-+91-9937148622 |
prerana_bgr@rediffmail.com |
Friday 18th September 2026 |
R.N.I. Regd No. ODIODI/2010/46693
Breaking News
03-Feb-2024
କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ଘଣ୍ଟାପଡ଼ା ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି l ସୂଚନା ପ୍ରକାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଘଣ୍ଟାପଡ଼ା ଥାନାଧିକାରୀ ବଳଭଦ୍ର ଗଣ୍ଡାଙ୍କ ନେତୃତ୍ୱରେ ଏକ ଦଳ ବେଆଇନ ଗଞ୍ଜେଇ ରୋପଣ ହୋଇଥିବା ନାରାୟଣପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ବଡଅସୁର ଗ୍ରାମର ଫରେଷ୍ଟ ଜଙ୍ଗଲରେ ଚଢ଼ାଉ କରି ପ୍ରାୟ ୭ହାଜର ଗଞ୍ଜେଇ ଗଛ କାଟି ପୋଡି ନଷ୍ଟ କରିଛନ୍ତି l ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ଆନୁମାନିକ ମୂଲ୍ୟ ୬୦ଲକ୍ଷ ଟଙ୍କା ହେବ ବୋଲି ପୋଲିସ ତରଫରୁ ସୂଚନା ମିଳିଛି l ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଥାନାଧିକାରୀ ଶ୍ରୀ ଗଣ୍ଡା ସୂଚନା ଦେଇଛନ୍ତି l