-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

୩୫ ତମ ବାର୍ଷିକ ତେର ଦଣ୍ଡର ମହାମିଳନ ସମାରୋହ ଉଦଯାପିତ : ହଜାର ହଜାର ଭକ୍ତଙ୍କ ସମାଗମ 

07-Apr-2024



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡାରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ବର୍ଷ ପୂର୍ତ୍ତି ଅବସରରେ ୩୫ ତମ ବାର୍ଷିକ ତେର ଦଣ୍ଡର ମହାମିଳନ ସମାରୋହ ବିପୁଳ ଉତ୍ସାହ ଉଦ୍ଦୀପନାର ସହ ଆୟୋଜିତ ହୋଇଯାଇଛି l ଦଣ୍ଡଯାତ୍ରାର ଏହି ମହାମିଳନକୁ ଦେଖିବା ଲାଗି ବାଲିଗୁଡା ସମେତ ଆଖପାଖ ଅଞ୍ଚଳରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା l ଏହି ପରିପ୍ରେକ୍ଷୀରେ ରବିବାର ସକାଳେ ମା' ପାଟ୍ଟଖଣ୍ଡା ମନ୍ଦିରରେ ତେରଦଣ୍ଡ ଥଳଙ୍କୁ ବରଣ କରାଯାଇ ଥିଲା l ମଧ୍ୟାହ୍ନ ସମୟରେ ଟାଉନର ମୁଖ୍ୟ ରାସ୍ତା ରେ ଧୂଳିଦଣ୍ଡରେ ତେର ଦଣ୍ଡନାଚ ରୁଷିପୁତ୍ର ତଥା ଦଣ୍ଡୁଆମାନେ ନିଜ ନିଜ ସ୍ଥାନରେ ପହଁଚି ବୀଣାକାର ଢୋଲ ଓ ମହୁରୀର ତାଳେତାଳେ ଦଣ୍ଡନାଚର ସମସ୍ତ ବିଧିବିଧାନକୁ ସୁଲଳିତ ସ୍ଵରରେ ଗାନ କରିଥିଲେ। ମଧ୍ୟାହ୍ନରେ ଅନୁଷ୍ଠିତ ଧୂଳିଦଣ୍ଡରେ ଦଣ୍ଡୁଆଙ୍କ ବିଭିନ୍ନ କାଠୁରିଆ ନୃତ୍ୟ ଜଙ୍ଗଲ ସୁରକ୍ଷା ଏବଂ ଜନ୍ତୁ ସୁରକ୍ଷା ନେଇ ବାଘନାଟ ,ବୀଣାକାର, ବିଲରେ ଧାନରୁଆ ଇତ୍ୟାଦି ନାଟକ ବେଶ୍ ଆକର୍ଷିତ କରିଥିଲା। ଅପରାହ୍ନରେ ଆଦର୍ଶ ପୁଷ୍କରିଣୀ ରେ ପାଣିଦଣ୍ଡ ପରେ ସନ୍ଧ୍ୟାରେ ସବୁଠାରୁ ବିଶେଷ ଆକର୍ଷଣ ବଜାର ଛକରେ ତେର ଦଣ୍ଡର ଏକ ମହା ମିଳନରେ ଢୋଲିଆ, ପାଟଭୁକ୍ତା, ମହୁରିଆ ଙ୍କ ମିଳନ ହୋଇଥିବା ବେଳେ ଯାହାକୁ ହଜାର ହଜାର ଭକ୍ତ ଓ ଦର୍ଶକ ଉପଭୋଗ କରିଥିଲେ l ଏଥିରେ ବାଲିଗୁଡ଼ା, ମେଲସିକିଆ , କତେରୀଭଟ୍ଟା, ରେବିଙ୍ଗିଆ, ରୁତୁଙ୍ଗିଆ, ଗୁଡ୍ରିଗାଁ, ଦଣ୍ଡପଦର, ପୋଖରୀବନ୍ଧ, ବାଟାଗୁଡା, ବାରଖମା, ସିଟୁପଡ଼ି ଓ ପ୍ରଥମ ଥର ପାଇଁ ଜିଲ୍ଲା ବାହାରୁ ଅର୍ଥାତ ରାୟଗଡା ଜିଲ୍ଲା ମୁନିଗୁଡ଼ା ଏବଂ କଳାହାଣ୍ଡି ଜିଲ୍ଲାର ମୋହନଗିରି ଅଞ୍ଚଳର ଦଣ୍ଡ ନାଚ ଦଳ ଯୋଗ ଦେଇ ନିଜ ନିଜର ନାଚ ପରିବେଷଣ କରିଥିଲେ l ସନ୍ଧ୍ୟାରେ ସୁନାମ ଧନ୍ୟ କଳାକାର ମାନଙ୍କ ଦ୍ୱାରା ସ୍ଥାନୀୟ ତ୍ରିବେଦୀ ପାର୍କ ସମ୍ମୁଖରେ ଏକ ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ "ସଙ୍ଗୀତ ସନ୍ଧ୍ୟା" ଆୟୋଜନ ହୋଇଥିଲା l ରାତ୍ରରେ ଝୁଣାଦଣ୍ଡ ପଟୁଆର ସହ ସୋମବାର ଦିନ ସକାଳେ ଯାତ୍ରା ସମାପନ ହୋଇଥିଲା l ଏହି ଉତ୍ସବରେ ସ୍ଥାନୀୟ ଉପଜିଲ୍ଲାପାଳ ଡ. ରୀନା ପ୍ରଧାନ, ଡିଏଫଓ ବିଶ୍ୱରାଜ ପଣ୍ଡା ଙ୍କ ସମେତବହୁ ପଦାଧିକାରୀ ଉପସ୍ଥିତ ରହି ମିଳନ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ l ସମିତିର ସଭାପତି କିଶୋର କୁମାର ପାଳ, ଉପସଭାପତି ସୁଜିତ କୁମାର ପାଳ, ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ, ସହ ସମ୍ପାଦକ ଭଗବାନ ପଣ୍ଡା, କୋଷାଧ୍ୟକ୍ଷ ବଂଶୀଧର ପଣ୍ଡା, ମୁଖ୍ୟ ଉପଦେଷ୍ଟା ସୁରେଶ ଚନ୍ଦ୍ର ମହାନ୍ତି, ସହଯୋଗୀ ଉପଦେଷ୍ଟା ଲୋକନାଥ ପାଢ଼ୀ, ହିମାଂଶୁ ଶେଖର ଦାସ, ମଦନ ମୋହନ ପାଢ଼ୀ, ରାଜ କିଶୋର ଦାସ, ସଂଗ୍ରାମ କେଶରୀ ସାବତ,ଦଣ୍ଡ ଅଧିକାରୀ ଶିବରାମ ପ୍ରାଧନୀ, ସହ ଦଣ୍ଡ ଅଧିକାରୀ ଜଗନ୍ନାଥ ରାଓ, ତବତିଆ ମହାରଣା, ଅଧିକାରୀ ମନୋଜ କୁମାର ପାଳ,ଏବଂ କାର୍ଯ୍ୟକାରୀ ସଦସ୍ୟ ଦୟାନିଧି ସାହୁ, ସୁବାଷ ଚନ୍ଦ୍ର କହଁର, ଦୁଃଖିଶ୍ୟାମ ମହାରଣା, ରଶ୍ମି ରଞ୍ଜନ ମହାରଣା, ସନ୍ତୋଷ କୁମାର ପାତ୍ର, ଶ୍ରୀନିବାସ ଦୋରା, ଶ୍ୟାମ ସୁନ୍ଦର ଦାସ, ପଦ୍ମନ ନାୟକ, ପ୍ରଶାନ୍ତ କୁମାର ସାହୁ, ସୁବାଷ ଚନ୍ଦ୍ର ଆଚାରୀ, ରଞ୍ଜିତ କୁମାର ମହାନ୍ତି ପ୍ରମୁଖଙ୍କ ସମେତ

