-+91-9937148622 |
prerana_bgr@rediffmail.com |
Friday 14th August 2026 |
R.N.I. Regd No. ODIODI/2010/46693
Breaking News
19-Feb-2024
କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଜେ.ସୋନାଲ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦ ଉପଜିଲ୍ଲାପାଳଅନୁପ ପଣ୍ଡା , ଡିଏସପି ସଂଯୁକ୍ତା ବରାଳ , କଣ୍ଟାମାଳ ବିଡ଼ିଓ ସାମୀ ଜୟଶ୍ରୀ ରେଡ୍ଡୀ, କଣ୍ଟାମାଳ ତହସିଲଦାର ଶ୍ୱେତପଦ୍ମା ଯୋଶୀ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଜାହାରୀ, ଜିଲ୍ଲା ଶିଶୁ ସୁରକ୍ଷା
ଅଧିକାରୀ ରାହୁଲ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜ୍ଜୁର, ଉପ ସହକାରୀ ନିବନ୍ଧକ ଅଜୟ କୁମାର ରାଉତ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନାଥ ହାଁସଦା, କଣ୍ଟାମାଳ ଶିଶୁ ବିକାଶ ଅଧିକାରୀ ଜ୍ୟୋତ୍ସ୍ନାରାଣୀ ପାଢ଼ୀ ସମେତ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ମାନେ ଯୋଗଦାନ କରି ଲୋକମାନଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ ।ଏହି ଶିବିରରେ ସମୁଦାୟ ୧୨୧ଟି ମାମଲା ପଞ୍ଜୀକୃତ ହୋଇଥିବା ବେଳେ ୧୧୬ ଟି ବ୍ୟକ୍ତିଗତ ଓ ୫ଟି ସାମୁହିକ ମାମଲା ପଞ୍ଜୀକୃତ ହୋଇଥିଲା । ଜଣକୁ ଟ୍ରାଇ ସାଇକେଲ, ୨ଜଣକୁ ହ୍ୱିଲ ଚେୟାର ଓ ୪ ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।