-+91-9937148622 |
prerana_bgr@rediffmail.com |
Tuesday 28th April 2026 |
R.N.I. Regd No. ODIODI/2010/46693
Breaking News
04-Feb-2024
କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ଘଣ୍ଟାପଡ଼ା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି l ସୂଚନା ପ୍ରକାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଘଣ୍ଟାପଡ଼ା ଥାନା ଏସଆଇ ବିଶ୍ଵାମିତ୍ର ଲୋଇଙ୍କ ନେତୃତ୍ୱରେ ଏକ ଦଳ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ବରଡିବାହାଲ ଗ୍ରାମ ନିକଟ ଜଙ୍ଗଲରେ ଚଢ଼ାଉ କରିଥିଲେ l ୯ ଏକର ପରିମିତ ଜଙ୍ଗଲ ଜମିରେ ବେଆଇନ ଭାବରେ ଲଗାଯାଇଥିବା ୮ ହଜାର ଗଞ୍ଜେଇ ଗଛ କାଟିବା ସହ ପୋଡିଦେଇ ନଷ୍ଟ କରିଛନ୍ତି l ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଜଣା ପଡିଛି l ଏନେଇ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚଳାଇଥିବା କହିଛନ୍ତି ଥାନା ଅଧିକାରୀ ବଳଭଦ୍ର ଗଣ୍ଡା l