-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||     

HOME   ରାଜ୍ୟ

ସତ କହୁଛି କିଏ ? ଗୃହ ରାଷ୍ଟ୍ରମନ୍ତ୍ରୀ ନା ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା : ପ୍ରଦୀପ୍ତ ନାଏକ ବିଜେପିର ପରୀକୁ ନ୍ୟାୟ ପାଇଁ ପଦଯାତ୍ରା ଆଜି ସାରୁଅରେ ପହଁଚିଛି।

22-Dec-2020



ଭୁବନେଶ୍ୱର,(ଶୁଭାଶିଶଷ ନାୟକ): ପରୀ ହତ୍ୟାକାଣ୍ଡ ଘଟଣାରେ ରାଜ୍ୟବ୍ୟାପୀ ଜନଆନ୍ଦୋଳନ ହେଉଥିବା ସମୟରେ ପରୀର ବାପା ମା’ ହତ୍ୟାକାରୀ ବାବୁଲି ନାଏକ ଏବଂ ମନ୍ତ୍ରୀ ଅରୁଣ ସାହୁଙ୍କ ନାଁ କହୁଥିବା ସମୟରେ ଏସଆଇଟି ଜଣେ ନାବାଳକକୁ ଗିରଫ କରିଛି । ପରୀ ହତ୍ୟାକାଣ୍ଡ ସଂପର୍କରେ ବିଧାନସଭାରେ ବିରୋଧୀ ଦଳ ପଚାରିବାରୁ ଗୃହରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହାକୁ ହତ୍ୟା ବୋଲି ସ୍ୱୀକାର କରିଥିଲେ । ପରୀର ମୃତ ଶରୀରରୁ ଦୁଷ୍କର୍ମ ହୋଇଛି ବୋଲି କୌଣସି ପ୍ରମାଣ ମିଳିପାରିବ ନାହିଁ ବୋଲି ପବିତ୍ର ଗୃହରେ ଗୃହରାଷ୍ଟ୍ର ମନ୍ତ୍ରୀ ଲିଖିତ ଉତର ରଖିଥିଲେ । ଅନ୍ୟପଟେ କୋର୍ଟ ମନିଟରିଂ କରୁନଥିବା ବେଂ ପୋଲିସ କ୍ଷମିତା ନଥିବା ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥା ପରୀର ଦୁଷ୍କର୍ମ ହୋଇଛି ବୋଲି କହିଛନ୍ତି । ତେବେ ଗୃହ ରାଷ୍ଟ୍ରମନ୍ତ୍ରୀ କି ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥାଙ୍କ ମଧ୍ୟରୁ କିଏ ସତ କହୁଛନ୍ତି ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ପ୍ରଶ୍ନ କରିଛନ୍ତି।
ନୟାଗଡ ଜିଲ୍ଲା ଯଦୁପୁର ଗାଁର ୫ ବର୍ଷୀୟ ଝିଅ ପରୀକୁ ରାଜ୍ୟ ସରକାର ନ୍ୟାୟ ଦେବାକୁ ଚାହୁଁନାହାଁନ୍ତି । ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିରୀହ ନାବାଳିକା ଠୁ ତାଙ୍କ ଦଳର ମନ୍ତ୍ରୀ ହେଉଛନ୍ତି ଗୁରୁତ୍ୱପୂର୍ଣ୍ଣ । ମନ୍ତ୍ରୀ ଅରୁଣ ସାହୁଙ୍କୁ ସୁରକ୍ଷା ଦେବା ପାଇଁ ରାଜ୍ୟସରକାର କିଛି ବି ପନ୍ଥା ଆପଣାଇ ପାରନ୍ତି । ରାଜ୍ୟସରକାର ଦୋଷୀକୁ ଦଣ୍ଡ ଦେବା ଅପେକ୍ଷା ଅଭିଯୁକ୍ତମାନଙ୍କୁ ସୁରକ୍ଷା ଦେବା କାର୍ଯ୍ୟରେ ଲାଗିଛନ୍ତି । ବିଭିନ୍ନ ତଦନ୍ତର ଆଳ ଦେଖାଇ ନିର୍ଦ୍ଦୋଷକୁ ଦୋଷୀ କରାଇବାରେ ମାହିର ଏସଆଇଟି ଟିମ୍ ପରୀ ହତ୍ୟାକାଣ୍ଡରେ ଜଣେ ନିରୀହ ଅନୁସୂଚିତ ଜାତିର ନାବାଳକକୁ ଦୋଷୀ ସଜାଇ ଗିରଫ କରିଛି । ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥା ବିଜେଡିର ହାତବାରେସି ସାଜି ଲିପାପୋତା କରି ପରୀ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ବାବୁଲି ନାଏକ ଏବଂ ତାଙ୍କୁ ସୁରକ୍ଷା ଦେଉଥିବା ଶାସକ ଦଳ ମନ୍ତ୍ରୀ ଅରୁଣ ସାହୁଙ୍କ ପାଇଁ ସୁରକ୍ଷା କବଚ ସାଜିଛନ୍ତିି ବୋଲି ଶ୍ରୀ ନାଏକ ଅଭିଯୋଗ କରିଛନ୍ତି ।
ଶାସକ ଦଳର ପ୍ରଭାବ ପୋଲିସର ନିଷ୍କ୍ରିୟତା ପାଇଁ ନୟାଗଡ ଜିଲ୍ଲା ଯଦୁପୁର ଗାଁର ୫ ବର୍ଷୀୟ ଝିଅ ‘ପରୀ’ର ହୃଦୟ ବିଦାରକ ହତ୍ୟା ଘଟଣା ୫ ମାସ ବିତିଯାଇଥିଲେ ସୁଦ୍ଧା କୌଣସି ଅପରାଧିଙ୍କ ଟେର୍ ମିଳିଲା ନାହିଁ । ବିଧାନସଭା ଭିତରେ ଓ ବାହାରେ ପରୀ ସମେତ ରାଜ୍ୟର ନିଖୋଜ ୫୫୦୦ରୁ ଉର୍ଦ୍ଧ୍ୱ ଶିଶୁଙ୍କୁ ଖୋଜି ଉଦ୍ଧାର କରିବା ଓ କୋଳଶୂନ୍ୟ ହୋଇଥିବା ମା’ ମାନଙ୍କୁ ନ୍ୟାୟ ପ୍ରଦାନ ପାଇଁ ବିଜେପି ପ୍ରଥମରୁ ଦାବି କରିଆସୁଛି । ଏଭଳି ଏକ ସମ୍ବେଦନଶୀଳ ଘଟଣାରେ ବିଜେପି ରାଜ୍ୟପାଳଙ୍କ ପାଖରେ ମଧ୍ୟ ଫେରାଦ ହେଲା । ରାଜ୍ୟସରକାର ଭୟଭୀତ ହୋଇ ବିଧାନସଭା ଗୃହକାର୍ଯ୍ୟକୁ ବନ୍ଦ କରିଦେଲେ । ରାଜ୍ୟସରକାର ଚଂଚକତା କରି ନିଜର ଦୋଷ ଦୁର୍ବଳତାକୁ ଲୁଚାଇବା ପାଇଁ ଏସଆଇଟି ତଦନ୍ତର ଘୋଷଣା କଲେ । କିନ୍ତୁ ଗଠିତ ଏସଆଇଟିର ବୈଧତାକୁ ନେଇ ପ୍ରଶ୍ନ ଉଠିଛି । ଏସଆଇଟି ମୁଖ୍ୟ ଟଙ୍କା ଲାଂଚ ଯାଚି ତଦନ୍ତକୁ ପ୍ରଭାବିତ କରିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ପାଇଛି । ପରୀ ଘଟଣାକୁ ଚପାଇ ଦେବା ପାଇଁ ତଦନ୍ତ ଆଳରେ ଏସଆଇଟି ଯଦୁପୁରରେ କେବଳ ଡ୍ରାମା କରୁଛି ବୋଲି ଶ୍ରୀ ନାଏକ ଅଭିଯୋଗ କରିଛନ୍ତି । 

