-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

କାର ଧକ୍କାରେ ବୃଦ୍ଧା ମୃତ, ଝିଅ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ,କ୍ଷତିପୁରଣ ଦାବିରେ ରାଜପଥ ଅବରୋଧ କଲେ ଅଞ୍ଚଳବାସୀ

30-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ.କଣ୍ଟାମାଳ ବ୍ଲକ ଘଣ୍ଟାପଡା ଥାନା ଅନ୍ତର୍ଗତ ୪୧ ନମ୍ବର ରାଜ୍ୟ ରାଜପଥର ସିନ୍ଧୁଗୋରା(ଟିକ୍ରାପଡା) ରାସ୍ତାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ଏହାର ପ୍ରତିବାଦରେ ଅଞ୍ଚଳବାସୀ ମଙ୍ଗଳବାର ଅପରାହ୍ନ ୩ଟାରୁ ରାସ୍ତାରେ ଶବ ରଖି ରାଜ୍ୟ ରାଜପଥକୁ ଅବରୋଧ କରି ମୃତକଙ୍କ ପରିବାରବର୍ଗଙ୍କୁ ୨୦ଲକ୍ଷ ଟଙ୍କା କ୍ଷତିପୁରଣ ସହାୟତା ପ୍ରଦାନ କରିବାକୁ ଦାବି କରିଥିଲେ । ଆନ୍ଦୋଳନ ସ୍ଥଳରେ କଣ୍ଟାମାଳ ତହସିଲଦାର ଶ୍ବେତପଦ୍ମା ଯୋଶୀ, ଖୁଣ୍ଟିଗୋରା ଆରଆଇ ଭୀଷ୍ମ ନାଗ ପହଞ୍ଚି ଅାନ୍ଦୋଳନକାରୀଙ୍କୁ ବୁଝାସୁଝା କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଦେବାପରେ ସନ୍ଧ୍ୟା ୬.୧୦ରେ ଅାନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା । ତେବେ ରାସ୍ତା ଅବରୋଧ ଯୋଗୁ ଉଭୟ ପାର୍ଶ୍ବରେ ବହୁ ସଂଖ୍ୟାରେ ଗାଡିମଟର ପ୍ରାୟ ୩ ଘଣ୍ଟା ଧରି ଅଟକି ରହିଥିଲା । ଫଳରେ ଲୋକେ ଯାତାୟତରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ l ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଘଣ୍ଟାପଡା ଥାନାଧିକାରୀ ବଳଭଦ୍ର ଗଣ୍ଡାଙ୍କ ନେତୃତ୍ୱରେ ଏସଆଇ ବିଶ୍ଵାମିତ୍ର ଲୋଇ, ପୋଲିସ ଦଳ ଏବଂ ସୁରକ୍ଷା ବଳ ଘଟଣାସ୍ଥଳରେ ଉପସ୍ଥିତଥିଲେ । ସୂଚନାଯୋଗ୍ୟ ଯେ ପ୍ରତିମାଳ ଗ୍ରାମର ମୃତକ ସମାରୀ ସାହୁ(୭୦) ତାଙ୍କ ଝିଅ ଘର ସିନ୍ଧୁଗୋରା (ଟିକ୍ରାପଡା) ଗ୍ରାମକୁ ଅାସିଥିଲେ l ରବିବାର ରାତି ପ୍ରାୟ ଘ.୧୦.୧୫ମି. ସମୟରେ ଏକ ଅଜଣା କାର ତାଙ୍କୁ ଘର ସାମ୍ନାରେ ଧକ୍କା ଦେଇଥିଲା । ମାଙ୍କୁ ସହାୟତା ପାଇଁ ଚେଷ୍ଟା କରିବାରୁ ଝିଅ ଶୈଳଙ୍କୁ ମଧ୍ୟ ଉକ୍ତ କାର ଧକ୍କା ଦେବାରୁ ସେ ଗୁରୁତର ଅାହତ ହୋଇଥିଲେ । ଉଭୟ ମା ଓ ଝିଅଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ କଣ୍ଟାମାଳ ଓ ପରେ ବଲାଙ୍ଗୀର ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ । ବଲାଙ୍ଗୀର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସମାରିଙ୍କ ମୃତ୍ୟୁ ହୋଇଥିଲା । ଶବ ବ୍ୟବଚ୍ଛେଦ ପରେ ଗାଁ ମଶାଣୀରେ ଅନ୍ତିମ ସଂସ୍କାର କରାଯାଇଛି l ପୁଅ ଉଛବ ସାହୁ ମୁଖାଗ୍ନି ଦେଇଥିଲେ l ଝିଅ ଶୈଳଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବଲାଙ୍ଗୀରରୁ ବୁର୍ଲା ଓ ପରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । କାର ଡ୍ରାଇଭର ଫେରାର ହୋଇଥିବା ସୂଚନା ମିଳିଛି । ଗାଡିକୁ ଚିହ୍ନଟ କରି ଡ୍ରାଇଭରଙ୍କ ନାମରେ ମାମଲା ରୁଜୁ କରିବାକୁ ଘଣ୍ଟାପଡ଼ା ଥାନାରେ ପୁଅ ଉଛବ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଘଣ୍ଟାପଡ଼ା ଥାନାଧିକାରୀ ଶ୍ରୀ ଗଣ୍ଡା ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like