-+91-9937148622 |
prerana_bgr@rediffmail.com |
Thursday 14th May 2026 |
R.N.I. Regd No. ODIODI/2010/46693
Breaking News
23-Jan-2024
ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଳାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ସମସ୍ତ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ
ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ତରଭା ଅନିଲ କୁଲୁ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ଅଶ୍ୱିନୀ କୁମାର ମେହେର , ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ରମେଶ ଚନ୍ଦ୍ର ସ୍ୱାଇଁ ଙ୍କ ସହ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର ତରଭା , ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l