-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ କଳା ସଂସାଧନ ସଭ୍ୟଙ୍କ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ, ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର କରିବେ ପ୍ରଚାର ପ୍ରସାର

12-Jan-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଜିଲ୍ଲାରେ ଲୋକକଳା ମାଧ୍ୟମରେ ଜନସାଧାରଣ ଯେପରି ସରକାର ଙ୍କ  ଦ୍ଵାରା ପ୍ରୟୋଜିତ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ବନ୍ଧରେ ଅବଗତ ହୋଇପାରିବେ ସେଥିପାଇଁ ଜିଲ୍ଲାର ଲୋକକଳାକାର ମାନଙ୍କ ଦ୍ୱାରା ପାରମ୍ପରିକ ଲୋକ କଳା ମାଧ୍ୟମରେ ସୂଚନା ଶିକ୍ଷା ଓ ଯୋଗାଯୋଗ ଅଭିଯାନ ସମ୍ପର୍କରେ ଏକ ଦିବାସୀୟ କର୍ମଶାଳା ସ୍ଥାନୀୟ ଜିଲ୍ଲାପରିଷଦ ସଭା ଗୃହ ରେ ଅନୁଷ୍ଠିତ ହୋଇଯାଇଛି  I ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଓଡିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମିଳିତ ଆନୁକୁଲ୍ୟରେ ଜିଲ୍ଲାର ୬ ଗୋଟି ବ୍ଲକର ସମସ୍ତ ବି ଏସ ଏସ ଓ, ଉପସଭାପତି ବି କେ ଏସ ଏସ ଓ ୨ ଜଣ କଳା ସଂସାଧନ ସଭ୍ୟଙ୍କ ତାଲିମ ଶିବିର ଆଜି ତା ୧୧/0୧/୨୪ ରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର  ପ୍ରଚାର  ପ୍ରସାର  ଲୋକକଳା ମାଧ୍ୟମରେ କରିବା ପାଇଁ ରାଜ୍ୟ ସ୍ତରରେ ପ୍ରଶିକ୍ଷକ ଭାବରେ ଜିଲ୍ଲାରୁ  ଜେଡ କେ ଏସ ଏସ ଉପ ସଭାପତି ମାନଭଞ୍ଜନ ମିଶ୍ର ପ୍ରଶିକ୍ଷଣ ଗ୍ରହଣ କରିଛନ୍ତି l ଜିଲ୍ଲା  ସ୍ତରୀୟ ଏହି ଏକ ଦିନିଆ ପ୍ରଶିକ୍ଷଣ ଶିବିର କୁ ଜିଲ୍ଲା ପର୍ଯ୍ୟବେକ୍ଷକ ସଚିବ ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଶ୍ରୀଯୁକ୍ତ ପ୍ରବୋଧ ରଥ ଉଦ୍ ଘାଟନ କରି କହିଲେ ଯେ ଏହା ଦ୍ଵାରା ଜିଲ୍ଲା ର କୋଣ ଅନୁକୋଣ ର ଜନସାଧାରଣ ସରକାରଙ୍କ  ସମସ୍ତ ଯୋଜନା ସମ୍ବନ୍ଧୀୟ ସୂଚନା ଅବଗତ ହୋଇପାରିବା ସହିତ କଳାକାର ମାନଙ୍କ ପ୍ରତିଭାର ବିକାଶ ସହ ସେମାନଙ୍କ ଆର୍ଥିକ ଉନ୍ନତି ହୋଇ ପାରିବ ବୋଲି  ମତ ବ୍ୟକ୍ତ  କରି  ଜିଲ୍ଲାର ସମସ୍ତ ଛଅ ଟି ବ୍ଲକର କଳା ସଂସାଧନ ସଭ୍ଯ ତଥା ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ କାର୍ଯ୍ୟକ୍ରମର ବ୍ୟବସ୍ଥିତ ଓ ସଠିକ ପରିଚାଳନା ନିମନ୍ତେ ଉପାଦେୟ ପରାମର୍ଶ ଦେଇଥିଲେ  I ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ ପ୍ରଶିକ୍ଷଣ ଶିବିରର ଉଦ୍ଦେଶ୍ଯ ସମ୍ବନ୍ଧରେ ଆଲୋକପାତ କରି ସରକାରଙ୍କ ଦ୍ୱାରା ପ୍ରସ୍ତୁତ ମାର୍ଗ ଦର୍ଶନର ବିସ୍ତୃତ ଆଲୋଚନା କରିଥିଲେ I  ଉପସ୍ଥିତ ଜିଲ୍ଲା ସଂସାଧନ ମାନଭଞ୍ଜନ ମିଶ୍ର ବିଭିନ୍ନ କଲ୍ୟାଣକାରୀ ଯୋଜନା ଯଥା ବିଜୁସ୍ୱାସ୍ଥ୍ୟ କଲ୍ୟାଣ, ମମତା , ହରିଶ୍ଚନ୍ଦ୍ର , ମଧୁବାବୁ ପେନସନ, ମିଶନ ଶକ୍ତି, ଓଡ଼ିଆ ଆଦର୍ଶ ବିଦ୍ୟାଳୟ, ଫସଲ ବୀମା, ଫସଲ ଋଣ, ଆମ ହସ୍ପିଟାଲ, କ୍ରୀଡା, ଆମ ଓଡିଶା ନବୀନ ଓଡିଶା, 5 T ହାଇସ୍କୁଲ ରୂପାନ୍ତରିକରଣ ସହ ନୂତନ ଆଉ ଚାରି ଗୋଟି ଲୋକ

ଯୋଜନା ଯଥା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ, ଆମ ବ୍ୟାଙ୍କ, ଐତିହ୍ୟ ସ୍ଥଳୀ ବିକାଶ, ଲକ୍ଷ୍ମୀ ବସ ଯୋଜନା ଇତ୍ୟାଦି ଯୋଜନା ସମ୍ବନ୍ଧରେ  ବ୍ଲକସ୍ତରୀୟ ପ୍ରଶିକ୍ଷକ ମାନଙ୍କୁ ଆବଶ୍ୟକ ସୂଚନା ପ୍ରଦାନ କରିଥିଲେ  l ଅନୁଷ୍ଠିତ ଏହି ଏକ ଦିବସୀୟ ପ୍ରଶିକ୍ଷଣ ଶିବିରକୁ ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ  ପରିଚାଳନା କରିଥିବା ବେଳେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର,ଜିଲ୍ଲା  ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଏବଂ ଅନ୍ୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like