-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ରାଜନୀତି

ପାରାଦୀପରେ ବିଶ୍ୱର ଅନ୍ୟତମ ବୃହତ ଶିଳ୍ପ କାରଖାନା ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ପାରାଦୀପ ସାରା ପୂର୍ବ ଭାରତରେ ଏକ ପ୍ରମୁଖ ପୁଞ୍ଜି ନିବେଶ ସ୍ଥଳୀ- ମୁଖ୍ୟମନ୍ତ୍ରୀ,5T ଉପକ୍ରମରେ ଓଡିଶାର ବିକାଶ ଧାରା ,

16-Feb-2024



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ ): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯାଇ ପାରାଦୀପର ଢିଙ୍କିଆଠାରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଭିତ୍ତିପ୍ରସ୍ତର ଦେଇଛନ୍ତି। ଏହି ପ୍ରକଳ୍ପ ହେଉଛି JSW Utkal Steel Limited ର ୬୫ ହଜାର କୋଟି ଟଙ୍କା ପୁଞ୍ଜି ନିବେଶରେ ୧୩.୨ MTPA ଇଣ୍ଟିଗ୍ରେଟେଡ ଷ୍ଟିଲ କାରଖାନା। ଏହା ମାଧ୍ୟମରେ ପ୍ରାୟ ୩୦,୦୦୦ ଯୁବ ବର୍ଗଙ୍କୁ କର୍ମନିଯୁକ୍ତି ମିଳିବ।  

ଏଥି ସହିତ ReNew E-Fuels Private Ltd.ର ୨୨ ହଜାର କୋଟି ଟଙ୍କା ପୁଞ୍ଜି ନିବେଶରେ ୧.୨୦ MPTA ଗ୍ରୀନ ଆମୋନିଆ କାରଖାନା, Silox India Private Limited ର ୫୦୦ କୋଟି ଟଙ୍କା ପୁଞ୍ଜି ନିବେଶରେ ୨୫ ହଜାର MPTA ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା। ଏହି ପ୍ରକଳ୍ପ ମାଧ୍ୟମରେ ପ୍ରାୟ ୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। 

ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାରାଦୀପ ଆସିଲେ ମୋର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ । ୬୦ ମସିହାର ପ୍ରାରମ୍ଭରେ ବିଜୁ ବାବୁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇ ପାରାଦୀପ ବନ୍ଦର ସ୍ଥାପନ କରିଥିଲେ। ଓଡିଶା ବିକାଶରେ ଏହା ମାଇଲଷ୍ଟୋନ ଥିଲା। ଆଜି ପାରାଦୀପ ସାରା ପୂର୍ବ ଭାରତରେ ଏକ ପ୍ରମୁଖ ପୁଞ୍ଜି ନିବେଶ ସ୍ଥଳୀ ହୋଇ ପାରିଛି। ଏକ ବନ୍ଦର ନଗରୀ ଭାବେ ପାରାଦୀପର ସୁନାମ ମଧ୍ୟ ବୃଦ୍ଧି ପାଇଛି। ଖୁସିର କଥା ଆଜି ଏଠାରେ JSW ର ମେଗା ଇସ୍ପାତ କାରଖାନା ପାଇଁ ଭିତ୍ତି ଦିଆଗଲା। ଏଥି ସହିତ ଗ୍ରୀନ ଆମୋନିଆ କାରଖାନା ଓ ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା। ଏ ସବୁ ଶିଳ୍ପାନୁଷ୍ଠାନ ଓଡିଶା ପାଇଁ ପ୍ରାୟ ୯୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଣିଛି। ତା ସହିତ ଏ ସବୁ ପ୍ରକଳ୍ପ ମାଧ୍ୟମରେ ୩୫ ହଜାର ନିଯୁକ୍ତି ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀ ଏ ସବୁ ପୁଞ୍ଜି ନିବେଶ କରୁଥିବା ଶିଳ୍ପପତିମାନଙ୍କୁ ଏଥି ପାଇଁ ଧନ୍ୟବାଦ ଦେଇଥିଲେ।

ଓଡିଶାରେ ଶିଳ୍ପ ଅଭିବୃଦ୍ଧି ପାଇଁ ଜିନ୍ଦଲ ଗ୍ରୁପର ସହଯୋଗ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧନ୍ୟବାଦ ଦେଇ କହିଥିଲେ ଯେ ଓଡିଶାକୁ ଦେଶର ଏକ ପ୍ରମୁଖ ଶିଳ୍ପାଞ୍ଚଳରେ ପରିଣତ କରିବା ପାଇଁ ଆମର ଯାତ୍ରାରେ ଜିନ୍ଦଲ ଗ୍ରୁପର ମହତ୍ୱପୂର୍ଣ୍ଣ ସହଭାଗିତା ରହିଛି। 

