-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ରାଜ୍ୟ

ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

16-Feb-2024



5T ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, 

ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ,

୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌, ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ 
ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ  ୨୨ଟି ବସ୍‌, ୧୫.୫୦ଲକ୍ଷ ଲୋକ ଉପକୃତ,
ପୁରୀର ୪୩୩ଟି ପଞ୍ଚାୟତରେ  ୪୪ଟି: ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ, କମ ଖର୍ଚ୍ଚରେ ଦୈନନ୍ଦିନ କାର୍ଯ୍ୟ
 କରିପାରିବେ 

ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ- ମୁଖ୍ୟମନ୍ତ୍ରୀ

ଲକ୍ଷ୍ମୀ ବସ୍‌ ସାରା ରାଜ୍ୟର ସମ୍ପତ୍ତି, ଆପଣମାନଙ୍କ ସମ୍ପତ୍ତି,
ଏହା ଆପଣମାନଙ୍କ ସମୃଦ୍ଧିର ବାହକ, 
ନିଜ ସମ୍ପତ୍ତିର ଆପଣ ଯେପରି ରକ୍ଷଣାବେକ୍ଷଣ କରନ୍ତି, 
ଠିକ୍‌ ସେହିପରି ଲକ୍ଷ୍ମୀ ବସର ମଧ୍ୟ ଯତ୍ନ ନିଅନ୍ତୁ 
– ଲୋକଙ୍କୁ 5T ଅଧ୍ୟକ୍ଷଙ୍କ ଅନୁରୋଧ

ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ ): ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ  କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ।

ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌  ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜିର ଶୁଭାରମ୍ଭ ପରେ ୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌ ଚାଲିଲା। ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ  ୨୨ଟି ବସ୍‌ ଚାଲିଲା ଏବଂ, ୧୫.୫୦ଲକ୍ଷ ଲୋକ ଉପକୃତ ହେଲେ । ପୁରୀର ୪୩୩ଟି ପଞ୍ଚାୟତରେ  ୪୪ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ ହେଲେ । କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ  ୩୭ଟି ବସ୍‌ ଚାଲିଲା ଏବଂ ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ  ୨୫ଟି ବସ୍‌ ଚାଲିଲା ଏବଂ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ। ଯାଜପୁରର ୨୩୩ଟି ପଞ୍ଚାୟତରେ  ୩୯ଟି ବସ୍‌ ଚାଲିଲା ଏବଂ ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ ହେଲେ। ସେହିଭଳି  ନୟାଗଡର ୧୮୯ଟି ପଞ୍ଚାୟତରେ  ୩୧ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୯ ଲକ୍ଷ ୩୪ ହଜାର ଲୋକ ଉପକୃତ ହେଲେ।

 ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। 

  ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ । 

ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। 

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ।

ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ଯାଜପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, କେନ୍ଦ୍ରାପଡାରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ  ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ଖୋର୍ଦ୍ଧାରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ପୁରୀରୁ ବିଧାୟକ ଶ୍ରୀ ରୁଦ୍ର ପ୍ରତାପ ମହାରଥୀ, ପୂର୍ବତନ ବିଧାୟକ ଶ୍ରୀ ସଞ୍ଜୟ କୁମାର ଦାସବର୍ମା, କେନ୍ଦ୍ରାପଡାରୁ ବିଧାୟକ ଶ୍ରୀ ଧ୍ରୁବ ଚରଣ ସାହୁ, ଭଦ୍ରକରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଡ. ସଞ୍ଜୟ ଦାସ, ବିଧାୟକ ଶ୍ରୀ ବିଷ୍ଣୁବ୍ରତ ରାଉତରାୟ, ନୟାଗଡରୁ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା ଓ ବିଧାୟକ ଡ. ଅରୁଣ କୁମାର ସାହୁ, କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନା, ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଗରୀବ ପରିବାର ଆର୍ଥିକ ଖର୍ଚ୍ଚାନ୍ତରୁ ମୁକ୍ତ ହୋଇ ସଂଚୟ କରିପାରିବେ। ଲକ୍ଷ୍ମୀ ଯୋଜନା ପଞ୍ଚାୟତର ବିକାଶକୁ ଗତିଶୀଳ କରିବ। ଗ୍ରାମାଞ୍ଚଳ ଜନଜୀବନରେ ଉନ୍ନତି ଆଣିବ। ଏକ ଉତ୍ତରଦାୟୀ ସରକାର ଭାବରେ ଓଡିଶା ସରକାରଙ୍କ ରାଜ୍ୟବାସୀଙ୍କ ପାଖରେ ସୁନାମ ରହିଛି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଆଜି ରାଜ୍ୟରେ ମା’ମାନେ ସବୁ କ୍ଷେତ୍ରରେ ଆଗକୁ ବଢି ଗତିଶୀଳ ହୋଇଛନ୍ତି  ବୋଲି ସେମାନେ କହିଥିଲେ।5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। 

 କାର୍ଯ୍ୟକ୍ରମରେ ପୁରୀରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like