-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||     

HOME   ଜିଲ୍ଲା

ଅଙ୍ଗନଵାଡି କର୍ମୀ ରୁ ସୁପରଭାଇଜର ପଦୋନ୍ନତି ରେ ବ୍ୟାପକ ହେରାଫେରି ଅଭିଯୋଗ, ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ 

02-Mar-2024



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା): ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ ପ୍ରତି ଜିଲ୍ଲାରେ ବ୍ଲକ ସ୍ତରରେ ସମନ୍ଵିତ ଶିଶୁବିକାଶ ପ୍ରକଳ୍ପ ଗୁଡ଼ି କାର୍ଯ୍ୟକାରି ହେଉଛି । ଓଡ଼ିଶା ସରକାରଙ୍କ ଶିଶୁ ଓ ମହିଳା କଲ୍ୟାଣ ସର୍ଭିସ ରୁଲ ୧୯୮୯ ଅନୁସାରେ ମାଟ୍ରିକ୍ୟୁଲେଟ ଅଙ୍ଗନଵାଡି କର୍ମୀ ମାନଙ୍କୁ ସୁପରଭାଇଜର ପଦବୀ କୁ ପଦୋନ୍ନତି ଦେବାର ବ୍ୟବସ୍ଥା ଥିଲା ।  ମହିଳା ଓ ଶିଶୁବିଭାଗ ବିଭାଗ ସଂଖ୍ୟା ୨୦୮୯୮ ତା ୨୦.୧୨.୨୦୧୪ ଯୋଗେ ଉକ୍ତ ପଦୋନ୍ନତିକୁ ସ୍ଥଗିତ ରଖିବା ପାଇଁ କଳାହାଣ୍ଡି ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ଏବଂ ବିଭାଗୀୟ ପତ୍ର ସଂଖ୍ୟା ୩୬୮୧ ତା ୦୪.୦୩.୨୦୧୬ ଯୋଗେ ଉକ୍ତ ସ୍ଥଗିତାଦେଶ କୁ ଉଠାଇ ଦିଆ ଯାଇ ମାଟ୍ରିକ୍ୟୁଲେଟ ଅଙ୍ଗନଵାଡି କର୍ମୀ ଦଶ ବର୍ଷ ଅଭିଜ୍ଞତା ଥିଲେ ସେମାନଙ୍କ ମଧ୍ୟରୁ ବରିଷ୍ଠତା ଓ ଯୋଗ୍ୟତା ଭିତ୍ତିରେ ସୁପରଭାଇଜର ପଦବୀ କୁ ପଦୋନ୍ନତି ଦେବା କୁ ନିର୍ଦ୍ଦେଶ ଦିଆ ଯାଇଛି ।  

