-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ରାଜ୍ୟ

ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ  କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଚୌଦ୍ୱାରରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ,  ଆଜି ଚୌଦ୍ୱାର  ତା’ର ହୃତଗୌରବ ଫେରି ପାଇବାକୁ ଯାଉଛି- ମୁଖ୍ୟମନ୍ତ୍ରୀ

17-Feb-2024



ଦକ୍ଷିଣ ଓ ପଶ୍ଚିମ ଓଡିଶାର କପା ଚାଷୀମାନେ ହେବେ ଉପକୃତ

ମହିଳାମାନଙ୍କ ଦକ୍ଷତା ବିକାଶ, ନିଯୁକ୍ତି ପାଇଁ ବିପୁଳ ସୁଯୋଗ

ଏକ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବେ ଓଡିଶା ସାରା ପୃଥିବୀରେ ସୁନାମ କରିବ

ଚୌଦ୍ବାରରେ ଏହି ଶିଳ୍ପ ପୁଞ୍ଜିନିବେଶ ଓ ନିଯୁକ୍ତି କ୍ଷେତ୍ରରେ ଓଡିଶା ପାଇଁ ଏକ ନୂଆ ପରିଚୟ ସୃଷ୍ଟି କରିବ

୨୦ ବର୍ଷ ମଧ୍ୟରେ ଓଡିଶାରେ ବ୍ୟାପକ ଉନ୍ନତି ଆସିଛି,

ପୁଞ୍ଜି ଆକର୍ଷଣରେ ଓଡିଶା ଶ୍ରେଷ୍ଠ ରାଜ୍ୟ- ୱେଲସ୍ପନ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଗୋଏଙ୍କା

ଓଡିଶାରେ 5T ନୀତିର ସଫଳତା  ସଂପର୍କରେ ମଧ୍ୟ କହିଲେ ଶ୍ରୀ ଗୋଏଙ୍କା,

୫୦ ଦଶକରେ ବିଜୁ ବାବୁ ଚୌଦ୍ୱାରରେ ଶିଳ୍ପ ବିକାଶରେ ଭିତ୍ତି ରଖିଥିଲେ,

ମଧୁବାବୁ ପେନ୍‌ସନ୍‌, ମମତା, ଲକ୍ଷ୍ମୀ ଓ କଳାକାର ଭତ୍ତା ଯୋଜନା ସଂପର୍କରେ ଲୋକଙ୍କୁ ସଚେତନ କଲେ, ୨୫ ତାରିଖ ସୁଦ୍ଧା ଛାତ୍ରଛାତ୍ରୀମାନେ ନୂଆ-ଓ ଛାତ୍ରବୃତ୍ତି ପାଇବେ ବୋଲି 5T ଅଧ୍ୟକ୍ଷ କାର୍ତ୍ତିକ ଙ୍କ ସୂଚନା 

 

ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଚୌଦ୍ୱାରରେ ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି। ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଚୌଦ୍ବାର ପାଇଁ ବହୁତ ଖୁସିର ଦିନ।  ଚୌଦ୍ବାର ଆଜି ତାର ଗୌରବ ଫେରି ପାଇବାକୁ ଯାଉଛି। ପଚାଶ ଦଶକର ଆରମ୍ଭରେ  ବିଜୁ ବାବୁ ଚୌଦ୍ବାରରେ ଶିଳ୍ପ ବିକାଶର ଭିତ୍ତି ରଖିଥିଲେ । ଆଜି ପୁଣି ଥରେ ଚୌଦ୍ବାର ପାଇଁ, କଟକ ଜିଲ୍ଲା ପାଇଁ, ସାରା ଓଡିଶା ପାଇଁ ଶିଳ୍ପ କ୍ଷେତ୍ରରେ ନୂଆ ଇତିହାସ ଲେଖାଗଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ ୱେଲସ୍ପନ ଗ୍ରୁପ ବିଶ୍ୱର ଏକ ପ୍ରସିଦ୍ଧ ବୟନ ସାମଗ୍ରୀ ଉତ୍ପାଦନ କମ୍ପାନୀ। ଚୌଦ୍ୱାରରେ ଏହା ଏକ ଇଣ୍ଟିଗ୍ରେଟେଡ୍‌ ଟେକ୍ସଟାଇଲ ମାନୁଫାକ୍ଚରିଂ ଫାସିଲିଟି ଏବଂ ୱେୟାରହାଉସିଂ କମ୍ପ୍ଲେକ୍ସ ନିର୍ମାଣ କରୁଛି। ଏଥିପାଇଁ କମ୍ପାନୀ ୩,୦୫୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରୁଛି। ଏହା ଦ୍ୱାରା ୧୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହା ସହିତ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପଗୁଡିକୁ ବ୍ୟାପାର କ୍ଷେତ୍ରରେ ବିପୁଳ ସମ୍ଭାବନା ସୃଷ୍ଟି ହେବା ସହିତ ରାଜ୍ୟର ଶିଳ୍ପ ବାତାବରଣରେ ଉନ୍ନତି ଆସିବ। ୨୦୨୨ ମେକ-ଇନ୍‌-ଓଡିଶା କାର୍ଯ୍ୟକ୍ରମ ସମୟରେ ରାଜ୍ୟ ଶିଳ୍ପ ବିଭାଗ ଓ ଇପିକଲ୍‌ ପକ୍ଷରୁ ଏକ ଟିମ୍‌ ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ବି.କେ. ଗୋଏଙ୍କାଙ୍କୁ ଓଡିଶାରେ ଏହି ଶିଳ୍ପ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଥିଲେ। ଓଡିଶାର ଶିଳ୍ପନୀତି ଓ ଅନୁକୂଳ ଶିଳ୍ପ ବାତାବରଣକୁ ଉପଲବ୍ଧି କରି ଏହି ଗୃପ ଓଡିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସମ୍ମତି ପ୍ରକାଶ କରିଥିଲେ। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଶିଳ୍ପ  ଦ୍ବାରା ଆମର କଳାହାଣ୍ଡି, ବଲାଙ୍ଗୀର, ରାୟଗଡା ଓ ଗଜପତି ପରି ଜିଲ୍ଲାର କପା ଚାଷୀ ମାନେ ମଧ୍ୟ ଉପକାର ପାଇବେ। ବୟନ ଶିଳ୍ପରେ ମା ମାନଙ୍କ ପାଇଁ ବହୁତ ସୁଯୋଗ ଅଛି ବୋଲି ମତ ଦେଇ ସେ କହିଥିଲେ ଯେ ସେମାନଙ୍କର ଦକ୍ଷତା ବିକାଶ  କରାଯାଇ ସେମାନଙ୍କର ନିଯୁକ୍ତି ପାଇଁ ବହୁତ ସୁଯୋଗ ଆସିବ।

ୱେଲସ୍ପନ ଗ୍ରୁପ ସାରା ପୃଥିବୀର ଏକ ପ୍ରସିଦ୍ଧ ପ୍ରସିଦ୍ଧ ବୟନ ଶିଳ୍ପ କମ୍ପାନୀ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇଉରୋପ, ଆମେରିକା ପରି ବିଶ୍ବର ଧନୀ ଦେଶ ମାନଙ୍କୁ ଏହାର ସାମଗ୍ରୀ  ବହୁ ସଂଖ୍ୟାରେ ରପ୍ତାନୀ ହୁଏ । ଏପରି କମ୍ପାନୀ ଓଡିଶାକୁ ଆସିବା, ବହୁତ ଖୁସିର କଥା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚୌଦ୍ବାରରେ ଏହି କମ୍ପାନୀ ପୁଞ୍ଜିନିବେଶ ଓ ନିଯୁକ୍ତି କ୍ଷେତ୍ରରେ ଓଡିଶା ପାଇଁ ଏକ ନୂଆ ପରିଚୟ ସୃଷ୍ଟି କରିବ।

ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ବି.କେ. ଗୋଏଙ୍କାଙ୍କୁ ଓଡିଶାରେ ପୁଞ୍ଜି ବିନିଯୋଗ ପାଇଁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିକାଶ ଯାତ୍ରାରେ ୱେଲସ୍ପନ ଗ୍ରୁପର ପାର୍ଟନରସିପ୍  ଅଭିବୃଦ୍ଧିର ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ସେ ମତ ଦେଇଥିଲେ। ଏହି ଶିଳ୍ପର ସଫଳତା ପାଇଁ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ସେ ପ୍ରତିଶୃତି ଦେଇଥିଲେ।

ଶିଳ୍ପ କ୍ଷେତ୍ରରେ ଆଜିର ଏହି ଯାତ୍ରା କଟକ ଜିଲ୍ଲାର ବିକାଶକୁ ଉଜ୍ଜଳ କରିବ ବୋଲି ପ୍ରକାଶ କରି ସେ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଓଡିଶା  ଏକ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବରେ ସାରା ପୃଥିବୀରେ ସୁନାମ କରିବ ।

ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ବି. କେ. ଗୋଏଙ୍କା କହିଲେ ଯେ ଗତ ୨୦ ବର୍ଷ ମଧ୍ୟରେ ଓଡିଶାରେ ବ୍ୟାପକ ଉନ୍ନତି ଆସିଛି। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନ ଓ କଠିନ ପରିଶ୍ରମ ଯୋଗୁ ଆଜି ଓଡିଶାରେ ଏପରି ପରିବର୍ତ୍ତନ ଦେଖିବାକୁ ମିଳିଛି ବୋଲି ସେ କହିଥିଲେ। ରାଜ୍ୟ ସରକାରଙ୍କ 5T ଉପକ୍ରମ ସମ୍ପର୍କରେ ମଧ୍ୟ ସେ ଆଲୋକପାତ କରି କହିଥିଲେ ଯେ ଏହି ନୀତି ଯୋଗୁ ଆଜି ଓଡିଶାର ସରକାରୀ ସ୍କୁଲ ଗୁଡିକ ପ୍ରାଇଭେଟ ସ୍କୁଲଠାରୁ ଅଧିକ ଭଲ ହୋଇ ପାରିଛି। ଭାରତରେ ସବୁଠାରୁ ଅଧିକ ପୁଞ୍ଜି ଓଡିଶାକୁ ହିଁ ଆସୁଛି। ଓଡିଶାରେ ଶିଳ୍ପ ବିକାଶର ଭିତ୍ତି ବିଷୟରେ ଆଲୋକପାତ କରି ସେ ବିଜୁ ବାବୁଙ୍କ ଉଦ୍ୟମ ସଂପର୍କରେ କହିଥିଲେ। ଓଡିଶାର କପା ଚାଷୀଙ୍କ ଉନ୍ନତି ପାଇଁ ମଧ୍ୟ ସେ ଉଦ୍ୟମ କରିବେ ବୋଲି ପ୍ରକାଶ କରି ସେ କହିଥିଲେ ଓଡିଶାର ଶିଳ୍ପ ବାତାବରଣକୁ ଆହୁରି ଉନ୍ନତ କରିବା ପାଇଁ ସେ ତାଙ୍କର ଅବଦାନ ରଖିବେ ବୋଲି କହିଥିଲେ। ଏହି ପ୍ରକଳ୍ପ ଦ୍ୱାରା ୧୦ ହଜାର ପ୍ରତ୍ୟକ୍ଷ ନିଯୁକ୍ତି ସହିତ ୨୦ ହଜାର ପରୋକ୍ଷ ନିଯୁକ୍ତି ମିଳିବ ବୋଲି ସେ ସୂଚନା ଦେଇଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରତାପ ଦେବ କହିଲେ ଯେ ଚୌଦ୍ୱାର ହେଉଛି ଓଡିଶାର ପ୍ରଥମ ଶିଳ୍ପ ନଗରୀ। ଆଜି ପୁଣି ଥରେ ଏହା ବିକାଶ ପଥରେ ଅଗ୍ରସର ହେଲା। ଏହି ଶିଳ୍ପ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସହିତ ବ୍ୟାପକ ଆତ୍ମନିଯୁକ୍ତି ମଧ୍ୟ ସୃଷ୍ଟି କରିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଜନସାଧାରଣଙ୍କ ସହ ମତ ବିନିମୟ କରି ବିଭିନ୍ନ ଯୋଜନାର ବର୍ଦ୍ଧିତ ଭତ୍ତା ସଂପର୍କରେ ଆଲୋଚନା କରିଥିଲେ। ମଧୁବାବୁ ପେନ୍‌ସନ୍‌, ମମତା, ଲକ୍ଷ୍ମୀ ଓ କଳାକାର ଭତ୍ତା ଯୋଜନା ସଂପର୍କରେ ସେ ବଢିଥିବା ଭତ୍ତା ସଂପର୍କରେ ଲୋକଙ୍କୁ ସଚେତନ କରିଥିଲେ। ନୂଆ-ଓ ଛାତ୍ରବୃତ୍ତି ସଂପର୍କରେ ସୂଚନା ଦେଇ ସେ କହିଥିଲେ ଯେ ଚଳିତ ମାସ ୨୫ ତାରିଖ ସୁଦ୍ଧା ଛାତ୍ରଛାତ୍ରୀମାନେ ଏହି ଛାତ୍ରବୃତ୍ତି ପାଇବେ ।

ବୟନଶିଳ୍ପ ପାଇଁ ୬୫୦ ପରିବାରର ଘର ସମସ୍ୟା ସୃଷ୍ଟି ହେଉଥିବା ସଂପର୍କରେ ସୂଚନା ଦେଇ ସେ କହିଥିଲେ ଏହି ସମସ୍ୟା ଶୀଘ୍ର ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ବିଧାୟକ ଶ୍ରୀ ସୌଭିକ ବିଶ୍ୱାଳ ପ୍ରମୁଖ କାର୍ଯ୍ୟକ୍ରମରେ  ଉଦବୋଧନ ଦେଇଥିଲେ । ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like