-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ମହାନଗର

ତିନି ଦିନ ଧରି ଚାଲିଥିବା ଓଡିଆ ଭାଷା ମହାକୁମ୍ଭ ସମାପ୍ତ, ଓଡିଆ ଭାଷା ଇତିହାସରେ ଏକ ମାଇଲଖୁଣ୍ଟ ହୋଇ ରହିବ, ସମ୍ମିଳନୀର ପ୍ରସ୍ତାବ ଉପରେ ନିଆଯାଇଛି ନୀତିଗତ ନିଷ୍ପତ୍ତି, ବିଧାନ ସଭାରେ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ

05-Feb-2024



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ ): ଉଦ୍‌ଯାପିତ ହୋଇଛି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ ।

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଆମର ଭାଷା ଇତିହାସରେ ସବୁଦିନ ପାଇଁ ଏକ ମାଇଲ ଖୁଣ୍ଟ ହୋଇ ରହିବ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫ ବର୍ଷ ପରେ ଆମେ ସମସ୍ତେ ପୁଣି ଥରେ ଏକାଠି ହେବା । ଓଡିଆ ଭାଷାକୁ ଆହୁରି ଆଗକୁ ନେବା ପାଇଁ ମତ ବିନିମୟ କରିବା।

ସମ୍ମିଳନୀରେ ଯୋଗ ଦେଇଥିବା ଛାତ୍ରଛାତ୍ରୀ, ଯୁବ ସମାଜ, ଲେଖକ, ଗବେଷକ, ସାହିତ୍ୟିକ, କବି   ପ୍ରତ୍ୟେକ ଓଡିଆଙ୍କୁ  ସେ ହୃଦୟରୁ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ  ଏହି ତିନି ଦିନ ମଧ୍ୟରେ ଆମ ଭାଷାର ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି। ଖୁବ ଭଲ ଭଲ ପ୍ରସ୍ତାବ ମଧ୍ୟ ଆସିଛି। 

ତେବେ ଯେହେତୁ ବର୍ତ୍ତମାନ ବିଧାନ ସଭା ଚାଲିଛି, ତେଣୁ, ଭାଷା ସଂପର୍କରେ ନିଆଯାଇଥିବା ସମସ୍ତ  ନିଷ୍ପତ୍ତିକୁ ସେ ବିଧାନ ସଭାରେ ଘୋଷଣା କରିବେ ବୋଲି କହିଥିଲେ।

ଯୁଗ ଯୁଗ ଧରି ଓଡିଆ ଭାଷା, ଆମ ଓଡିଆ ଜାତିର ପରିଚୟକୁ ଆଗକୁ ନେଇଛି ବୋଲି ମତଦେଇ ସେ ସମସ୍ତଙ୍କୁ ଆଜିର ମହାର୍ଘ ଅବସରରେ ସମସ୍ତେ ସଂକଳ୍ପ ନେବାକୁ ଆହ୍ବାନ ଦେଇ କହିଥିଲେ ଯେ ଆସନ୍ତୁ,   ଓଡିଆରେ ନୂଆ ନୂଆ ଶବ୍ଦ ସୃଷ୍ଟି କରି ଆମ ଶବ୍ଦ ଭଣ୍ଡାରକୁ ସମୃଦ୍ଧ କରିବା ।ଭାଷା ଉପରେ ବୈଷୟିକ ଜ୍ଞାନର ପ୍ରଭାବ ସଂପର୍କରେ ଆଲୋକପାତ କରି ସେ କହିଥିଲେ ଯେ ବୈଜ୍ଞାନିକ ଉନ୍ମେଷ, ବୈଷୟିକ ଜ୍ଞାନର ଅଗ୍ରଗତି ଓ କମ୍ପୁଟର ଭାଷା ହେଉଛି ବର୍ତ୍ତମାନ ଯୁଗରେ ଭାଷା ପାଇଁ ଏକ ବଡ ଆହ୍ବାନ । ତେଣୁ, ଓଡିଆ ଭାଷାକୁ ଏହା ସହିତ ସମନ୍ବିତ କରିବାକୁ ହେବ ବୋଲି ସେ ମତ ଦେଇଥିଲେ ।

 ଯୁବ ସମାଜକୁ ଆହ୍ବାନ ଦେଇ ସେ କହିଥିଲେ ଯେ ‘ମୁଁ ଆଶା କରୁଛି ଓଡିଆ ଭାଷା ଆମ ଯୁବପିଢିର ଭାଷା ହେବ । ଆମେ ଆମ ଭାଷାର ଗୌରବକୁ ଅନୁଭବ କଲେ, ଏହା ନିଶ୍ଚୟ ଆଗକୁ ଯିବ।’

ସମ୍ମିଳନୀ ଅବସରରେ ଆୟୋଜିତ ମ୍ୟୁଜିଅମ ସମସ୍ତଙ୍କ ମନକୁ ଛୁଇଁଛି। ତେଣୁ ସମସ୍ତଙ୍କ ଅନୁରୋଧରେ ଏହାର ସମୟ ସୀମାକୁ ଆଉ ୩ ଦିନ ବୃଦ୍ଧି କରାଗଲା ବୋଲି ସେ ଘୋଷଣା କରିଥିଲେ।

 ପୁରସ୍କାର ପାଇଥିବା ସବୁ ପ୍ରତିଭା ମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ଟି ପୁସ୍ତକର ଉନ୍ମୋଚନ କରିଥିଲେ। ପ୍ରଥମଟି ହେଉଛି ହିନ୍ଦୁ ଗ୍ରୁପ ଦ୍ବାରା ପ୍ରକାଶିତ – Shree Jagannatha: Lord of The Universe.ଦ୍ବିତୀୟ ପୁସ୍ତକଟି ହେଉଛି – Odia: Journey of A Language. ଏହି ପୁସ୍ତକଟି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା  (ସ୍ପେଶିଆଲ ଇନିସିଏଟିଭ୍‌ସ) ଶ୍ରୀ ଆର୍‌ ବାଲକ୍ରିଷ୍ଣନଙ୍କ ପରିକଳ୍ପନା ଏବଂ ଶ୍ରୀ ଶୁଭ୍ରାଂଶୁ ପଣ୍ଡା ଓ ପ୍ରତୀକ ପଟ୍ଟନାୟକଙ୍କ ଦ୍ବାରା ରଚିତ ହୋଇଛି ।

ତୃତୀୟରେ Magical Tales From Odisha ପୁସ୍ତକର ଦୁଇଟି ଅନୁବାଦ ପୁସ୍ତକ । ଏହି ପୁସ୍ତକଟି ଜର୍ମାନୀ ଓ ଜାପାନୀ ଭାଷାରେ ଅନୁବାଦିତ ହୋଇଛି।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ରେଭେନ୍‌ସା କଲେଜିଏଟ ସ୍କୁଲର ଅଷ୍ଟମ ଶ୍ରେଣୀର ଛାତ୍ର ଶ୍ରୀ ସିଦ୍ଧାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like