-+91-9937148622 |
prerana_bgr@rediffmail.com |
Monday 17th August 2026 |
R.N.I. Regd No. ODIODI/2010/46693
Breaking News
22-Feb-2024
କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ନୋଡାଲ ୟୁପି ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମିଳିଛି |ସୂଚନା ଅନୁସାରେ ବିଦ୍ୟାଳୟର ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବୌଦ୍ଧ ଜିଲ୍ଲା ଏକାଡେମୀ ଆୱାର୍ଡ ପାଇଛି |ଗତ ୨୦ତାରିଖ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମାନିନୀ ସାହୁ ଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଛି |ଏହି ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦେରା କୁଜୁର ଙ୍କ ସଭାପତିତ୍ବରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଓଡିଶା ପଞ୍ଚାୟତ ରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ,ସମ୍ମାନିତ ଅତିଥି ଭାବେ କଣ୍ଟାମାଳ ବିଧାୟକ ମହୀଧର ରଣା, ଏଡିଓ ଘନଶ୍ୟାମ ମେହେର, ବିଇଓ ସନୋଜ ସେଠି ଙ୍କ ସହ ଅନ୍ୟ ଅତିଥି ଉପସ୍ଥିତ ଥିଲେ |