-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ରେ ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ଡାୟାଲିସିସ୍ କେନ୍ଦ୍ର ଉଦଘାଟିତ:

01-Feb-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ସମଗ୍ର  ରାଜ୍ୟରେ ବିଭିନ୍ନ  ବର୍ଗର କିଡ଼ନୀ ରୋଗୀ ମାନଙ୍କୁ  ମାଗଣାରେ ଡାୟାଲିସିସ୍ ସୁବିଧା  ଯୋଗାଇ ଦେବାପାଇଁ ଆଜି ମାନ୍ୟବର  ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ 16 ଟି ବିଭିନ୍ନ ଉପ ଜିଲ୍ଲା ଚିକିତ୍ସାଳୟ ମାନଙ୍କରେ ନୂତନ ଡାୟାଲିସିସ୍ ସେଣ୍ଟର ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ  କରିଛନ୍ତି l ସେଥିମଧ୍ୟରୁ ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ୍ ଉପ ଚିକିତ୍ସାଳୟ ରେ  ମଧ୍ୟ ଏକ ଡାୟାଲିସିସ୍ ସେଣ୍ଟର ଉଦ୍ଘାଟିତ ହୋଇଯାଇଛି l ଏହାଦ୍ୱାରା  ରାଜ୍ୟର ବିଭିନ୍ନ କିଡ଼ନୀ ରୋଗୀ  ବିଶେଷତଃ ଗରିବ ବର୍ଗର  ରୋଗୀ ମାଗଣାରେ ଏବଂ  ସୁବିଧା ରେ  ନିଜ ଜିଲ୍ଲାରେ ଡାୟାଲିସିସ୍ ସୁବିଧା ପାଇପାରିବେ ବୋଲି  ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରି ସମସ୍ତଙ୍କ ଜୀବନ ହେଉଛି ମୂଲ୍ୟବାନ ବୋଲି କହିଛନ୍ତି I ଆଜି ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଥି ନିମନ୍ତେ ଆୟୋଜିତ  ସ୍ଵତନ୍ତ୍ର କାର୍ଯ୍ୟକ୍ରମ ରେ ରାଜ୍ୟ  ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୁଜାରୀ ମୁଖ୍ୟ ଅତିଥି ଭାବରେ  ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏବଂ 5T ଅଧ୍ୟକ୍ଷ ଭି କାର୍ତ୍ତିକେୟନ ପାଣ୍ଡିଆନ୍ ଙ୍କୁ ଧନ୍ୟବାଦ  ଦେବା  ସହିତ ଜିଲ୍ଲା ବାସୀଙ୍କ ତରଫରୁ କୃତଜ୍ଞତା ଜ୍ଞାପନ କରିଥିଲେ  I ସେ ଏହି ଅବସରରେ କହିଲେ ଯେ ଏହି ଡାୟାଲିସିସ୍ ସେଣ୍ଟର ହେବା ଦ୍ୱାରା ଡୁଙ୍ଗୁରିପାଲି ବ୍ଲକ ଅଂଚଳ ସହିତ ଜିଲ୍ଲାର ଶହ ଶହ ଡାୟାଲିସିସ୍ ସମ୍ୱନ୍ଧୀୟ ରୋଗୀ ମାଗଣାରେ ଚିକିତ୍ସା ସେବା ପାଇବା ସହ ସୁବିଧାରେ ଅଯଥା ଖର୍ଚ୍ଚାନ୍ତ ରୁ ବଞ୍ଚିପାରିବେ l ଆଜି ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା  , ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାଶ , ଡୁଙ୍ଗୁରିପାଲି  ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ଅହଲ୍ୟା ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱରଂଜନ ପତି ତଥା ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ,ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ l ସଭାରେ ଡୁଙ୍ଗୁରିପାଲି ବ୍ଲକ ତଥା ଜିଲ୍ଲାର   ବିଭିନ୍ନ ଲୋକପ୍ରତିନିଧି, ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ଗଣମାଧ୍ୟମର ପ୍ରତିନିଧିମାନଙ୍କ ସହିତ ଶତାଧିକ ଜନସାଧାରଣ, ଏସ ଏଚ ଜି ମାଁ ପ୍ରଭୁତି ଯୋଗଦେଇଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like