-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

‘ଆମ ହସ୍ପିଟାଲ’ ଲୋକାର୍ପିତ ୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ, ପାଞ୍ଚଟି ଉପଖଣ୍ଡ ଡାଏଲେସିସ୍‌ ସେଣ୍ଟର ଉଦ୍‌ଘାଟିତ।ଲୋକମତକୁ ମିଳିଛି ସମ୍ମାନ, 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ  ହୋଇଛି

17-Feb-2024



 ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ, ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ କରିବ

 ରୋଗୀଙ୍କୁ ସୁବିଧାରେ ମିଳିବ ଉନ୍ନତ ସ୍ବାସ୍ଥ୍ୟସେବା – ମୁଖ୍ୟମନ୍ତ୍ରୀ
ଲୋକଙ୍କ  ଅନୁରୋଧ   କ୍ରମେ 
ଜଗତସିଂହପୁର ଜିଲ୍ଲା ହସ୍ପିଟାଲକୁ ୫ ଏକର ୮୦ ଡିସମିଲ ଜମି  ପ୍ରଦାନ କରାଯିବ  – 5T ଅଧ୍ୟକ୍ଷ

ହିଞ୍ଜିଳିରୁ ପ୍ରଥମେ ଆରମ୍ଭ ହୋଇଥିଲା ଆମ ହସ୍ପିଟାଲ କାର୍ଯ୍ୟକ୍ରମ, ଲୋକଙ୍କ ସହଯୋଗରେ ଏକ ବର୍ଷ ଭିତରେ କାମ ସରିଛି, ସମସ୍ତଙ୍କୁ ଧନ୍ୟବାଦ, ନିଜ ସଂପତ୍ତି ଭଳି ରକ୍ଷଣାବେକ୍ଷଣ କରିବାକୁ 5T ଅଧ୍ୟକ୍ଷଙ୍କ ଅନୁରୋଧ

ଭୁବନେଶ୍ବର
ତା.୧୭.୦୨.୨୦୨୪   
      
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୫ଟି ଜିଲ୍ଲାରେ ୭୩ଟି  ‘ଆମ ହସ୍ପିଟାଲ’, ୫ଟି ଉପଖଣ୍ଡସ୍ତରୀୟ ଡାଏଲେସିସ୍‌ ସେଣ୍ଟର ଲୋକାର୍ପଣ କରିବା ସହିତ ରାଜ୍ୟର ସମସ୍ତ ଜିଲ୍ଲା ସଦରମହକୁମା ଡାକ୍ତରଖାନାରେ IVRS ପଦ୍ଧତିରେ ରୋଗୀ ମତାମତ ସଂଗ୍ରହ ବ୍ୟବସ୍ଥା ଓ କର୍ମଚାରୀମାନଙ୍କର ମୁହଁ ଚିହ୍ନଟ ମାଧ୍ୟମରେ ଉପସ୍ଥାନ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ ବରଗଡ ଜିଲ୍ଲାରେ ୫ଟି, ସୁନ୍ଦରଗଡ ଜିଲ୍ଲାରେ ୭ଟି, ସମ୍ବଲପୁର ଜିଲ୍ଲାରେ ୪ଟି, ଢେଙ୍କାନାଳ ଜିଲ୍ଲାରେ ୪ଟି, କେନ୍ଦୁଝର ଜିଲ୍ଲାରେ ୬ଟି, ଝାରସୁଗୁଡା ଜିଲ୍ଲାରେ ୨ଟି, ଜଗତସିଂହପୁର ଜିଲ୍ଲାରେ ୪ଟି, କେନ୍ଦ୍ରାପଡା ଜିଲ୍ଲାରେ ୫ଟି, ମୟୁରଭଞ୍ଜ ଜିଲ୍ଲାରେ ୯ଟି, ଗଂଜାମ ଜିଲ୍ଲାରେ ୧୩ଟି, କଳାହାଣ୍ଡି ଜିଲ୍ଲାରେ ୪ଟି ରାୟଗଡା ଜିଲ୍ଲାରେ ୪ଟି, ନୂଆପଡା ଜିଲ୍ଲାରେ ୨ଟି, ମାଲକାନଗିରି ଜିଲ୍ଲାରେ ୨ଟି ଓ କନ୍ଧମାଳ ଜିଲ୍ଲାରେ ୩ଟି, ଏହି ପରି ସମୁଦାୟ ୭୩ଟି ରୂପାନ୍ତରିତ ‘ଆମ ହସ୍ପିଟାଲ’ ଆଜି ଲୋକାର୍ପିତ ହୋଇଛି।

