-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ରାଜ୍ୟ

ଓଡିଆ ଭାଷା ସମ୍ମିଳନୀ ଉଦ୍‌ଘାଟିତ: ଆରମ୍ଭ ହେଲା ଓଡିଆ ଭାଷାର ଉଲ୍ଲାସର ପର୍ବ, ଭାଷା ଗୋଟିଏ ଜାତିର ମୁକୁଟ, ଓଡିଆ ଭାଷାର ବିଭିନ୍ନ ଦିଗ ଉପରେ ଆଲୋଚନା ହେଉ, ଭଲ ସାହିତ୍ୟ ଉପରେ ଆଲୋଚନା ହେଉ, ଏହି ସମ୍ମିଳନୀ ଓଡିଆ ଭାଷାର ଭବିଷ୍ୟତ ପାଇଁ ମାର୍ଗ ପ୍ରସ୍ତୁତ କରିବ, ସମ୍ମିଳନୀର ପ୍ରସ୍ତାବ ଅନୁଯାୟୀ ସ୍ବତନ୍ତ୍ର ଭାଷା ନୀତି ପ୍ରସ୍ତୁତ ହେବ

03-Feb-2024



ଭୁବନେଶ୍ବର(ପ୍ରେରଣା ଖବର): ଆଜି ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ । ଓଡିଆ ଭାଷାର ମହୋତ୍ସବ। ଓଡିଆ ଭାଷାର ଉଲ୍ଲାସର ପର୍ବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଜନତା ମଇଦାନଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ସମ୍ମିଳନୀରେ ଓ ସାରା ରାଜ୍ୟରେ ଏବଂ ଦେଶ ବିଦେଶରେ ଥିବା ସବୁ ଓଡିଆ ଆଜି ଏକ ସମୟରେ ବନ୍ଦେ ଉତ୍କଳ ଜନନୀ ଗାନ କରି ଓଡିଆ ଭାଷାର ଏହି ମହୋତ୍ସବରେ ସାମିଲ ହୋଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀରେ ଯାହା ପ୍ରସ୍ତାବ ଆସିବ, ରାଜ୍ୟ ସରକାର ତାକୁ ଗ୍ରହଣ କରି ଏକ ସ୍ବତନ୍ତ୍ର ଭାଷା ନୀତି ପ୍ରସ୍ତୁତ କରିବେ । ଓଡିଆ ଜାତିର ଭବିଷ୍ୟତ ବିକାଶ ରାସ୍ତାକୁ ଏହା ପ୍ରଶସ୍ତ କରିବ ବୋଲି ମତଦେଇ ଓଡିଆ ଜାତିର ଓ ଓଡିଆ ଭାଷାର ଭବିଷ୍ୟତ ଉଜ୍ଜଳ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନୂଆ ସଂସ୍କୃତି ଓ ବୈଷୟିକ ଜ୍ଞାନର ପ୍ରଭାବ ଭାଷା ଉପରେ ରହୁଛି। ତେଣୁ ଭାଷାର ସବୁ ଦିଗ ଉପରେ ଆଲୋଚନା ହେଉ। ଭଳ ସାହିତ୍ୟ ସୃଷ୍ଟି ଉପରେ ଓ ଓଡିଆ ଭାଷାର ଅଧିକ ବ୍ୟବହାର ଉପରେ ଆଲୋଚନା ହେଉ ବୋଲି ସେ ମତ ଦେଇଥିଲେ । ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଏହି ସମ୍ମିଳନୀରେ ଆମେ ଆମ ଭାଷାର ଇତିହାସ ଜାଣିବା । ବର୍ତ୍ତମାନକୁ ଦେଖିବା ଓ ଭବିଷ୍ୟତ ପାଇଁ ରାସ୍ତା ତିଆରି କରିବା। ଓଡିଶା ଭାଷା ଏକ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବା ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷା ହିଁ ଭବିଷ୍ୟତ । ଓଡିଆ ଭାଷାର ଉନ୍ନତି ପାଇଁ ଓଡିଆ ବିଶ୍ବବିଦ୍ୟାଳୟ ଖୋଲାଯାଇଛି । ଓଡିଆ ଭାଷାର ପ୍ରଚାର ପ୍ରସାର ପାଇଁ ଅନେକ ପଦକ୍ଷେପ ନିଆଯାଇଛି। ଓଡିଆ ଭାଷା ଶିକ୍ଷାକୁ ଉତ୍ସାହିତ କରାଯାଇଛି। ଅକ୍ଷର ଭୂମି, ଏ ସମ୍ମିଳନୀର ସ୍ମାରକୀ ଭାବେ ଓଡିଆ ଭାଷାର ଜୟଗାନ କରୁଛି । ଏହି ଅବସରରେ ଆଦିକବି ସାରଳା ଦାସଙ୍କୁ ପ୍ରଣାମ ଜଣାଇବା ସହିତ ଓଡିଆ ଭାଷାର ଗୌରବ ବୃଦ୍ଧି କରିଥିବା ସବୁ ଲେଖକ, ସାହିତ୍ୟିକ ଓ କବି ମାନଙ୍କୁ ମୁଖ୍ୟମନ୍ତ୍ରୀ ତାଙ୍କର ସମ୍ମାନ ଜଣାଇ ଭାଷା ସମ୍ମିଳନୀକୁ ସମସ୍ତଙ୍କୁ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଆମେ ସମସ୍ତେ ଗୋଟିଏ ମଞ୍ଚରେ ଓଡିଆ ଭାଷା ପାଇଁ ଏକାଠି ହୋଇଛୁ । ଦେଶ ବିଦେଶରେ ଥିବା ଓଡିଆ ମାନେ ମଧ୍ୟ ଏଥିରେ ଯୋଡି ହୋଇଛନ୍ତି । ବିଶିଷ୍ଟ ଲେଖକ ଓ ଗବେଷକମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି । ଓଡିଆ ଭାଷା ଓ ସାହିତ୍ୟ ପାଇଁ ଏହା ଏକ ଗୌରବର ସମୟ ବୋଲି ସେ କହିଥିଲେ। ଆମେ ସମସ୍ତେ ଓଡିଆ । ଓଡିଆ ଆମ ଭାଷା ଓ ଆମ ପରିଚୟ ବୋଲି ମତ ପ୍ରକାଶ କରି ସେ କହିଲେ ଯେ ଭାଷା ଗୋଟିଏ ଜାତିର ମୁକୁଟ। ଏହା ଆମ ସମସ୍ତଙ୍କୁ ଏକତାର ମହାମନ୍ତ୍ର ଦେଇଥାଏ। ପରିଶେଷରେ ମୁଖ୍ୟମନ୍ତ୍ରୀ ଓଡିଆ ଭାଷାର ଉନ୍ନତି ପାଇଁ ସମସ୍ତେ ମିଳିମିଶି କାମ କରିବା ପାଇଁ ଆହ୍ବାନ ଜଣାଇଥିଲେ। କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ଅଶ୍ବିନୀ କୁମାର ପାତ୍ର ଯୋଗ ଦେଇ କହିଲେ ଯେ ଏହି ସମ୍ମିଳନୀ ହେଉଛି ଓଡିଆ ଅସ୍ମିତାର ପରିଚୟ। ଶାସ୍ତ୍ରୀୟ ଭାଷା ଓଡିଆକୁ ଅଧିକ ଲୋକପ୍ରିୟ କରିବା ଏବଂ ଆମ ଭାଷାକୁ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ଜରିଆରେ କିଭଳି ଆଗକୁ ନେଇ ପାରିବା, ତା ହେଉଛି ଏହି ସମ୍ମିଳନୀର ଆଭିମୁଖ୍ୟ। ସମ୍ମିଳନୀରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ ସ୍ବାଗତ ଭାଷଣ ଦେଇ କହିଥିଲେ ଯେ ଆଜି ଆମ ସମସ୍ତଙ୍କ ପାଇଁ ଏହି ସମ୍ମିଳନୀ ହେଉଛି ଏକ ଭାଷାର ପର୍ବ ଓ ଉତ୍ସବ। ଆଜି ଓଡିଶାରେ ରୂପାନ୍ତର ପ୍ରକ୍ରିୟା ଜାରି ରହିଛି । ରୂପାନ୍ତର ପ୍ରକ୍ରିୟାରେ ଭାଷାର ବହୁତ ବଡ ଭୂମିକା ରହିଛି । ସେଥିପାଇଁ ଆମ ଭାଷାର ଗୌରବ ବୃଦ୍ଧି ଓ ଜୟଗାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଆୟୋଜନ କରିଛନ୍ତି । ଏହି ସମ୍ମିଳନୀର ପ୍ରସଙ୍ଗ ରହିଛି ଭାଷା ହିଁ ଭବିଷ୍ୟତ। ଆଜି ଏହି ସମ୍ମିଳନୀରେ ୪ଟି ଦେଶର ଭାଷା ବିଶେଷଜ୍ଞଙ୍କ ସମେତ ୧୦୦ରୁ ଅଧିକ ବିଦ୍ବାନ ଏକତ୍ରିତ ହୋଇଛନ୍ତି । ବୈଷୟିକ ଜ୍ଞନକୌଶଳର ପ୍ରୟୋଗରେ ଆମ ଭାଷାର ଅଭିବୃଦ୍ଧି ପାଇଁ ସେମାନେ ଆମକୁ ଦିଗ୍‌ଦର୍ଶନ ଦେବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ। ଅନ୍ୟତମ ଅତିଥିଭାବେ ଯୋଗ ଦେଇ ସାଉଥ-ଇଷ୍ଟ ଏସିଆ ଷ୍ଟଡି ପ୍ରଫେସର ଆର୍ଲୋ ଗ୍ରୀଫିଥ୍ କହିଲେ ଯେ ମୁଁ ଓଡିଶାରେ ରହୁଛି, ଭାରତ ଭିତରେ ଓଡିଶା ମୋତେ ବହୁତ ଭଲ ଲାଗେ। ମୁଁ ଜଗନ୍ନାଥଙ୍କୁ ଭଲପାଏ ଓଡିଆ ଭାଷାକୁ ଭଲ ପାଏ ଏବଂ ଓଡିଆ ଭାଷାକୁ ବ୍ୟବହାର କରେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଭାଷାବିତ୍‌ ପ୍ରଫେସର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ଓଡିଆ ଭାଷାର ବିକାଶ ଉଦ୍ଦେଶ୍ୟରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରିଥିଲେ। ପୁରସ୍କାର ସ୍ବରୂପ ତାଙ୍କୁ ମାନପତ୍ର ଓ ୨୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ଏହି ଅବସରରେ ଦୁଇ ଓଡିଆ ଜ୍ଞାନପୀଠ ପୁରସ୍କାର ବିଜେତା ପଦ୍ମବିଭୂଷଣ ଡକ୍ଟର ସୀତାକାନ୍ତ ମହାପାତ୍ର, ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟ ଏବଂ ପ୍ରଫେସର ଆର୍ଲୋ ଗ୍ରୀଫିଥ ଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ । ପ୍ରଥମ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହୋଇଥିବା ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ ମୁଁ ଦେଶବିଦେଶରେ ବହୁ ଜାଗାରେ ସମ୍ମାନିତ ହୋଇଛି । କିନ୍ତୁ ଆଜିକାର ସମ୍ମାନ ମୋ ଜୀବନର ସବୁଠାରୁ ବଡ ସମ୍ମାନ । ଏ ସମ୍ମାନ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସମ୍ମାନ ବୋଲି ସେ ପ୍ରକାଶ କରି ଧନ୍ୟବାଦ ଜଣାଇଥିଲେ । ପଦ୍ମବିଭୂଷଣ ଡକ୍ଟର ସୀତାକାନ୍ତ ମହାପାତ୍ର କହିଥିଲେ ଯେ ଓଡିଆ ଭାଷାର ଭବିତ୍ୟତ ବହୁତ ଉଜ୍ଜଳ। ଭାଷା ସାହିତ୍ୟରେ କେବଳ ଆତ୍ମ ସନ୍ତୋଷ ପାଇଁ ନୁହେଁ, ପାଠକ ସୃଷ୍ଟି କରିବାର ମଧ୍ୟ ଆବଶ୍ୟକତା ରହିଛି। ଆଜିର ଏହି ସମ୍ମିଳନୀ ଓଡିଆ ଭାଷା ସାହିତ୍ୟର ଅଭିବୃଦ୍ଧି ପାଇଁ ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ଏହାଦ୍ବାରା ଓଡିଆ ଭାଷା ଆହୁରି ଆଗକୁ ବଢିବ ବୋଲି ସେ ଆଶାପ୍ରକାଶ କହିଥିଲେ । ତାଙ୍କ ବକ୍ତବ୍ୟରେ ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟ କହିଥିଲେ ଯେ ଆଜି ଆମ ସମସ୍ତଙ୍କ ପାଇଁ ଏହା ଏକ ଉଲ୍ଲାସ ଦିନ, ପର୍ବର ଦିନ ଓ ଆନନ୍ଦର ଦିନ। ମାନବ ଜାତିର ବିସ୍ମୟକର ଉଦ୍ଭାବନ ହେଉଛି ଭାଷା । ହଜାର ହଜାର ବର୍ଷରେ ଭାଷାଟିଏ ଜନ୍ମ ନିଏ । କିନ୍ତୁ ଲିଖନ, ପଠନ ଓ ବ୍ୟବହାର ନ ହେଲେ, ଭାଷାଟିଏ ମରିଯାଏ । ମୁଖ୍ୟମନ୍ତ୍ରୀଙ୍କର ଏହି ସମ୍ମିଳନୀର ଆୟୋଜନ ଏ ଦିଗରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହା ଭାଷାକୁ ଆହୁରି ପରିପୁଷ୍ଟ କରିବ। ଏହି ବିଶ୍ବ ଓଡିଆ ଭାଷା କୁମ୍ଭକୁ ଓଡିଆ ଭାଷା ସାହିତ୍ୟର ପୂର୍ଣ୍ଣ ଜାଗୃତି ପର୍ବ ଭାବରେ ସେ ବର୍ଣ୍ଣନା କରିଥିଲେ । କାର୍ଯ୍ୟକ୍ରମରେ ଯୁବ ଲେଖିକା ସ୍ବୟଂ ସ୍ବରୂପା କର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like