସୂଚିତ ଜାତି ଓ ଜନଜାତିଙ୍କ ନିକଟରୁ ଜମି କ୍ରୟ ସଂପର୍କିତ ବିକ୍ରି କବଲା ତଥ୍ୟ ଦାଖଲ ପାଇଁ ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ। ଏଥି ସହିତ ଭୂମି ଅଧିଗ୍ରହଣ କ୍ଷତିପୂରଣ ସଂପର୍କିତ ନିୟମାବଳୀ କାର୍ଯ୍ୟକାରୀ ପ୍ରସଂଗରେ ସରକାରଙ୍କ ନିକଟରୁ ଜବାବ ତଲବ କରାଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ମାମଲାରେ ରାଜ୍ୟ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ, ଗୃହ ବିଭାଗ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ଗଞ୍ଜାମ ଜିଲ୍ଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଶିଷ କୁମାର ମିଶ୍ର ମାମଲା ପରିଚାଳନା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like