ଏଥି ସହିତ ମୟୁରଭଞ୍ଜ କରଞ୍ଜିଆ ଉପଖଣ୍ଡ ଡାକ୍ତରଖାନା, ସମ୍ବଲପୁର କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନା, ଗଂଜାମ ହିଞ୍ଜିଳିକାଟୁ ଉପଖଣ୍ଡ ଡାକ୍ତରଖାନା, ନୂଆପଡା ଖରିଆର ଉପଖଣ୍ଡ ଡାକ୍ତରଖାନା ଓ ବରଗଡର ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ୫ଟି ନୂତନ ଉପଖଣ୍ଡସ୍ତରୀୟ ଡାଏଲେସିସ୍‌ କେନ୍ଦ୍ର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଛି। 
ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କହିଲେ ଯେ ‘ଆମ ହସ୍ପିଟାଲ’ରେ ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି। ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛି ରୋଗୀଙ୍କୁ ସୁବିଧାରେ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇ ଦେବା। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଗୁଡିକ ଏକ ନୂଆ ଯୁଗ ରାଜ୍ୟରେ ଆରମ୍ଭ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି ବୋଲି ସେ କହିଥିଲେ। ଏହା ସରକାରୀ ସ୍ତରରେ ଆମର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ବୋଲି କହି ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5T ଉପକ୍ରମରେ ହସ୍ପିଟାଲ ଗୁଡିକର ଭିତ୍ତିଭୂମି ବ୍ୟବସ୍ଥା, ରେଗୀମାନଙ୍କ ପାଇଁ ମୌଳିକ ସୁବିଧା ସୁଯୋଗ ଏବଂ ସେବା ଯୋଗାଇବା ପଦ୍ଧତିରେ ଉନ୍ନତି ଆଣାଯାଇଛି। ଗୁଣବତ୍ତାକୁ ମଧ୍ୟ ଏଠାରେ ସୁନିଶ୍ଚିତ କରାଯାଇଛି। ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନାକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ଏବଂ ଏଥି ପାଇଁ ୨୦୨୩-୨୮ ମଧ୍ୟରେ ୩୩ ଶହ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ସଂପ୍ରତି ୧୪୯ଟି ଡାକ୍ତରଖାନାର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି ବୋଲି ସେ ସୂଚନା ଦେଇଥିଲେ।

ରାଜ୍ୟର ସ୍ୱାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କୁ ଭଲ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଗତ ୧ ବର୍ଷ ମଧ୍ୟରେ ୪,୦୦୦ ଡାକ୍ତର ଓ ୩,୭୦୦ ରୁ ଅଧିକ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି। ଧନୀ, ଗରୀବ ସମସ୍ତଙ୍କ ପାଇଁ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା କରାଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଜି ସାରା ଓଡିଶାରେ ମଡେଲ ହୋଇଛି। ଓଡିଶାବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିଛି। ‘ମୋ ପାଇଁ ସବୁ ଜୀବନ ମୂଲ୍ୟବାନ’ ଏହି ମନ୍ତ୍ରକୁ କାର୍ଯ୍ୟକାରୀ କରି ଆମେ ସମସ୍ତଙ୍କ ସହଯୋଗରେ ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ସ୍ୱପ୍ନ ନିଶ୍ଚୟ ପୂରଣ କରିବୁ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆଜି ଆମ ସରକାରୀ ଡାକ୍ତରଖାନାକୁ ପ୍ରାଇଭେଟ ଡାକ୍ତରଖାନା ସହିତ ସମତୁଲ କରିବା ପାଇଁ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦୃଷ୍ଟିରେ ଗୋଟିଏ ଧନୀ ଲୋକର ଜୀବନ ଯେପରି ଗୁରୁତ୍ୱପୂର୍ଣ୍ଣ, ସେପରି ଗରୀବ ଲୋକର ଜୀବନ ମଧ୍ୟ ମୂଲ୍ୟବାନ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ହିଞ୍ଜିଳିକାଟୁରେ ଜିଲ୍ଲା ପରିଷଦ ସଭାପତି ଅଞ୍ଜଳି ସ୍ୱାଇଁ, ଗଂଜାମ କେଳୁଆପଲ୍ଲୀରେ ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା, ପଦ୍ମପୁରରେ ବିଧାୟିକା ବର୍ଷା ସିଂହ ବରିହା, କୁଚିଣ୍ଡାରେ ବିଧାୟକ ଶ୍ରୀ କିଶୋର ଚନ୍ଦ୍ର ନାୟକ, ଗୁଣୁପୁରରେ ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗୋ, ପରଜଙ୍ଗରେ ବିଧାୟକ ଡ. ନୃସିଂହ ଚରଣ ସାହୁ, କଳାହାଣ୍ଡିରେ ସାଂସଦ ଶ୍ରୀ ସୁଜିତ କୁମାର, ଜଗତସିଂହପୁରରେ ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ଖରିଆରରେ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଢୋଲକିଆ, ବଡଗାଁରେ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ, ମୟୁରଭଞ୍ଜର ଶୀର୍ଷାଠାରେ ମନ୍ତ୍ରୀ ଶ୍ରୀ ସୁଦାମ  ମାର୍ଣ୍ଡି ଯୋଗ ଦେଇ ଆମର ମେଡିକାଲମାନଙ୍କରେ ବହୁ ଉନ୍ନତମାନର ସେବା ମିଳୁଛି ଏବଂ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବୈପ୍ଳବିକ ରୂପାନ୍ତର ଘଟିଛି ବୋଲି ମତ ଦେଇଥିଲେ।