ସମିତି ର ସମସ୍ତ ସଦସ୍ୟ, ମହିଳା ସଂଘ ଯୁବକ ସଂଘ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l ପ୍ରବଳ ଖରା କୁ ଦୃଷ୍ଟି ରେ ରଖି ଟାଉନ ର ବିଭିନ୍ନ ସ୍ଥାନରେ ବେହେରା ବ୍ୟବସାୟୀ ସଂଘ, ସତ୍ୟସାଇ ସେବା ସମିତି, କଳିଙ୍ଗାର ସ୍ନେହା ଫାଉଣ୍ଡେସନ ଓ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ତରଫରୁ ଷ୍ଟଲ କରି ଦିନ ତମାମ ପଣା ସହ ପାନୀୟ ଜଳ ବଣ୍ଟନ କରିଥିବା ବେଳେ ମା 'ଦକ୍ଷିଣକାଳୀ ହାଟ ବେପାରୀ ସଂଘ ତରଫରୁ ରବିବାର ରାତ୍ରରେ ଅନ୍ନ ବଣ୍ଟନ କରିଥିଲେ l ଏହି ତେର ଶମ୍ଭୁ ଦଣ୍ଡ ନାଚକୁ ଆଖି ଆଗରେ ରଖି ବାଲିଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁଙ୍କ  ନେତୃତ୍ୱରେ ପୋଷ୍ଟ ଅଫିସ ଛକ ନିକଟରେ ଏକ ଅସ୍ଥାୟୀ ପୋଲିସ କେନ୍ଦ୍ର ଖୋଲିବା ସହ ଟାଉନର ପ୍ରତ୍ୟେକ ଛକ ଓ ଗହଳି ପୂର୍ଣ୍ଣ ସ୍ଥାନରେ ପୋଲିସ ମୁତୟନ କରାଯାଇ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଆୟତ୍ତାଧିନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like