-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ଏସଏଚଜି ଗ୍ରୁପକୁ ଠିକାକାମ, ମହିଳା ସଶକ୍ତିକରଣ ବନାମ ଅସମ୍ମାନକୁ ନେଇ ବଲାଙ୍ଗୀର ରାଜନୀତି ସରଗରମ

30-Mar-2024



ବାଲାଙ୍ଗୀର(ପ୍ରେରଣା ଖବର): ରାଜ୍ୟରେ ମହିଳାମାନଙ୍କ ସ୍ୱୟଂସହାୟିକା ଗୋଷ୍ଠୀ ଜରିଆରେ ସରକାର ସ୍ୱାବଲମ୍ବି କରୁଥିବା କୁହାଯାଉଛି । ସେହିକ୍ରମରେ ସହରାଞ୍ଚଳ ହେଉ କି ଗ୍ରାମାଞ୍ଚଳ ସବୁଠି ଏସ୍‌ଏଚ୍‌ଜି ମହିଳାଙ୍କ ଭାଗିଦାରୀ ରହୁଛି । ଏସ୍‌ଏଚ୍‌ଜିଙ୍କ କାର୍ଯ୍ୟଦକ୍ଷତାକୁ ନେଇ ବଲାଙ୍ଗୀର ବିଧାୟକଙ୍କ କିଛି ବୟାନକୁ ନେଇ ବଲାଙ୍ଗୀର ରାଜନୀତି ସରଗରମ ହେଉଛି । ବଲାଙ୍ଗୀର ସଦର ବିଧାୟକ ନରସିଂହ ମିଶ୍ର ଓ ପୌରାଧ୍ୟକ୍ଷା ଲିକା ସାହୁଙ୍କ ମଧ୍ୟରେ ଏହାକୁ ନେଇ କଥାକଟାକଟି ଚାଲିଛି । ବଲାଙ୍ଗୀରରେ ଏସ୍‌ଏଚ୍‌ଜି ମହିଳାଙ୍କୁ ସଶକ୍ତିକରଣ ବନାମ ଅସମ୍ମାନକୁ ନେଇ ଆରମ୍ଭ ହୋଇଛି ରାଜନୀତି । ଦୁଇଟି ଘଟଣାରେ ବଲାଙ୍ଗୀର ବିଧାୟକ ମହିଳାଙ୍କୁ ନେଇ ଦେଇଥିବା ବୟାନ ଉପରେ ବିଜେଡି କାଉଣ୍ଟର ଆଟାକ କରୁଛି । ମିଡିଆ ଓ ସୋସିଆଲ ମିଡିଆରେ ଏହାକୁ ନେଇ ଯୋରଦାର ଟ୍ରୋଲିଂ ଚାଲିଛି । ଗତ ଜାନୁୟାରୀ ୩ ତାରିଖରେ ବଲାଙ୍ଗୀର ମାଗୁରବେଢାଠାରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବଲାଙ୍ଗୀରର କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଉପସ୍ଥିତ ଲୋକଙ୍କୁ ଭଡାଟିଆ ବୋଲି କହିଥିଲେ । ସେହି ଘଟଣାରେ ମହିଳା ବିଜୁଜନତାଦଳ ତରଫରୁ ସାମ୍ବାଦିକ ସମ୍ବିଳନୀ କରାଯାଇ ବିଧାୟକଙ୍କ ଏଭଳି ମନ୍ତବ୍ୟକୁ ତୀବ୍ର ନିନ୍ଦା କରାଯାଇଥିଲା । ଆମେ ଭଡାଟିଆ କି ବୋଲି ପ୍ରଶ୍ନ କରି ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ,ଜିଲ୍ଲା ମହିଳା ବିଜେଡିଦଳର ସଭାନେତ୍ରୀ ଦମୟନ୍ତି ବାଗ ସମେତ ତାଙ୍କ ଟିମ ବିଧାୟକଙ୍କୁ ତୀବ୍ର ସମାଲୋଚନା କରିଥିଲେ । ଏବେ କିଛିଦିନ ତଳେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଏକ ସାମ୍ବାଦିକ ସମ୍ବିଳନୀରେ ବିଭିନ୍ନ ପ୍ରସଙ୍ଗ ସହ ବଲାଙ୍ଗୀର ସହରର ମହାରାଣୀସାଗର ପ୍ରସଙ୍ଗ ଉଠାଇଥିଲେ । ବଲାଙ୍ଗୀର ପୌରପାଳିକା ମହାରାଣୀ ସାଗର ଭଳି ବଡପ୍ରକଲ୍ପର କାମ  ମହିଳା ଏସଏଚଜିଙ୍କୁ ଠିକାକାମ କରିବାକୁ ଦେଇଛି । ଏସ୍‌ଏଚ୍‌ଜି ମହିଳାମାନେ ଏଭଳି ଠିକାକାମ କରାଇପାରିବେ ନାହିଁ ବୋଲି ବିଧାୟକ କହିଥିଲେ ଓ ଏସ୍‌ଏଚ୍‌ଜି ମହିଳାଙ୍କ ଯୋଗ୍ୟତା ନେଇ ପ୍ରଶ୍ନ ଉଠାଇଥିଲେ । ବିଧାୟକଙ୍କ ଏହି ପ୍ରଶ୍ନର ଉତ୍ତର ରଖିଛନ୍ତି ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ । ପୌରାଧ୍ୟକ୍ଷା ଲିକା ସାହୁ ଉତ୍ତର ରଖି କହିଛନ୍ତି ଯେ,ଭାରତର ରାଷ୍ଟ୍ରପତି ପଦ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀରେ ଜଣେ ମହିଳା ବସିଛନ୍ତି । ଆଜି ସାରା ବିଶ୍ୱରେ ମହିଳାଙ୍କ ଅଧିକାରକୁ ନେଇ ସମସ୍ତେ ଆଗଭର ହେଉଛନ୍ତି । ଓଡିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାଙ୍କୁ ସମ୍ମାନ ଜଣାଇ ସ୍ୱାବଲମ୍ବି ହେବାକୁ ଅଗ୍ରାଧିକାର ଦେଉଛନ୍ତି । ଆଜି ଏସ୍‌ଏଚ୍‌ଜି ଜରିଆରେ ମହିଳାମାନେ ନିଜେ ଅର୍ଥ ରୋଜଗାରର ପନ୍ଥା ପାଉଛନ୍ତି । ମୂଳରୁ ବିଧାୟକ ପୌରପାଳିକାର ଉନ୍ନୟନ କାମରେ ଅସହିଷ୍ଣୁ ହୋଇପଡିଛନ୍ତି ଓ ଆଜି ମହିଳାଙ୍କ ଯୋଗ୍ୟତା ଉପରେ ପ୍ରଶ୍ନ ଉଠାଇ ତାଙ୍କୁ ଅସମ୍ମାନ କରୁଛନ୍ତି ବୋଲି ପୌରାଧ୍ୟକ୍ଷା ଲିକା ସାହୁ କହିଛନ୍ତି । ତେବେ ଆଗକୁ ନିର୍ବାଚନ ଆସୁଥିବାରୁ ଉଭୟ କଂଗ୍ରେସ ଓ ବିଜେଡିର ଏଭଳି ତୁତୁ ମେମେକୁ ନେଇ ବଲାଙ୍ଗୀର ସହରରେ ଚର୍ଚ୍ଚା ଯୋର ଧରିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like