ଏଥି ସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଆଜି ଓଡିଶାର ପରିଚୟ ହୋଇଛି। ଶିଳ୍ପ, ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ସବୁ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। 5T ଉପକ୍ରମରେ ଓଡିଶାର ବିକାଶ ଧାରା ଆହୁରି ଉଜ୍ଜ୍ୱଳ ହୋଇଛି। ସାଧାରଣ ଲୋକ, ଚାଷୀ, ମା’ମାନେ, ଯୁବକ ମାନେ ଆମ ବିକାଶର ପାର୍ଟନର ହୋଇଛନ୍ତି। ନୂଆ ଓଡିଶା ଗଠନ ପାଇଁ ଆମ କାର୍ଯ୍ୟକ୍ରମକୁ ଆଗକୁ ନେଉଛନ୍ତି। ପାରାଦୀପର ଶିଳ୍ପ ବିକାଶ ପାଇଁ ପାରାଦୀପ ଓ ଜଗତସିଂହପୁର ଜିଲ୍ଲାର ଲୋକମାନଙ୍କ ସହଯୋଗ ପାଇଁ ସେମାନଙ୍କୁ ଧନ୍ୟବାଦ ଦେଇ ଏହି ଶିଳ୍ପାନୁଷ୍ଠାନ ଦ୍ୱାରା ଅଞ୍ଚଳର ସବୁ ପରିବାର ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ଶ୍ରୀ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ଶ୍ରୀ ସମ୍ବିତ ରାଉତରାୟ, ଜଗତସିଂହପୁର ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଏବଂ ସାଂସଦ ଡ. ରାଜଶ୍ରୀ ମଲ୍ଲିକ ଯୋଗ ଦେଇ ଏହି ସବୁ ପ୍ରକଳ୍ପ ସମଗ୍ର ଜଗତସିଂହପୁର ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହୋଇ ଜିଲ୍ଲାକୁ ସମୃଦ୍ଧ କରିବ ଏବଂ ରାଜ୍ୟ ଯୁବଗୋଷ୍ଠୀ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ଆଣିବ ବୋଲି କହିବା ସହିତ ପାରାଦୀପ ତଥା ସମଗ୍ର ଓଡିଶାର ରୂପାନ୍ତର ପାଇଁ ସାରା ଭାରତ ବର୍ଷର ବିକାଶ ପୁରୁଷ ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସବୁଦିନ ମନେ ରଖିବ ସମଗ୍ର ଦେଶ ବୋଲି ସେମାନେ କହିଥିଲେ।

ଅନ୍ୟତମ ଅତିଥି ଭାବେ  ଜେ ଏସ୍ ଡବ୍ଲ୍ୟୁ ର ମୁଖ୍ୟ ଶ୍ରୀ ସଜ୍ଜନ ଜିନ୍ଦଲ ତାଙ୍କ ଉଦ୍‌ବୋଧନରେ କହିଥିଲେ ଯେ ବହୁ ବର୍ଷ ପୂର୍ବେ ରାଷ୍ଟ୍ର ନାୟକ ବିଜୁ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଯୋଜନା କରିଥିଲେ। ପ୍ରକୃତରେ ଏହା ଥିଲା ବିଜୁବାବୁଙ୍କ ସ୍ୱପ୍ନ। ଆଜି ତାଙ୍କ ସୁପୁତ୍ରଙ୍କ ଦ୍ୱାରା ଏହି ସ୍ୱପ୍ନ ସାକାର ହୋଇଥିବା ଦେଖି ସେ ଖୁସି ଅନୁଭବ କରୁଥିବେ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶାରେ ଆଜି ପ୍ରକୃତ ବିକାଶ ଘଟିଛି ଏବଂ ଓଡିଶାରେ ଶିଳ୍ପାୟନ ପ୍ରକ୍ରିୟା ଦ୍ରୁତ ହୋଇଛି ବୋଲି କହି  ଜେ ଏସ୍ ଡବ୍ଲ୍ୟୁ  ପାଇଁ ଓଡିଶା ହେଉଛି ପ୍ରମୁଖ ନିବେଶ ସ୍ଥଳୀ। ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଆମେ ସବୁଦିନ ସହଯୋଗ କରିବୁ ବୋଲି ସେ କହିଥିଲେ। 

ମୁଖ୍ୟମନ୍ତ୍ରୀଙ୍କୁ ଏହି ଅବସରରେ ଜିନ୍ଦଲ ପରିବାର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ 5- ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like