-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ରାଜନୀତି

ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବଲାଙ୍ଗିର ଗସ୍ତ

30-Mar-2024



ବଲାଙ୍ଗିର(ପ୍ରେରଣା ଖବର ):  ଆସନ୍ତା ସାଧାରଣ ନିର୍ବାଚନ ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଦିନିକିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଆସି ବଲାଙ୍ଗିର ଏବଂ ସୁବର୍ଣ୍ଣପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ସେ ମତଦାନ କେନ୍ଦ୍ର ଗୁଡିକରେ ପାନୀୟଜଳ , ବିଦ୍ୟୁତ , ଦିବ୍ୟାଙ୍ଗ ଙ୍କ ପାଇଁ ରାମ୍ପ, ଶୌଚାଳୟ, ଏବଂ ଖରା ରୁ ବର୍ତ୍ତିବା ପାଇଁ ଶେଡ ଆଦି କୁ ଗୁରୁତ୍ଵ ଦେବାକୁ ସେ ଅଧିକାରୀମାନଙ୍କୁ କହିଥିଲେ । ପିଂକ ବୁଥ , ହୋମ ଭୋଟିଂ , ବାଲାଟ ପେପର , ଭୋଟ ହାର ବୃଦ୍ଧି ଓ ନୂତନ ଭୋଟର ସଚେତନତା ଉପରେ ଧ୍ୟାନ ଦେବାକୁ

ପରାମର୍ଶ ଦେଇଥିଲେ । ନିର୍ବାଚନ ପ୍ରକ୍ରିୟା କୁ ପ୍ରଯୁକ୍ତି ବ୍ୟବହାର ଦ୍ୱାରା ଆହୁରି ସରଳ କରିହେବ ବୋଲି ସୂଚନା ଦେବାସହ ଆପ ବ୍ୟବହାର ଉପରେ ପର୍ଯ୍ୟାପ୍ତ କୁଶଳୀ ହେବାକୁ କହିଥିଲେ । ସି ଭିଜିଲ ଆପ , ଆଦର୍ଶ ଆଚରଣ ବିଧି , ଖର୍ଚ୍ଚ ବିବରଣୀ ଟିମ , ଆଦି ଟିମ ଗୁଡିକର କାର୍ଯ୍ୟ ପଦ୍ଧତି ମଧ୍ୟ ସମୀକ୍ଷା ହୋଇଥିଲା । ଦ୍ଵିତୀୟ ପର୍ଯ୍ୟାୟ ରେ ଦୁଇ ଜିଲ୍ଲାର ଆଇନ ଶୃଙ୍ଖଳା ସ୍ତିତିକୁ ନେଇ ପୋଲିସ ଅଧିକାରୀଙ୍କ ସହ ବୈଠକ କରିଥିଲେ । ସମ୍ବେଦନଶୀଳ ବୁଥ ତଥା ନକ୍ସଲ ପ୍ରବଣ ଅଞ୍ଚଳରେ ଚେକପୋଷ୍ଟ, ପୋଲିସ ପେଟ୍ରୋଲିଙ୍ଗ ଉପରେ ଅଧିକ ଧ୍ୟାନ ଦେବାକୁ କହିଥିଲେ । ଅବୈଧ କାରବାର, ଅବକାରୀ ଦ୍ରବ୍ୟ ରୋକିବାକୁ ଅଧିକ ଚେକପୋଷ୍ଟ ସହ ପୋଲିସ ମୁତୟନ ଜରୁରୀ ବୋଲି କହିଥିଲେ । ଲାଇସେନ୍ସ ବନ୍ଧୁକ ଜମା କରିବା ସହିତ ନିର୍ବାଚନ କୁ ଅବାଧ , ମୁକ୍ତ ଓ ଶାନ୍ତିପୂର୍ଣ୍ଣ କରିବାକୁ ନିର୍ଦେଶ ଦେଇଥିଲେ । ସମସ୍ତ ଅଧିକାରୀ ନିଜ ଦାୟୀତ୍ଵ ଶତ ପ୍ରତିଶତ ସଠିକ ଭାବେ ପାଳନ କରିବା ପାଇଁ କହିଥିଲେ । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ମିହିର ମହାନ୍ତି, ଆରଡିସି (ସମ୍ବଲପୁର) ଶ୍ରୀକାନ୍ତ ପୃଷ୍ଟି ,

ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ , ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶ୍ରୀ ଗୌରୱ ଶିୱାଜୀ ଇସଲୱାରଙ୍କ, ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ, ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ ଶ୍ରୀ ଖିଲାରୀ ରିଷିକେଶ ଦ୍ୟାନଦେଓ, ଉଭୟ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ, ମୁଖ୍ୟ ଉନ୍ନୟନ ଅଧିକାରୀ , ସମସ୍ତ ନିର୍ବାଚନ ସମ୍ବଦ୍ଧିୟ କମିଟି ଓ ସଂଯୁକ୍ତ ଅଧିକାରୀମାନେ ସାମିଲ ଥିଲେ । ଏହି ଗସ୍ତ ରେ ମୁଖ୍ୟ ନିର୍ବାଚନ ଅଧିକାରୀ  ଷ୍ଟ୍ରଙ୍ଗ ରୁମ ସରକାରୀ ଆଇଟିଆଇ ପରିଦର୍ଶନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like