ଇତି ମଧ୍ୟରେ କଳାହାଣ୍ଡି ଜିଲ୍ଲାରେ ଅର୍ଡର ନଂ ୨୨୩୫ତା ୧୭.୧୧.୨୦୧୨ ଅନୁସାରେ ଖାଲିଥିବା ୧୩ ଗୋଟି ପଦବୀ ରେ ମାତ୍ର ୫ ଜଣ ଅଙ୍ଗନଵାଡି କର୍ମୀଙ୍କୁ ପଦୋନ୍ନତି ଦେଇଥିବା ବେଳେ ଅର୍ଡର ନଂ ୨୯୩୪ ତା ୨୧.୧୨.୨୦୧୬ ଅନୁସାରେ ୨୮ ଜଣ ଜଣ ଅଙ୍ଗନଵାଡି କର୍ମୀଙ୍କୁ ପଦୋନ୍ନତି ଦେଇଥିବା ଜଣାପଡିଛି । ତନ୍ମଧ୍ୟରୁ କେତେକ ପ୍ରାର୍ଥୀନି ୧୯୮୬ ମସିହାରୁ ୧୯୯୩ ମସିହା ମଧ୍ୟରେ ମାଟ୍ରିକ ପାଶ କରି ଅଙ୍ଗନଵାଡି କର୍ମୀ ଭାବେ ଯୋଗ ଦେଇଥିବା ଜଣାପଡିଛି । ଏପରିକି ପଦୋନ୍ନତି ସମୟରେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗୀୟ ନିର୍ଦ୍ଦେଶନାମା ଅନୁସାରେ ବରିଷ୍ଠତା ଏବଂ ଉପଯୁକ୍ତ ପ୍ରାର୍ଥୀନି ଙ୍କୁ ପଦୋନ୍ନତି ଦେବାକୁ କୁହାଯାଇଥିବା ବେଳେ କଳାହାଣ୍ଡି ଜିଲ୍ଲାରେ କେବଳ ବରିଷ୍ଠତା କୁ ଗୁରୁତ୍ବ ଦିଆଯାଇ ଅନ୍ୟ ଦିଗ ଗୁଡିକୁ ଅଣଦେଖା କରାଯାଇଥିବା ଅଭିଯୋଗ ହେଉଛି । ଯାହାଫଳରେ ଉଚ୍ଚ ଶିକ୍ଷାଗତ ଯୋଗ୍ୟତା ଥିବା ପ୍ରାର୍ଥୀନି ମାନେ ବାଦ ପଡି ଯାଇଥିବା ଜଣାପଡିଛି । 
ଏହାବ୍ୟତୀତ ଯଦିଓ ୨୦୧୬ ମସିହାରେ ତିଆରି ହୋଇଥିବା ଗ୍ରେଡେସନ ତାଲିକା ଅନୁସାରେ କ୍ରମିକ ନଂ ୧ ରୁ ୧୮, ୨୦,୨୧,୩୧,୩୭,୩୮,୪୦,୧୧୧,୧୬୪ ଓ ୧୭୫ ନମ୍ବର ରେ ଥିବା ୨୮ ଜଣ ଅଙ୍ଗନଵାଡି କର୍ମୀ ଙ୍କୁ ଅର୍ଡର ନଂ ୨୯୩୪ ତା ୨୧.୧୨.୨୦୧୬ ଅନୁସାରେ ସୁପରଭାଇଜର ଭାବେ ପଦୋନ୍ନତି ଦିଆଯାଇଥିବା ଜଣାପଡିଛି ତଦନୁସାରେ ୨୮ ନମ୍ବର ରେ ଥିବା ପ୍ରାର୍ଥୀନି ଙ୍କ ଗ୍ରେଡେସନ ତାଲିକା ଅନୁସାରେ ୧୭୫ ନମ୍ବର କୁ ଅନୁଧ୍ୟାନ କଲେ ସମ୍ପୃକ୍ତ  ଅଙ୍ଗନଵାଡି କର୍ମୀ ୧୨.୧୧.୧୯୯୨ ରେ ଯୋଗ ଦେଇଥିବା ବେଳେ ୧୯୯୯ ରେ ମାଟ୍ରିକ ପାଶ କରିଥିବା ଜଣାପଡିଛି  ଏହାବ୍ୟତୀତ ୨୦୦୮ ମସିହାରେ ତିଆରି କରାଯାଇଥିବା ଗ୍ରେଡେସନ ତାଲିକାର ଅଙ୍ଗନଵାଡି କର୍ମୀ ମାନଙ୍କ ତଥ୍ୟ ଏବଂ ୨୦୧୬ ମସିହାରେ ତିଆରି କରାଯାଇଥିବା ଗ୍ରେଡେସନ ତାଲିକାର ତଥ୍ୟ ମଧ୍ୟରେ ତାଳମେଳ ରହୁନଥିବା ଅଭିଯୋଗ ହେଉଛି । ଗତ ୨୦୧୬ ମସିହାରେ କେବଳ ପଦୋନ୍ନତି ଦେବାକୁ ଶୁହାଇବା ଉଦ୍ଦେଶ୍ୟରେ ଗ୍ରେଡେସନ ତାଲିକା ତିଆରି କରାଯାଇଥିବା ଅଭିଯୋଗ ହେଉଛି । ଯଦିଓ ଯଏନିଙ୍ଗ ତାରିଖ ଅନୁସାରେ ବରିଷ୍ଠତା ଭିତ୍ତିରେ ସଠିକ ଭାବେ ଗ୍ରେଡେସନ ତାଲିକା ତିଆରି କରାଯାଇଥିବା କୁହାଯାଉଛି ତେବେ ୨୦୨୧ ମସିହାରେ ତିଆରି କରାଯାଇଥିବା ଗ୍ରେଡେସନ ତାଲିକା ଅନୁସାରେ ୨୦୧୩ ଓ ୨୦୧୫ ମସିହାରେ ମାଟ୍ରିକ ପାଶ କରି ୧୯୮୩ ଓ ୧୯୮୪ ରେ ଅଙ୍ଗନଵାଡି କର୍ମୀ ଭାବେ ଯୋଗ ଦେଇଥିବା କ୍ରମିକ ନଂ ୩, ୬, ୭,୧୭  ରେ ଥିବା ଅଙ୍ଗନଵାଡି କର୍ମୀ ଙ୍କ ନାମ କିପରି ୨୦୧୬ ମସିହାର ଗ୍ରେଡେସନ ତାଲିକା ରେ ସ୍ଥାନ ପାଇ ନାହି ତାହା ସନ୍ଦେହ ପ୍ରକାଶ ପାଉଛି ।  ଯଦିଓ ୨୦୧୬ ମସିହାର ଗ୍ରେଡେସନ ତାଲିକା ଠିକ ଓ ତଦନୁସାରେ ଅଙ୍ଗନଵାଡି କର୍ମୀ ଙ୍କୁ ପଦୋନ୍ନତି ଦିଆ ଯାଇଛି ତେବେ ନିଯୁକ୍ତି ପରେ କ୍ରମିକ ନଂ ୧୯, ୨୨ ରୁ ୩୦, ୩୨, ୩୪ ରୁ ୩୬ ରେ ଥିବା ଅଙ୍ଗନଵାଡି କର୍ମୀ ଙ୍କ ନାମ ପରବର୍ତ୍ତୀ ୨୦୨୧ ଗ୍ରେଡେସନ ତାଲିକା ରେ ୧ ନଂ ରୁ ରହିବା ବିଧେୟ । ଏଥି ପାଇଁ ବ୍ୟାପକ କିକବେକ ହୋଇଥିବା ମଧ୍ୟ ଅଭିଯୋଗ ହେଉଛି। ତେଣୁ ୨୦୧୬ ମସିହାରେ ହୋଇଥିବା ପଦୋନ୍ନତି ସମ୍ପର୍କରେ ଏକ ଉଚ୍ଚ ସ୍ତରୀୟ ତଦନ୍ତ କରାଯିବାକୁ ଦାବି ହେଉଛି । 
ଅନ୍ୟପକ୍ଷରେ ଅଧିକାଂଶ ପ୍ରାର୍ଥୀନି ଅଙ୍ଗନଵାଡି କର୍ମୀ ଭାବେ ଯୋଗ ଦେବା ପରେ ମାଟ୍ରିକ ପାଶ କରିଥିବା ବିଭାଗୀୟ ଗ୍ରେଡେସନ ତାଲିକା ୨୦୨୧ ରୁ ଏବଂ ଡ୍ରାଫଟ ଗ୍ରେଡେସନ ତାଲିକା ୨୦୨୪ ରୁ ଜଣାପଡୁଛି । ହେଲେ ଅଙ୍ଗନଵାଡି କର୍ମୀ ଭାବେ କାର୍ଯ୍ୟରତ ଥାଇ ଉଚ୍ଚ ଶିକ୍ଷା ପାଇଁ ବିଭାଗୀୟ ଅନୁମତି ନେଇଛନ୍ତି କି ନାହି, ଯଦିଓ ବିଭାଗୀୟ ଅନୁମତି ନେଇନାହାନ୍ତି ତେବେ କିପରି ଭାବେ ରେଗୁଲାର କି ପତ୍ରାଳାପ ମାଧ୍ୟମରେ ସମ୍ପୃକ୍ତ କର୍ମୀ ମାଟ୍ରିକ ପାଶ କରିଛନ୍ତି ସେସବୁ ପ୍ରତି କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ନ ଥିବା ଅଭିଯୋଗ ହେଉଛି । ଅନ୍ୟ ପକ୍ଷରେ ମାଟ୍ରିକ ପାଶ କରି ଅଙ୍ଗନଵାଡି କର୍ମୀ ଭାବେ ଯୋଗ ଦେଇଥିବା କର୍ମୀ ଏବଂ ଉଚ୍ଚ ଶିକ୍ଷାଗତ ଯୋଗ୍ୟତା ଥିବା ଅଙ୍ଗନଵାଡି କର୍ମୀ ମାନଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ ହେଉଛି । ସରକାରୀ ବିଧି ବ୍ୟବସ୍ଥା ମଧ୍ୟରେ ମାଟ୍ରିକ ପାଶ କରିଥିବା ଅଙ୍ଗନଵାଡି କର୍ମୀ ଙ୍କୁ ବରିଷ୍ଠତା ଏବଂ ଯୋଗ୍ୟତା (seniority & suitability)  ଭିତ୍ତିରେ ସୁପର ଭାଇଜର ଭାବେ ପଦୋନ୍ନତି ଦେବାକୁ ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026

You Might Also Like