ପରୀ ସମେତ ରାଜ୍ୟର ସମସ୍ତ ନିଖୋଜ ଶିଶୁଙ୍କୁ ନ୍ୟାୟ ଦେବା ଲାଗି ଆରମ୍ଭ ହୋଇଥିବା “ପରୀକୁ ନ୍ୟାୟ ପାଇଁ ପଦଯାତ୍ରା” ଦ୍ୱିତୀୟ ଦିନରେ ପହଂଚିଛି । ରବିବାର ଦିନ ପ୍ରଭୃ ଲିଙ୍ଗରାଜଙ୍କ ମନ୍ଦିର ପ୍ରାଙ୍ଗଣରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରା ଆଜି ଜାଂଳାରୁ ବାହାରି ସାରୁଅ ପର୍ଯ୍ୟନ୍ତ ଯାଇଛି । ଆସନ୍ତାକାଲି ୨୨ ତାରିଖରେ ସାରୁଅ ରୁ ବୋଲଗଡ (ପିଚୁକୁଳି), ୨୩ ତାରିଖରେ ବୋଲଗଡ (ପିଚୁକୁଳି)ରୁ ଇଟାମାଟି ଏବଂ ୨୪ ତାରିଖରେ ଇଟାମାଟିରୁ ନୟାଗଡ ହୋଇ ଯଦୁପୁରଠାରେ ଯାତ୍ରା ସମାପ୍ତ ହେବ ।

     ଦ୍ୱିତୀୟ ଦିନ ପଦଯାତ୍ରାରେ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବିଭୁପ୍ରସାଦ ତରାଇ, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ଡ.ଯତୀନ ମହାନ୍ତି, ଠାକୁର ରଣଜିତ୍ ଦାସ, ସୋନାଲି ସାହୁ, ଯୁବମୋର୍ଚ୍ଚା ସଭାପତି ଇରାସିସ ଆଚାର୍ଯ୍ୟ, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ଖୋର୍ଦ୍ଧା ଜିଲ୍ଲା ସଭାପତି ରଶ୍ମି ମହାପାତ୍ର, ଯାଜପୁର ଜିଲ୍ଲା ସଭାପତି ଗୌତମ ରାୟ, ପୁରୀ ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ, ଅଶୋକ ମିଶ୍ର, ବିଶ୍ୱରଂଜନ ବଡଜେନା, କାଳୁ ଖଣ୍ଡାୟତରାୟଙ୍କ ସମେତ ହଜାର ହଜାର କାର୍ଯ୍ୟକର୍ତା ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026

You Might Also Like