-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ରାଜ୍ୟ

ପରିଶ୍ରମ ପୋର୍ଟାଲର ଲୋକାର୍ପଣ କଲେ ନବୀନ ପଟ୍ଟନାୟକ: ୫୨ ପ୍ରକାର ସେବା ଉପଲବ୍‌ଧ ହେବ।

18-Dec-2020



(ପ୍ରେରଣା ଖବର) : ତା୧୭-୧୨: ମୁଖ୍ୟମନ୍ତ୍ରୀ ଶ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର ଅଂଶ ସ୍ବରୂପ  ରାଜ୍ୟ ଶ୍ରମ ଓ କର୍ମଚାରୀ ବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ କରିବା ସହିତ ୨୨ ପ୍ରକାର ଅନ୍‌ଲାଇନ ସେବାର ଶୁଭାରମ୍ଭ କରିଛନ୍ତି ।ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୫-ଟି କାର୍ଯ୍ୟକ୍ରମର ମୁଖ୍ୟ ଆଧାର ହେଉଛି ବୈଷୟିକ କୌଶଳ । ଏହା ହିଁ ପରିବର୍ତ୍ତନର ମାର୍ଗକୁ ଅଧିକ ସୁଗମ କରିଥାଏ। ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗ ଦ୍ବାରା ଆରମ୍ଭ କରାଯାଇଥିବା ପରିଶ୍ରମ ପୋର୍ଟାଲ ଓ ୨୨ ପ୍ରକାର ସେବା ସ୍ବଚ୍ଛନ୍ଦ ବ୍ୟବସାୟ (Ease of Doing Business) ପାଇଁ ବିଶେଷ ସହାୟକ ହେବ ଏବଂ ଏହା ସହିତ ରାଜ୍ୟରେ ସାମଗ୍ରିକ ଶିଳ୍ପ ଅଭିବୃଦ୍ଧିରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ପୋର୍ଟାଲରେ ଜନସାଧାରଣଙ୍କ ନିମନ୍ତେ  ବିଭିନ୍ନ ଶ୍ରମ ଆଇନ ସଂପର୍କରେ ସୂଚନା ଉପଲବ୍‌ଧ ହେବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ବିଭିନ୍ନ ଶିଳ୍ପସଂସ୍ଥାନ, ବ୍ୟବସାୟିକ ପ୍ରତିଷ୍ଠାନ, କ୍ଷୁଦ୍ର ଉଦ୍ୟୋଗୀ ଓ ଜନସାଧାରଣ ଉପକୃତ ହେବେ ୤ ଆଗାମୀ ଦିନରେ ଏହି ପୋର୍ଟାଲରେ ୫୨ ପ୍ରକାର ସେବା ଉପଲବ୍‌ଧ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ଶ୍ରମ ଓ କର୍ମଚାରୀ ବୀମା ବିଭାଗର ଅଧିକାରୀ ଓ କର୍ମଚାରୀମାନେ ସେବା ମନୋବୃତ୍ତି ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସେବା ଗୁଡିକୁ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ କହିଥିଲେ ଯେ ଆଜିର ଏହି ନୂତନ ପୋର୍ଟାଲର ଉନ୍ମୋଚନ ଓ ଅନ୍‌ଲାଇନ ସେବା ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପିତ ଶିଳ୍ପସମୃଦ୍ଧ ଓଡିଶା ଗଠନରେ ସହାୟକ ହେବ୤ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନାକୁ କାର୍ଯ୍ୟକାରୀ କରିବା ଦିଗରେ ବିଭାଗ ନିଷ୍ଫାର ସହ କାର୍ଯ୍ୟ କରୁଛି ବୋଲି ସେ କହିଥିଲେ । ସୂଚନାଯୋଗ୍ୟ ବ୍ୟବସାୟିକ ପଦ୍ଧତିର ସରଳୀକରଣକୁ ପ୍ରୋତ୍ସାହିତ କରିବାପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ନୂଚନ ପୋର୍ଟାଲକୁ ପ୍ରସ୍ତୁତ କରାଯାଇଛି। ଆଜିର ଏହି ୨୨ଟି ଅନ୍‌ଲାଇନ ସେବା ରାଜ୍ୟର ଉଦ୍ୟୋଗୀ ମାନଙ୍କୁ ଅନ୍‌ଲାଇନ ଜରିଆରେ ପଞ୍ଜୀକରଣ ପ୍ରମାଣପତ୍ର, ଲାଇସେନ୍‌ସ, କାରଖାନାର ନୂତନ ନକ୍‌ସାର ଅନୁମୋଦନ, ଲାଇସେନ୍‌ସର ବଦଳିକରଣ, ବାଷ୍ପିତ୍ର ନିରୀକ୍ଷଣ ଓ ସାମୟିକ ନବୀକରଣ ଆଦି ଅନେକ ସୁବିଧା ମିଳିପାରିବ। ଏଥିସହିତ ପୋର୍ଟାଲରୁ ବିଭାଗ ଅଧିନସ୍ଥ ଶ୍ରମ ଆଇନ ସହିତ ଫର୍ମ, ବିଭିନ୍ନ ସେବା ନିମନ୍ତେ ଆବେଦନ ପ୍ରକ୍ରିୟା ଓ  ପୈଠର ପରିମାଣ ସଂପର୍କରେ ସୂଚନା ମିଳିପାରିବ । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ସଚିବ ଶ୍ରୀମତୀ ଚିତ୍ରା ଅରମୁଗମ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ କମିଶନର ଶ୍ରୀ ତିରୁମଲ୍ଲା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ୤ ପୋର୍ଟାଲ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ର ସତ୍ୟବ୍ରତ ସାହୁ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ଆ.ଟି ବିଭାଗର ସଚିବ ମନୋଜ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like