-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜନୀତି

ମଧୁବାବୁ ପେନସନ ଯୋଜନାରେ ସର୍ବନିମ୍ନ ସହାୟତା ୧୦୦୦ ଟଙ୍କା, ଚଳିତ ଫେବୃଆରୀରୁ ଲାଗୁହେବ

11-Feb-2024



ଭୁବନେଶ୍ଵର(ପ୍ରେରଣା ଖବର ):  ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି  ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।

ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ   ଟ ୧୦୦୦, ଟ ୧୨୦୦ ଓ ଟ ୧୪୦୦ ପାଇବେ।  ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ  3683 କୋଟି ଟଙ୍କା ଖର୍ଚ୍ଚ କରିବେ।  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ। 

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ  ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି। 

  ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ  ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି।

ଏହି ଯୋଜନାରେ ଛୋଟ  ପିଲା  ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like