କାର୍ଯ୍ୟକ୍ରମକୁ 5T ତଥା  ନବୀନ ଓଡିଶା ଅଧ୍ୟକ୍ଷ ସଂଯୋଜନା କରିଥିଲେ। ଜଗତସିଂହପୁର ଜିଲ୍ଲାବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ଗତ ଜୁନ୍‌ ୩୦ ତାରିଖରେ ଜଗତସିଂହପୁର ଜିଲ୍ଲା ଗସ୍ତ ସମୟରେ ଆପଣମାନେ ଡାକ୍ତରଖାନା  ଜମି ସମସ୍ୟା ବିଷୟରେ ଜଣାଇଥିଲେ । ସରକାର ତାହା ଗ୍ରହଣ କରିଛନ୍ତି। ୫ ଏକର ୮୦ ଡିସମିଲ ଜମି ହସ୍ପିଟାଲକୁ ପ୍ରଦାନ କରାଯିବ ବୋଲି ସେ କହିଥିଲେ। ଏଥି ସହିତ ହିଞ୍ଜିଳିରୁ ଏହି ଯୋଜନା ଆରମ୍ଭ ହୋଇ ଏକ ବର୍ଷ ମଧ୍ୟରେ ଆମେ ସଫଳତାର ସହ ରାଜ୍ୟରେ ‘ଆମ ହସ୍ପିଟାଲ’ ଯୋଜନା କାର୍ଯ୍ୟକାରୀ କରିଛୁ । ସହଯୋଗ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

କାର୍ଯ୍ୟକ୍ରମରେ ସୁନ୍ଦରଗଡ ଜିଲ୍ଲାର ବିସ୍ରା, ସମ୍ବଲପୁର ଜିଲ୍ଲାର ଥେମ୍ରା ଓ ମାଲକାନଗିରି ଜିଲ୍ଲାର ମାଥିଲିରୁ ଶ୍ରୀ ଏକା, ନିକିତା ନାୟକ ଏବଂ ବୁଧାଇ ଧାଙ୍ଗଡାମାଝି ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ‘ଆମ ହସ୍ପିଟାଲ’କୁ ଯେ କୌଣସି ରୋଗୀ ଆସି ସୁବିଧାରେ ଚିକିତ୍ସା ହୋଇପାରୁଛନ୍ତି। ଏଠାରେ ଭଲ ଚିକିତ୍ସା ମିଳୁଛି। ଏଥି ପାଇଁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଥିଲେ। ମାଥିଲିରେ ବଣ୍ଡାଘାଟି ବାସିନ୍ଦା  ବୁଧାଇ କହିଲେ ଯେ ଆମ ମାଥିଲି ହସ୍‌ପିଟାଲ ଏବେ ମୋତେ ସ୍ବାସ୍ଥ୍ୟ ମନ୍ଦିର ଭଳି ଲାଗୁଛି ।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସ୍ବାଗତ ଭାଷଣ ଦେଇଥିଲେ ଓ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like