-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ରାଜ୍ୟ

ଦଳିତ ଛାତ୍ର ଛୁଇଁ ଦେଲା ରନ୍ଧା ଖାଦ୍ୟ !  ଫୋପାଡି ଦେଲେ ଶିକ୍ଷୟିତ୍ରୀ, ବିଦ୍ୟାଳୟରେ ଉତ୍ତେଜନା

18-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ଯୋଗିନ୍ଦ୍ରପୁର ପଞ୍ଚାୟତ ସଦର ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ! ଜଣେ ଦଳିତ ଛାତ୍ର ଖାଦ୍ୟ ଛୁଇଁ ଦେବାରୁ ଜଣେ ଶିକ୍ଷୟତ୍ରୀ ଉକ୍ତ ଖାଦ୍ୟ ଫୋପାଡି ଦେବାରୁ ସ୍କୁଲରେ ଉତ୍ତେଜନା ଲାଗି ରହିଛି ! ସୂଚନା ଅନୁସାରେ ଉକ୍ତ ବିଦ୍ୟାଳୟରେ ସରସ୍ଵତୀ ପୂଜା ଅବସରରେ ଭୋଜି ଚାଲୁଥିବା ବେଳେ ଦଶମ ଶ୍ରେଣୀରେ ପଢୁଥିବା ଯୋଗିନ୍ଦ୍ରପୁର ଗ୍ରାମର ଅନନ୍ତରାମ ହରିପାଲଙ୍କ ପୁଅ ଡାଲି ଓ ଖଟା ବାଲଟି ଛୁଇଁ ଦେବାରୁ ଉକ୍ତ ଖାଦ୍ୟ ଜିନିଷ ବିଦ୍ୟାଳୟର ସଂସ୍କୃତ ଶିକ୍ଷୟତ୍ରୀ ଫୋପାଡି ଦେଇଥିଲେ ! ଉକ୍ତ ଘଟଣାକୁ ନେଇ ବିଦ୍ୟାଳୟରେ ଉତ୍ତେଜନା ଦେଖା ଦେଇଥିଲା ! ପର ଦିନ ଉକ୍ତ ଛାତ୍ରର ବାପା ଅନ୍ତରାମ ହରିପାଲ ବିଦ୍ୟାଳୟକୁ ଆସି ପ୍ରଧାନ ଶିକ୍ଷକଙ୍କ ଠାରେ ଅଭିଯୋଗ କରିଥିଲେ ! ପ୍ରଧାନ ଶିକ୍ଷକ ଏହାର ଆପୋଷ ସମାଧାନ କରିବାକୁ ଚେଷ୍ଟା କରୁଥିବା ବେଳେ ସମ୍ପ୍ରୁକ୍ତ ଶିକ୍ଷୟିତ୍ରୀ ଛାତ୍ରର ବାପାମାଆଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବାରୁ ସମ୍ଭବ ହୋଇନଥିଲା ! ସୂଚନାଯୋଗ୍ୟ ଯେ ପୂର୍ବରୁ ଉକ୍ତ ଛାତ୍ରକୁ ସଂସ୍କୃତ ଶିକ୍ଷୟତ୍ରୀ ମାଡ ମାରିଥିବା ଅଭିଯୋଗ ହୋଇଥିଲା ! ବିଦ୍ୟାଳୟ ଭଳି ଭେଦଭାବ ଶୂନ୍ୟ ଅଞ୍ଚଳରେ ଦଳିତ ଛାତ୍ରଙ୍କ ଉପରେ ଏଭଳି ଆଚରଣ ଘଟଣାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା ! ଏହାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ! ଅନ୍ୟପଟେ ଛାତ୍ରଙ୍କ ବାପାମାଆ ଶିକ୍ଷୟତ୍ରୀଙ୍କୁ ପଚାରିବାରୁ ଓଲଟା ତାଙ୍କୁ ଧମକ ଦେଇଥିବା ଅଭିଯୋଗ ହୋଇଛି ! ଘଟଣା ସମ୍ପର୍କରେ ସଂପୃକ୍ତ ଶିକ୍ଷୟତ୍ରୀଙ୍କୁ ପଚାରିବାରୁ ମୋ ଭାଇ ଅତିରିକ୍ତ ଏସପି ଓ ମୋର ସମ୍ପର୍କୀୟ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରେ କାର୍ଯ୍ୟ କରୁଛନ୍ତି ,ମୋର କେହି କିଛି କରି ପାରିବେ ନାହିଁ ବୋଲି କହିଥିଲେ ! ଉକ୍ତ ଘଟଣାକୁ ନେଇ ଜିଲ୍ଲା ଶିକ୍ଷାଧିକାରୀ ଗେନ୍ଦେରା କୁଜ୍ଜୂରଙ୍କୁ ପଚାରିବାରୁ ଆସନ୍ତାକାଲି ହିଁ ଘଟଣାର ନିରପେକ୍ଷ  ତଦନ୍ତ କରି ଦୋଷୀ ବିରୁଦ୍ଧରେ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି !  ଘଟଣାର ତଦନ୍ତ କରି ଦୋଷୀ ଶିକ୍ଷୟତ୍ରୀଙ୍କ ବିରୁଦ୍ଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନ ନେଲେ ଜିଲ୍ଲା ପାଣ ଗଣ୍ଡା ବିକାଶ ପରିଷଦ ରାଜରାସ୍ତାକୁ ଓହ୍ଲାଇବ ବୋଲି ସମ୍ପାଦକ ସୁଧାଂଶୁ ଡାଙ୍ଗ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like